ଟ୍ରମ୍ପ୍‌ ସମର୍ଥକଙ୍କ ସିନେଟ୍‌ ଦଖଲ ଉଦ୍ୟମ : ଓ୍ବାଶିଂଟନରେ କର୍ଫ୍ୟୁ

ଓ୍ବାଶିଂଟନ,୭।୧: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବିଦାୟ ନେବାକୁ ଯାଉଛନ୍ତି। ତେବେ ଅନ୍ତିମ ଦିନ ପାଖେଇ ଆସୁଥିବାବେଳେ ମଧ୍ୟ ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ବିଜୟକୁ ବିରୋଧ କରି ଟ୍ରମ୍ପ୍‌ ସମର୍ଥକ ହିଂସାକାଣ୍ଡ ଭିଆଇଛନ୍ତି। ସମର୍ଥକମାନେ ଆମେରିକା ସଂସଦ ପରିସରରେ ଥିବା ସିନେଟ୍‌କୁ ଦଖଲ କରିବା ପାଇଁ ଉଦ୍ୟମ କରିଛନ୍ତି। ଏହାକୁ ନେଇ ସୁରକ୍ଷାକର୍ମୀ ଏବଂ ସମର୍ଥକ ମୁହାଁମୁହିଁ ହୋଇଛନ୍ତି। ସମର୍ଥକମାନେ ସେଠାରେ ଉପସ୍ଥିତ ଥିବା ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଆକ୍ରମଣ କରିଥିଲେ। ବାଧ୍ୟ ହୋଇ ସୁରକ୍ଷା ଦୃଷ୍ଟିରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଗୁଳି ଚାଳନା କରାଯାଇଥିଲା। ଏହି ଘଟଣାରେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି। ସମର୍ଥକମାନେ ଓ୍ବାଶିଂଟନରୁ ରାଲିରେ ଆସି କ୍ୟାପିଟାଲ ହିଲ୍‌ରେ ବ୍ୟାପକ ଭଙ୍ଗାରୁଜା କରିଥିଲେ। ଶେଷରେ ସୁରକ୍ଷାକର୍ମୀ ସେମାନଙ୍କୁ ସେଠାରୁ ବାହାର କରିଦେଇଛନ୍ତି। ଟ୍ରମ୍ପ୍‌ଙ୍କୁ କ୍ଷମତାରେ ରଖିବା ପାଇଁ ସମର୍ଥକମାନେ ପୁଣିଥରେ ଭୋଟ ଗଣନା କରାଯିବାକୁ ଦାବି କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଓ୍ବାଶିଂଟନରେ କର୍ଫ୍ୟୁ ଘୋଷଣା କରାଯିବା ସହିତ ୧୫ ଦିନିଆ ଜରୁରୀକାଳୀନ ପରିସ୍ଥିତି ଜାରି କରାଯାଇଛି। ଏହା ସହିତ ଟ୍ରମ୍ପ୍‌ଙ୍କ ଟୁଇଟର, ଫେସବୁକ୍‌ ଏବଂ ଇନଷ୍ଟାଗ୍ରାମ୍‌ ଆଦି ଆକାଉଣ୍ଟ୍‌କୁ ବ୍ଲକ୍‌ କରିଦିଆଯାଇଛି। କର୍ଫ୍ୟୁ ଆଇନର ଉଲ୍ଲଂଘନ କରିଥିବା ଅଭିଯୋଗରେ ୩୦ରୁ ଅଧିକ ଜଣଙ୍କୁ ଗିରଫ କରାଯାଇଛି


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ମଝି ସମୁଦ୍ରରେ ବୁଡ଼ିଗଲା ବୋଟ୍‌, ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି , ନିଖୋଜ ଅଛନ୍ତି ଅନେକ ଯାତ୍ରୀ

ନିକୋସିଆ,୩୦ା୮: ଉତ୍ତର ସାଇପ୍ରସ୍‌ ଉପକୂଳରେ ଏକ ବୋଟ୍‌ ରବିବାର ବୁଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ନିଖୋଜ ଅଛନ୍ତି। ଏନେଇ ମୃତ୍ୟୁ ସଂଖ୍ୟା…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

ଭୟଙ୍କର ଦୁର୍ଘଟଣା: ୨୭୦ ଲୋକଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ିଲା, ଏବେ ବି ଜାରିରହିଛି…

ଆଙ୍କରା,୩୦ା୮: ଉତ୍ତର ସାଇପ୍ରସ ଉପକୂଳରେ ଏକ ଭୟଙ୍କର ଡଙ୍ଗା ବୁଡ଼ି ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ ଉତ୍ତର ସାଇପ୍ରସର କାଇରେନିଆ ବନ୍ଦରରୁ ତୁର୍କୀର ମର୍ସିନ ପ୍ରଦେଶସ୍ଥିତ ତାସୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri