Posted inଜାତୀୟ

ସତ୍ୟ ଗୁରୁତ୍ୱପୂର୍ଣ୍ଣ, କାହାର ମନ୍ତବ୍ୟ ନୁହେଁ: ନୀତୀଶ

ପାଟନା,୬।୫: ବିହାର ପଛୁଆ ରାଜ୍ୟ ହେବା ପାଇଁ ନୀତୀଶ କୁମାରଙ୍କ ୧୫ବର୍ଷର ଶାସନ ଦାୟୀ ବୋଲି ଗୁରୁବାର ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର ସମାଲୋଚନା କରିଥିଲେ। ନୂଆ ଚିନ୍ତାଧାରା ଓ ଉଦ୍ୟମରେ ରାଜ୍ୟରେ ବିକାଶ ଆଣିବା ଲାଗି ସେ ଏକ ମିଶନ ଘୋଷଣା କରିଥିଲେ। ତେବେ ପ୍ରଶାନ୍ତଙ୍କ ମନ୍ତବ୍ୟକୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଅଗ୍ରାହ୍ୟ କରିଛନ୍ତି। କ’ଣ ସତ ତାହା ହେଉଛି ଗୁରୁତ୍ୱପୂର୍ଣ୍ଣ, ପ୍ରଶାନ୍ତ କିଶୋରଙ୍କ ମନ୍ତବ୍ୟ ନୁହେଁ ବୋଲି ସେ ଗଣମାଧ୍ୟମକୁ କହିଛନ୍ତି। ବିହାର ପାଇଁ ତାଙ୍କ ସରକାର କ’ଣ ଭଲ କାମ କରିଛି କି ନାହିଁ ତାହା ଜନସାଧାରଣ ଭଲ ଭାବେ ଜାଣନ୍ତି। ତେଣୁ ରାଜ୍ୟବାସୀ ଏହାର ଜବାବ ଦେବା ଲାଗି ସେ ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ଲାଲୁ ଯାଦବ ଏବଂ ନୀତୀଶ କୁମାରଙ୍କ ୩୦ବର୍ଷର ଶାସନରେ ବିହାର ଦେଶର ସବୁଠୁ ପଛୁଆ ଓ ଗରିବ ରାଜ୍ୟରେ ପରିଣତ ହୋଇଥିବା ନିର୍ବାଚନ ରଣନୀତିକାର ଅଭିଯୋଗ କରିଥିଲେ। ସୂଚନା ମୁତାବକ, ୨୦୧୫ରେ ପ୍ରଶାନ୍ତ କିଶୋର ଓ ତାଙ୍କ ସଂଗଠନ ଆଇ-ପିଏସି ବିହାର ବିଧାନସଭା ନିର୍ବାଚନରେ ନୀତୀଶଙ୍କୁ ମୁଖ୍ୟମନ୍ତ୍ରୀ କରାଇବା ଲାଗି କାର୍ଯ୍ୟ କରିଥିଲେ। ମୁଖ୍ୟମନ୍ତ୍ରୀ ହେବା ପରେ ନୀତୀଶ ନିର୍ବାଚନ ପ୍ରତିଶ୍ରୁତି କାର୍ଯ୍ୟକାରୀ କରିବା ଲାଗି ଯୋଜନା ଓ କାର୍ଯ୍ୟକ୍ରମ ରୂପାୟନ ନିମନ୍ତେ ପ୍ରଶାନ୍ତଙ୍କୁ ତାଙ୍କ ଉପଦେଷ୍ଟା ନିଯୁକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ...

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri