ଟ୍ରସ୍‌ଙ୍କ ଫୋନ୍‌ ହ୍ୟାକ୍‌ କରାଇଥିଲେ ପୁଟିନ୍‌…

ଲଣ୍ଡନ/ମସ୍କୋ,୩୦।୧୦: ୟୁକ୍ରେନ ସହିତ ଯୁଦ୍ଧ ପରେ ଆମେରିକା ଏବଂ ବ୍ରିଟେନ ପରି ଦେଶର ପରବର୍ତ୍ତୀ ପଦକ୍ଷେପ ଉପରେ ରୁଷିଆର ତୀକ୍ଷ୍‌ଣ ନଜର ରଖିଛି। ଏଭଳି ପରିସ୍ଥିତିରେ ରୁଷିଆ ରାଷ୍ଟ୍ରପତି ଭ୍ଳାଡିମିର ପୁଟିନ ନାଟୋ ଦେଶର ପ୍ରତ୍ୟେକ କାର୍ଯ୍ୟକଳାପ ଉପରେ ନଜର ରଖିବା ପାଇଁ ସମସ୍ତ ପ୍ରକାର ଚେଷ୍ଟା କରୁଥିଲେ। ବର୍ତ୍ତମାନ ଏହା ଜଣାପଡିଛି ଯେ ବ୍ରିଟେନର ପୂର୍ବତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ଲିଜ ଟ୍ରସ୍‌ଙ୍କ ବ୍ୟକ୍ତିଗତ ମୋବାଇଲଫୋନକୁ ପୁଟିନନ୍‌ ହ୍ୟାକ କରାଇଛନ୍ତି।

ଡେଲି ମେଲ ରିପୋର୍ଟ ଅନୁଯାୟୀ,ପୁଟିନ୍‌ଙ୍କ ପାଇଁ କାର୍ଯ୍ୟ କରୁଥିବା ଜଣେ ସନ୍ଦିଗ୍ଧ ଏଜେଣ୍ଟ ଲିଜ ଟ୍ରସ୍‌ଙ୍କ ଫୋନକୁ ହ୍ୟାକ କରିଥିଲେ। ଟ୍ରସ୍‌ ବ୍ରିଟେନର ବୈଦେଶିକ ମନ୍ତ୍ରୀ ଥିବାବେଳେ ଏହି ଘଟଣା ଘଟିଥିଲା।

ରିପୋର୍ଟ ଅନୁଯାୟୀ, ଟ୍ରସ୍‌ଙ୍କ ଫୋନ ହ୍ୟାକ ହେବା ପରେ ଅନେକ ଗୁପ୍ତ ତଥ୍ୟ ଲିକ ହୋଇଥିଲା। ଏଥିରେ ଟ୍ରସ୍‌ଙ୍କର ଘନିଷ୍ଠ ବନ୍ଧୁ କ୍ୱାସି କ୍ୱାର୍ଟେଙ୍ଗଙ୍କ ସହିତ ତାଙ୍କର ବ୍ୟକ୍ତିଗତ ବାର୍ତ୍ତା ମଧ୍ୟ ଅନ୍ତର୍ଭୁକ୍ତ ଥିଲା। ପରେ କ୍ୱାର୍ଟେଙ୍ଗ ବ୍ରିଟେନର ଅର୍ଥମନ୍ତ୍ରୀ ହୋଇଥିଲେ। ଏହା ବ୍ୟତୀତ ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ପରେ ଟ୍ରସ୍‌ ଏବଂ ଅନ୍ୟ ଦେଶର ବୈଦେଶିକ ମନ୍ତ୍ରୀଙ୍କ ସହ ହୋଇଥିବା ଆଲୋଚନା ମଧ୍ୟ ଲିକ୍‌ ହୋଇଛି। ଏଥିରେ, ୟୁକ୍ରେନକୁ ପଠାଯିବାକୁ ଥିବା ଅସ୍ତ୍ରଶସ୍ତ୍ର ସମ୍ବନ୍ଧୀୟ ଅନେକ ଗୁରୁତ୍ୱପୂର୍ଣ୍ଣ ସୂଚନା ରହିଥିଲା।

ଟ୍ରସ୍‌ଙ୍କ ଫୋନ ହ୍ୟାକ ହୋଇଥିବା ଘଟଣା ଦୁଇ ମାସ ତଳେ ଜଣାପଡିଥିଲା। ପ୍ରଧାନମନ୍ତ୍ରୀ ହେବା ପାଇଁ ଟ୍ରସ୍‌ ସେତେବେଳେ ଚାଲିଥିବା ନେତୃତ୍ୱ ଅଭିଯାନର ଏକ ଅଂଶ ଥିଲେ। ପରେ ସେ ମଧ୍ୟ ପ୍ରଧାନମନ୍ତ୍ରୀ ହୋଇଥିଲେ, ଯଦିଓ ତାଙ୍କୁ ଏକ ମାସ ପରେ ତାଙ୍କ ପଦରୁ ଇସ୍ତଫା ଦେବାକୁ ପଡିଥିଲା।

ଏକ ବର୍ଷ ଧରି ଟ୍ରସ୍‌ଙ୍କ ମୋବାଇଲରୁ ମେସେଜ ଡାଉନଲୋଡ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ତେବେ ବ୍ରିଟିଶ ସରକାର ଏ ସମ୍ପର୍କରେ କିଛି କହିବାକୁ ମନା କରି ଦେଇଛନ୍ତି। ସରକାରୀ ମୁଖପାତ୍ର କହିଛନ୍ତି ଯେ ସାଇବର ବିପଦରୁ ସୁରକ୍ଷା କରିବା ପାଇଁ ସେମାନଙ୍କ ପାଖରେ ଏକ ଦୃଢ଼ ବ୍ୟବସ୍ଥା ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri