Posted inଜାତୀୟ

ଆଜି ଆସ୍ଥା ଲୋଡ଼ିବେ ଚମ୍ପାଇ

ରାଞ୍ଚି,୫।୨: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍‌ ସରକାର ସୋମବାର ବିଧାନସଭାରେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବେ। ଏଥିପାଇଁ ୩ ଦିନ ହେଲା ହାଇଦ୍ରାବାଦରେ ରହିଥିବା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ନେତୃତ୍ୱାଧୀନ ମେଣ୍ଟର ବିଧାୟକମାନେ ରବିବାର ସ୍ବତନ୍ତ୍ର ବିମାନ ଯୋଗେ ରାଞ୍ଚି ଫେରୁଛନ୍ତି।

ଦୁର୍ନୀତି ମାମଲାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଗିରଫ ହୋଇଥିଲେ। ୨୪ ଘଣ୍ଟାର ଡ୍ରାମାବାଜି ପରେ ଶୁକ୍ରବାର ଚମ୍ପାଇ ସୋରେନ୍‌ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଘୋଡ଼ାବେପାର ଆଶଙ୍କା କରି ଶୁକ୍ରବାରଠାରୁ ଜେଏମ୍‌ଏମ୍‌ ନେତୃତ୍ୱାଧୀନ ମେଣ୍ଟର ୩୯ ବିଧାୟକ ହାଇଦ୍ରାବାଦ ଯାଇ ଶମିରପେଟ୍‌ସ୍ଥିତ ରିସୋର୍ଟରେ ରହିଥିଲେ। ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀ ଉକ୍ତ ବିଧାୟକମାନଙ୍କ ସହ ରାଞ୍ଚତ୍ ଆସିବେ ବୋଲି ପୂର୍ବରୁ କୁହାଯାଉଥିଲାବେଳେ ସେ ଦଳୀୟ ନେତାମାନଙ୍କ ସହ ଅନ୍ୟ ଏକ ବିମାନରେ ସୋମବାର ଆସିବେ ବୋଲି ଜଣାପଡ଼ିଛି।

ଏଠାରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାରେ ସାମିଲ ହେବେ। ଅନ୍ୟପକ୍ଷରେ ଚମ୍ପାଇ ସୋରେନ୍‌ଙ୍କ ସରକାରଙ୍କୁ ସର୍ତ୍ତମୂଳକ ଭାବେ ସମର୍ଥନ କରିବେ ବୋଲି ରବିବାର ଜେଏମ୍‌ଏମ୍‌ ବିଧାୟକ ଲୋବିନ୍‌ ହେମ୍ବ୍ରମ୍‌ ରାଜି ହୋଇଛନ୍ତି। ଦଳ ଅଧ୍ୟକ୍ଷ ଶିବୁ ସୋରେନ୍‌ଙ୍କ ସହ ଆଲୋଚନାବେଳେ ସେ କେତେକ ଦାବି ରଖିବା ସହ ସେଗୁଡ଼ିକ ପୂରଣ ହେବା ଜରୁରୀ ବୋଲି କହିଥିଲେ। ରାଜ୍ୟରେ ମଦ ନିଷେଧ ହେବା ସହ ଜଙ୍ଗଲ ସୁରକ୍ଷା ଓ ଜଳ ସଂରକ୍ଷଣ ପାଇଁ ସେ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri