ପକ୍ଷୀଙ୍କ ତୃଷ୍ଣା ମେଣ୍ଟାଇବାକୁ ପ୍ରୟାସ

ବାଲେଶ୍ୱର ଅଫିସ,୧୪।୫: ପ୍ରବଳ ଗରମରେ ଅସ୍ତବ୍ୟସ୍ତ ଜନଜୀବନ। ଘରୁ ବାହାରିବା ଏକପ୍ରକାର ଅସମ୍ଭବ ହୋଇପଡିଛି। ଦିନ ୧୨ଟା ସୁଦ୍ଧା ବାଲେଶ୍ୱରରେ ତାପମାତ୍ରା ୩୪ ଡିଗ୍ରୀ ଉପରେ ରହୁଥିବା ବେଳେ ଅସହ୍ୟ ଗୁଳୁଗୁଳି ହେଉଛି। ଟିକିଏ ଗଛ ମୂଳର ଛାଇ ଦେଖି ଅଟକି ଯାଉଛନ୍ତି ପଥଚାରୀ। ଏଥିରେ ପ୍ରାଣୀପକ୍ଷୀଙ୍କୁ ମଧ୍ୟ ନିସ୍ତାର ନାହିଁ। ପ୍ରବଳ ଖରାରେ ପାଣି ଟୋପେ ପାଇଁ ମଧ୍ୟ ଛଟପଟ ହେଉଛନ୍ତି। ବାଲେଶ୍ୱର ସହର ଦାମୋଦରପୁର ଅଞ୍ଚଳର କେତେଜଣ ମିଶି ନିରୀହ ପକ୍ଷୀମାନଙ୍କ ପାଇଁ ଛୋଟ ପ୍ରୟାସଟିଏ ଆରମ୍ଭ କରିଛନ୍ତି। ତାତିକୁ ଦୃଷ୍ଟିରେ ରଖି କଲେଜ ଓ ସ୍କୁଲ ପିଲାମାନେ ପକ୍ଷୀଙ୍କ ପାଇଁ ପାନୀୟଜଳ ବ୍ୟବସ୍ଥା କରିଛନ୍ତି। ଯୁବ ସାମାଜିକ କର୍ମୀ ଚିତ୍ତରଞ୍ଜନ ନାୟକଙ୍କ ତତ୍ତ୍ୱାବଧାନରେ କଲେଜ ଛାତ୍ରୀ ପିଙ୍କି ଦାସ ଓ ଦଶମ ଶ୍ରେଣୀ ଛାତ୍ର ଭାଗିରଥି ନାୟକ, ଗୃହିଣୀ ସୂଚନା ସାମଲ, ଛାତ୍ରୀ ଋତୁକ୍ରିଷ୍ଣା ପରିଡ଼ା, ସୁରେନ୍ଦ୍ର କୁମାର ସିଂ, ସାଏନ ଦାସ ଓ ରୋହିତ ଦାସ ପ୍ରମୁଖ ସହଦେବଖୁଣ୍ଟା ଓ ଦାମୋଦରପୁରର ବିଭିନ୍ନ ସ୍ଥାନରେ ମାଟିପାତ୍ର ଝୁଲେଇ ପକ୍ଷୀଙ୍କ ପିଇବା ପାଣି ବ୍ୟବସ୍ଥା କରିଛନ୍ତି। ଯାହା ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି। ଏଥିସହିତ ସମସ୍ତେ ନିଜ ଘର ଆଗରେ ତଥା ଛାତରେ ଏପରି ପାଣିପାତ୍ର ରଖି ମଣିଷପଣିଆ ଦେଖାଇବା ପାଇଁ ଏକ ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?