Posted inଜାତୀୟ

ରାଲି ପାଇଁ ତୃଣମୂଳକୁ ଅନୁମତି ଭାଜପାକୁ ମନା

କୋଲକାତା, ୬।୨: ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ। ରାଜ୍ୟରେ କ୍ଷମତା ଦଖଲ ପାଇଁ ଶାସକ ତୃଣମୂଳ ମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ଭାଜପା ପକ୍ଷରୁ ଶନିବାରଠାରୁ ପରିବର୍ତ୍ତନ ରଥଯାତ୍ରା ଆରମ୍ଭ ହେବାର ଥିଲା। ଏହି ସହିତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ଭାଷଣ କାର୍ଯ୍ୟକ୍ରମ ପାଇଁ ପୋଲିସ ବିଭାଗଠାରୁ ଅନୁମତି ଲୋଡ଼ାଯାଇଥିଲା। ମାତ୍ର ରଥଯାତ୍ରାକୁ ଅନୁମତି ଶନିବାର ପୂର୍ବାହ୍ନ ୧୧ଟା ସୁଦ୍ଧା ମିଳି ନାହିଁ। କିନ୍ତୁ ନଡ୍ଡାଙ୍କ ଭାଷଣ କାର୍ଯ୍ୟକ୍ରମକୁ ଅନୁମତି ମିଳିଛି। ରଥାଯାତ୍ରାକୁ ଅନୁମତି ନ ମିଳିବା ନେଇ ଭାଜପା ନେତାଙ୍କ ସ୍ବର କଡ଼ା ହେବାରେ ଲାଗିଛି। ଅପରପକ୍ଷରେ ତୃଣମୂଳ ପକ୍ଷରୁ ଶନିବାରଠାରୁ ଆରମ୍ଭ ହେଉଥିବା ବାଇକ୍‌ ରାଲିକୁ ପୋଲିସ ବିଭାଗ ପକ୍ଷରୁ ଅନୁମତି ମିଳିଛି। ନଦିଆ ଜିଲାର ନବଦ୍ୱୀପରେ ଜନସମର୍ଥନ ଯାତ୍ରା ଭାବେ ଏହି ଦୁଇ ଦିନିଆ ରାଲି କରାଯାଉଛି। ରାଲି ଛପରାରୁ ଆରମ୍ଭ ହୋଇ ତ୍ରିବେଣୀ, କୃଷ୍ଣାନଗର ଦେଇ ପଲାସୀରେ ପହଞ୍ଚିବ। ଏନେଇ କୃଷ୍ଣାନଗର ପୋଲିସ ଅଧିକ୍ଷକ ବିଶ୍ୱଜିତ୍‌ ଘୋଷ କହିଛନ୍ତି ଯେ, ନବଦ୍ୱୀପ ରାଲିକୁ ଅନୁମତି ପ୍ରଦାନ କରାଯାଇଛି। କିନ୍ତୁ ରଥ ଯାତ୍ରା ଲାଗି କୌଣସି ଅନୁମତି ଦିଆ ଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri