ସତ ଓକାଳିଲେ ସର୍ବେଶ୍ୱର

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ୨ଦିନିଆ ରିମାଣ୍ଡରେ ନେଇ କ୍ରାଇମବ୍ରାଞ୍ଚ ଜେରା କରିଛି। ଜେରାବେଳେ ସର୍ବେଶ୍ୱର ସତ ଓକାଳିଛନ୍ତି। ଟାଟା କମ୍ପାନୀରେ ନିଯୁକ୍ତି ନାଁରେ ଠକେଇ ସହ ପ୍ରଦୀପଙ୍କ ଆକାଉଣ୍ଟରେ ଟଙ୍କା କାରବାର ନେଇ ଅନେକ ଗୋପନ ତଥ୍ୟ କ୍ରାଇମ୍‌ବ୍ରାଞ୍ଚର ହସ୍ତଗତ ହୋଇଛି। ନିଯୁକ୍ତି ନେଇ ପ୍ରାର୍ଥୀ ପିଛା କେତେ ଟଙ୍କା ଆଦାୟ କରାଯାଉଥିଲା, ଏଥିରେ କେଉଁ ଏଜେଣ୍ଟ ସହଯୋଗ କରୁଥିଲେ ଓ ବେଆଇନ ଟଙ୍କା କାରବାର ସମ୍ପର୍କିତ ତଥ୍ୟ ସମ୍ପର୍କରେ କ୍ରାଇମବ୍ରାଞ୍ଚ ତଥ୍ୟ ପାଇଛି। ଠକେଇ ସଂକ୍ରାନ୍ତ ତଥ୍ୟ ଓ ପ୍ରମାଣ ହସ୍ତଗତ ହେବା ପରେ ସମ୍ପୃକ୍ତ ଏଜେଣ୍ଟମାନଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କ୍ରାଇମବ୍ରାଞ୍ଚର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଟାଟାରେ ଚାକିରି କରାଇଦେବା ନେଇ ଆକାଶ ଓ ପ୍ରଦୀପଙ୍କ ମଧ୍ୟସ୍ଥ ସାଜିଥିଲେ ସର୍ବେଶ୍ବର। ଏହାର ସୁରାକ ଉଭୟ ଆକାଶ ଓ ପ୍ରଦୀପଙ୍କଠୁ ପଚରାଉଚରା ବେଳେ ମିଳିଥିଲା। ଉକ୍ତ ସୂଚନା ଆଧାରରେ ପ୍ରମାଣ ଯୋଗାଡ ପରେ ଗତ ୧୭ରେ କ୍ରାଇମବ୍ରାଞ୍ଚ ଟିମ୍‌ ସର୍ବେଶ୍ୱରଙ୍କୁ ଗିରଫ କରିଥିଲା। ସୋମବାରଠାରୁ ୨ଦିନିଆ ରିମାଣ୍ଡରେ ଆଣି ପଚରାଉଚରା ପରେ ବୁଧବାର କୋର୍ଟ ଚାଲାଣ କରାଯିବ। ପ୍ରକାଶ ଥାଉ କି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ, ଟାଟା କମ୍ପାନୀ ନାଁରେ ନିଯୁକ୍ତି ଜାଲିଆତି ଓ ଠକେଇ ମାମଲାରେ ତାଙ୍କ ପୁଅ ଆକାଶ ଏବଂ ଏସବୁ ଲିଙ୍କ୍‌ ରେ ପ୍ରଦୀପ ଗିରଫ ହୋଇଥିଲେ। ଏହାପରେ ଠକେଇ ଓ ପ୍ରଦୀପଙ୍କ ଲିଙ୍କ୍‌ରେ ସର୍ବେଶ୍ୱରଙ୍କୁ କ୍ରାଇମ୍‌ବ୍ରାଞ୍ଚ ବ୍ରହ୍ମପୁରରୁ ଗିରଫ କରିଥିଲା। ସେହିଭଳି ଆକାଶଙ୍କ ବ୍ୟକ୍ତିଗତ ସହାୟକ ପିଟର ଡେଭିଡ୍‌ଙ୍କୁ ମଧ୍ୟ ପୁଣେରୁ ଆଣି ପଚରାଉଚରା ବେଳେ ସର୍ବେଶ୍ୱରଙ୍କ ସମ୍ପର୍କରେ ତଥ୍ୟ କ୍ରାଇମବ୍ରାଞ୍ଚ ହାତରେ ଲାଗିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri