ଟ୍ରମ୍ପଙ୍କ ଟାରିଫ୍ ବୃଦ୍ଧି: ଓଡ଼ିଶାର ଚିଙ୍ଗୁଡ଼ି ରପ୍ତାନି ୭୦% ହ୍ରାସ ଆଶଙ୍କା

ଭୁବନେଶ୍ୱର,୮।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତୀୟ ଆମଦାନୀ ଉପରେ ୫୦ ପ୍ରତିଶତ ଶୁଳ୍କ ଘୋଷଣା ଓଡ଼ିଶାର ଚିଙ୍ଗୁଡ଼ି ଓ ସାମୁଦ୍ରିକ ଖାଦ୍ୟ ରପ୍ତାନି ଉପରେ ଗଭୀର ପ୍ରଭାବ ପକାଇବ। ଓଡ଼ିଶା ଦେଶର ଅନ୍ୟତମ ପ୍ରମୁଖ ସାମୁଦ୍ରିକ ଖାଦ୍ୟ ରପ୍ତାନିକାରୀ ରାଜ୍ୟ ହୋଇଥିବା ବେଳେ, ଏହାର ମୋଟ ଚିଙ୍ଗୁଡ଼ି ଓ ସାମୁଦ୍ରିକ ଖାଦ୍ୟ ରପ୍ତାନିର ପ୍ରାୟ ୭୦ ପ୍ରତିଶତ ଆମେରିକାକୁ ହୋଇଥାଏ। ବାର୍ଷିକ ୨୦୦୦ କୋଟି ଟଙ୍କାର ଚିଙ୍ଗୁଡ଼ି ଓ ଅନ୍ୟାନ୍ୟ ସାମୁଦ୍ରିକ ଖାଦ୍ୟ ରପ୍ତାନି ମାଧ୍ୟମରେ ଓଡ଼ିଶା ବିଦେଶୀ ମୁଦ୍ରା ଉପାର୍ଜନ କରିଥାଏ। କିନ୍ତୁ, ଏହି ଚଢ଼ା ଶୁଳ୍କ ଯୋଗୁଁ ରପ୍ତାନି ୭୦ ପ୍ରତିଶତ ହ୍ରାସ ପାଇବା ଆଶଙ୍କା ଦେଖାଦେଇଛି, ଯାହା ରାଜ୍ୟର ଚିଙ୍ଗୁଡ଼ି ଚାଷୀ ଓ ରପ୍ତାନିକାରୀଙ୍କ ମଧ୍ୟରେ ଚିନ୍ତା ସୃଷ୍ଟି କରିଛି।

ଓଡ଼ିଶାର ଚିଙ୍ଗୁଡ଼ି ରପ୍ତାନିର ସିଂହଭାଗ ଆମେରିକା ବଜାର ଉପରେ ନିର୍ଭରଶୀଳ। ଏତେ ଉଚ୍ଚ ଶୁଳ୍କ ଲାଗୁ ହେବା ଫଳରେ ଆମେରିକାରେ ଓଡ଼ିଶାର ଚିଙ୍ଗୁଡ଼ି ପ୍ରତିଯୋଗିତାମୂଳକ ବଜାରରେ ତିଷ୍ଠିବା କଷ୍ଟକର ହେବ। ଟ୍ରମ୍ପ ଇକ୍ୱେଡର ଉପରେ ୧୫ ପ୍ରତିଶତ ଏବଂ ଇଣ୍ଡୋନେସିଆ ଉପରେ ୧୯ ପ୍ରତିଶତ ଶୁଳ୍କ ଲାଗୁ କରିଥିବା ବେଳେ, ଭାରତ ଉପରେ ୫୦ ପ୍ରତିଶତ ଶୁଳ୍କ ଲାଗୁ କରାଯାଇଛି। ଏହି ଶୁଳ୍କ ପାର୍ଥକ୍ୟ ଯୋଗୁଁ ଇକ୍ୱେଡର ଓ ଇଣ୍ଡୋନେସିଆ ଭଳି ପ୍ରତିଯୋଗୀ ଦେଶମାନଙ୍କ ସହ ଓଡ଼ିଶା ଓ ଭାରତର ଚିଙ୍ଗୁଡ଼ି ରପ୍ତାନିକାରୀମାନେ ଆମେରିକା ବଜାରରେ ପ୍ରତିଯୋଗିତା କରିବାରେ ଅସମର୍ଥ ହେବେ। ବଜାର ବିଶ୍ଳେଷକଙ୍କ ମତରେ, ଏହି ଶୁଳ୍କ ଯୋଗୁଁ ଆମେରିକାର ଗ୍ରାହକମାନେ ଓଡ଼ିଶା କିମ୍ବା ଭାରତର ଚିଙ୍ଗୁଡ଼ି କିଣିବାକୁ ଅନିଚ୍ଛୁକ ହେବେ।

ଏହା କେବଳ ରପ୍ତାନିକାରୀଙ୍କୁ ନୁହେଁ, ଓଡ଼ିଶାର ୧୦ ହଜାରରୁ ଅଧିକ ଚିଙ୍ଗୁଡ଼ି ଚାଷୀଙ୍କ ଜୀବିକା ଉପରେ ମଧ୍ୟ ଗଭୀର ପ୍ରଭାବ ପକାଇବ। ଓଡ଼ିଶାରେ ଚିଙ୍ଗୁଡ଼ି ଚାଷ ମୁଖ୍ୟତଃ ରପ୍ତାନି ଉଦ୍ଦେଶ୍ୟରେ କରାଯାଇଥାଏ। ଏହା ସହିତ, ଚିଙ୍ଗୁଡ଼ି ପ୍ରକ୍ରିୟାକରଣ ଶିଳ୍ପରେ କାର୍ଯ୍ୟରତ ହଜାର ହଜାର କର୍ମଚାରୀଙ୍କ ଜୀବିକା ମଧ୍ୟ ପ୍ରଭାବିତ ହେବ। ବଜାର ବିଶ୍ଳେଷକଙ୍କ ମତରେ, ଉଚ୍ଚ ଶୁଳ୍କ ଯୋଗୁଁ ରପ୍ତାନିକାରୀମାନେ ଆମେରିକାରୁ ଅର୍ଡର ଗ୍ରହଣ ବନ୍ଦ କରିଦେଇଛନ୍ତି, କାରଣ ଏତେ ଚଢ଼ା ଶୁଳ୍କରେ ସେଠାରେ ସାମଗ୍ରୀ ବିକ୍ରି କରିବା ଅସମ୍ଭବ।

ବର୍ତ୍ତମାନ ଭାରତ ଓ ଆମେରିକା ମଧ୍ୟରେ ବାଣିଜ୍ୟ ରାଜିନାମା ନେଇ ୫ଟି ପର୍ଯ୍ୟାୟ ଆଲୋଚନା ହୋଇସାରିଥିବା ବେଳେ, କୌଣସି ନିଷ୍କର୍ସ ବାହାରି ପାରିନାହିଁ। ଷଷ୍ଠ ପର୍ଯ୍ୟାୟ ଆଲୋଚନା ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବ। ଯଦି ଏହି ଆଲୋଚନାରେ ଶୁଳ୍କ ସଂଶୋଧନ ନେଇ ଅଗ୍ରଗତି ହୁଏ, ତେବେ ଓଡ଼ିଶାର ଚିଙ୍ଗୁଡ଼ି ଓ ସାମୁଦ୍ରିକ ଖାଦ୍ୟ ରପ୍ତାନି ପୁନର୍ବାର ଆରମ୍ଭ ହୋଇପାରେ। ନଚେତ୍, ରାଜ୍ୟର ଚିଙ୍ଗୁଡ଼ି ରପ୍ତାନି ଶିଳ୍ପ ଏବଂ ଏହା ସହ ଜଡ଼ିତ ଚାଷୀ ଓ କର୍ମଚାରୀଙ୍କ ଜୀବିକା ଉପରେ ଗଭୀର ସଙ୍କଟ ଦେଖାଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri