ଜୈବବିବିଧତା କ୍ଷେତ୍ରରେ ଟିଏସ୍‌ଏମ୍‌ଏଲ୍‌ ସମ୍ମାନିତ

ଭୁବନେଶ୍ୱର,୧୧।୧୦: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଟାଟା ଷ୍ଟିଲ ମାଇନିଂ ଲିମିଟେଡ଼ (ଟିଏସ୍‌ଏମ୍‌ଏଲ୍‌)କୁ ‘ଗ୍ରୋ ଉଇଥ୍‌ ନେଚର’ ଏବଂ ‘ନେଚର ଆଣ୍ଡ ୱାଇଲ୍ଡ ଲାଇଫ୍‌ କଞ୍ଜରଭେଶନ୍‌ ସୋସାଇଟି ଅଫ୍‌ ଓଡ଼ିଶା’ (ଏନ୍‌ଡବ୍ଲ୍ୟସିଏସ୍‌ଓ) ପକ୍ଷରୁ ସମ୍ମାନିତ କରାଯାଇଛି। ବିଶେଷକରି ଜୈବବିବିଧତାର ସଂରକ୍ଷଣ ଦିଗରେ କମ୍ପାନୀ ବ୍ୟାପକ ପଦକ୍ଷେପ ନେଇଛି। ଏପରିକି ପରିବେଶ ସମ୍ପର୍କିତ ସଚେତନତା ସୃଷ୍ଟି ଓ ସ୍ଥାନୀୟ ଲୋକଙ୍କ ସହଯୋଗ ଦ୍ୱାରା ପରିବେଶ ସଂରକ୍ଷଣରେ ସକ୍ରିୟ ଯୋଗଦାନ ପାଇଁ କମ୍ପାନୀକୁ ଏଭଳି ଏକ ସମ୍ମାନ ପ୍ରଦାନ କରାଯାଇଛି। ଅପରପକ୍ଷରେ ୬୮ତମ ବନ୍ୟଜନ୍ତୁ ସପ୍ତାହ ପାଳନ ଅବସରରେ ଆଞ୍ଚଳିକ ପ୍ରାକୃତିକ ବିଜ୍ଞାନ ସଂଗ୍ରହାଳୟର ସହଭାଗିତାରେ ଏନ୍‌ଡବ୍ଲ୍ୟୁସିଏସ୍‌ଓ ପକ୍ଷରୁ ‘ବନ୍ୟଜନ୍ତୁ ସଂରକ୍ଷଣ ପାଇଁ ଦାୟିତ୍ୱବାନ ଅଂଶୀଦାରମାନଙ୍କ ଯୋଗଦାନ’ ସମ୍ପର୍କିତ ଏକ ଜାତୀୟସ୍ତରର କର୍ମଶାଳାରେ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଟିଏସ୍‌ଏମ୍‌ଏଲ୍‌ ପକ୍ଷରୁ କମ୍ପାନୀର ସହକାରୀ ମହାପ୍ରବନ୍ଧକ ଦେବରାଜ ତିୱାରୀ ଉକ୍ତ ପୁରସ୍କାର ରାଉରକେଲା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆରସିସିଏଫ୍‌) ଡ. ଅରୁଣ କୁମାର ମିଶ୍ର ଏବଂ ଏନ୍‌ଡବ୍ଲ୍ୟୁସିଏସ୍‌ଓର ସଭାପତି ସରୋଜ କୁମାର ପଟ୍ଟନାୟକଙ୍କଠାରୁ ଗ୍ରହଣ କରିଥିଲେ। ଉକ୍ତ କର୍ମଶାଳାରେ ଏନ୍‌ଡବ୍ଲ୍ୟୁସିଏସ୍‌ଓ ଅଧ୍ୟକ୍ଷା ଗାୟତ୍ରୀ ଦେବୀଙ୍କ ସମେତ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri