Posted inଜାତୀୟ

ସବୁବେଳେ ସତ୍ୟର ବିଜୟ

ନୂଆଦିଲ୍ଲୀ,୫ା୮: ଆପରାଧିକ ମାନହାନି ମାମଲାରେ ମିଳିଥିବା ଦଣ୍ଡ ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ସବୁବେଳେ ସତ୍ୟର ବିଜୟ ହୋଇଆସିଛି। ଆଜି ନ ହେଲେ କାଲି କିମ୍ବା ପରଦିନ ସତର ବିଜୟ ନିଶ୍ଚିତ। ମୋ କାର୍ଯ୍ୟକୁ ନେଇ ମୋ ପାଇଁ ପଥ ପରିଷ୍କାର ରହିଛି। ମୋ ମନରେ ସ୍ପଷ୍ଟତା ରହିଛି। ସ୍ନେହ ଦେଇ ସମର୍ଥନ କରିଥିବାରୁ ଜନସାଧାରଣଙ୍କୁ ଧନ୍ୟବାଦ।
ରାୟକୁ ସ୍ବାଗତକରି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି, ଆଜି ଏକ ଖୁସିର ଦିନ। ଏହା କେବଳ ରାହୁଲଙ୍କ ପାଇଁ ନୁହେଁ, ବରଂ ଦେଶବାସୀ ଓ ଗଣତନ୍ତ୍ରର ବିଜୟ। ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିବାର ୨୪ ଘଣ୍ଟା ଭିତରେ ତାଙ୍କ ଲୋକ ସଭା ସଦସ୍ୟତା ରଦ୍ଦ କରାଯାଇଥିଲା। ସେ ଏମ୍‌ପି ପଦ ଫେରିପାଇବାକୁ କେତେ ସମୟ ଲାଗିବ। ସମ୍ବିଧାନ ବଞ୍ଚତ୍ଛି ଏବଂ ଏହା ହେଉଛି ଲୋକେ ନ୍ୟାୟ ପାଇବାର ଦୃଷ୍ଟାନ୍ତ। ଏହା ସାଧାରଣ ଜନତା ଓ ସାମ୍ବିଧାନିକ ସିଦ୍ଧାନ୍ତର ବିଜୟ। ସର୍ବୋଚ୍ଚ ଅଦାଲତଙ୍କ ରାୟ ଭାଜପାର ଷଡ଼ଯନ୍ତ୍ରକୁ ଧରାପକାଇଦେଇଛି। ଲୋକ ସଭାରେ କଂଗ୍ରେସ ନେତା ଅଧୀର ରଞ୍ଜନ ଚୌଧରୀ ବାଚସ୍ପତିଙ୍କୁ ରାହୁଲଙ୍କ ସଦସ୍ୟତା ପୁନଃ ଅବସ୍ଥାପିତ କରିବା ପାଇଁ ଅନୁରୋଧ କରିଛନ୍ତି। ରାହୁଲଙ୍କୁ ଗୃହକୁ ଆସିବାକୁ ଅନୁମତି ଦିଆଯାଉ ବୋଲି ଲୋକ ସଭାରେ ଅଧ୍ୟକ୍ଷତା କରୁଥିବା ରାଜେନ୍ଦ୍ର ଅଗ୍ରଓ୍ବାଲଙ୍କ ନିକଟରେ ସେ ଦାବି କରିଥିଲେ। ରାଜେନ୍ଦ୍ର କହିଥିଲେ, ବାଚସ୍ପତି ଓମ୍‌ ବିର୍ଲା ଏହି ଘଟଣାକ୍ରମକୁ ସ୍ବତଃ ସଜ୍ଞାନକୁ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri