ଭେନେଜୁଏଲା ତୈଳ ସେକ୍ଟରରେ ନିବେଶ ପାଇଁ ଟ୍ରମ୍ପ୍‌ଙ୍କ ଚାପ

ଓ୍ବାଶିଂଟନ,୧୧ା୧: ସମସ୍ୟା ଘେରରେ ଥିବା ଭେନେଜୁଏଲା ତୈଳ ଶିଳ୍ପର ପୁନରୁଦ୍ଧାର ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନୂ୍ୟନ ୧୦୦ ବିଲିୟନ ଡଲାର ଘରୋଇ ସେକ୍ଟର ନିବେଶ ନିମନ୍ତେ ଚାପ ପକାଉଥିବାବେଳେ ନିଜ ଦେଶର ବୃହତ୍‌ ତୈଳ କମ୍ପାନୀଗୁଡ଼ିକ ଏହାର ବିରୋଧ କରିଛନ୍ତି। ଦୀର୍ଘବର୍ଷ ଧରି ଲାଗି ରହିଥିବା ରାଜନୈତିକ ଅସ୍ଥିରତା, ଆଇନଗତ ଅନିଶ୍ଚିତତା ଏବଂ ଜରାଜୀର୍ଣ୍ଣ ଶକ୍ତି ଭିତ୍ତିଭୂମି ବିଶିଷ୍ଟ ଭେନେଜୁଏଲାକୁ ପୂର୍ବ ସ୍ଥିତିକୁ ଫେରାଇ ଆଣିବା ସହଜ ନୁହେଁ ବୋଲି ସେମାନେ କହିଛନ୍ତି। ଏକ ହାଇପ୍ରୋଫାଇଲ୍‌ ହ୍ବାଇଟ୍‌ ହାଉସ୍‌ ବୈଠକରେ ଚେଭ୍ରୋନ୍‌, ଏକ୍ସନମୋବିଲ୍‌, କୋନୋକୋଫିଲିପ୍ସ ଏବଂ ଅନ୍ୟ ତୈଳ କମ୍ପାନୀଗୁଡ଼ିକର କାର୍ଯ୍ୟନିର୍ବାହୀମାନଙ୍କୁ ଭେନେଜୁଏଲାର ତୈଳ ଉତ୍ପାଦନର ପୁନଃନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବାକୁ ଟ୍ରମ୍ପ୍‌ ଆହ୍ବାନ ଦେଇଥିଲେ। ଏହା ଏକ ଐତିହାସିକ ସୁଯୋଗ ବୋଲି ଟ୍ରମ୍ପ୍‌ କହିବା ସହ ଏଥିପାଇଁ ସୁରକ୍ଷା ଗ୍ୟାରେଣ୍ଟିର ପ୍ରତିଶ୍ରୁତି ଦେଇଥିଲେ। ବହୁବର୍ଷର ଉପେକ୍ଷା ପରେ ଏବେ ପୁଞ୍ଜିନିବେଶ ପାଇଁ ଭେନେଜୁଏଲା ପରିପକ୍ୱ ସ୍ଥିତିରେ ରହିଛି। ଘରୋଇ ଶିଳ୍ପରୁ ୧୦୦ ବିଲିୟନ ଡଲାର ନିବେଶ ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ତେବେ ଟ୍ରମ୍ପ୍‌ ପ୍ରଶାସନର ଅପିଲ୍‌ ସତ୍ତ୍ୱେ ଅଧିକାଂଶ ସିଇଓ ନିବେଶ ନେଇ କୌଣସି ଦୃଢ଼ ପ୍ରତିଶ୍ରୁତି ଦେଇନାହାନ୍ତି। ଭେନେଜୁଏଲାର ବ୍ୟବସାୟିକ ପରିବେଶକୁ ନେଇ ସେମାନେ ଚିନ୍ତା ପ୍ରକଟ କରିଛନ୍ତି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଫିନ ଆଲେନଙ୍କ ବିସ୍ଫୋରକ ଶତକ: ଟି୨୦ ବିଶ୍ୱକପ ଫାଇନାଲ୍‌ରେ ନ୍ୟୁଜିଲାଣ୍ଡ

କୋଲକାତା,୪।୩: ନ୍ୟୁଜିଲାଣ୍ଡ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲରେ ପହଞ୍ଚିଛି। ସେମିଫାଇନାଲରେ ନ୍ୟୁଜିଲାଣ୍ଡ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟ୍‌ରେ ପରାସ୍ତ କରି ଦ୍ୱିତୀୟଥର ପାଇଁ ଟି୨୦ ବିଶ୍ୱକପର ଫାଇନାଲରେ…

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ସେମିଫାଇନାଲ୍‌ରେ ନ୍ୟୁଜିଲାଣ୍ଡକୁ ୧୭୦ ରନ୍‌ ଟାର୍ଗେଟ୍‌ ଦେଲା ଦକ୍ଷିଣ ଆଫ୍ରିକା

କୋଲକାତା,୪।୩: ଟି୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲ୍‌ କୋଲକାତାର ଇଡେନ ଗାର୍ଡେନ୍ସରେ ଖେଳାଯାଉଛି। ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୧୬୯/୮ ସ୍କୋର କରିଥିଲା। ଦକ୍ଷିଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri