ବିପିସିଏଲ୍‌ ସହ ଟିଏସ୍‌ଏମ୍‌ଏଲ୍‌ର ବୁଝାମଣା

ଭୁବନେଶ୍ୱର,୧୩।୫: ଦେଶର ପ୍ରମୁଖ ଘରୋଇ ଶିଳ୍ପସଂସ୍ଥା ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ୍‌ (ଟିଏସ୍‌ଏମ୍‌ଏଲ୍‌) ଏବଂ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌ (ବିପିସିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର ହୋଇଯାଇଛି। ଟିଏସ୍‌ଏମ୍‌ଏଲ୍‌ର ଯାଜପୁରସ୍ଥିତ ଫେରୋ ଆଲଏଜ୍‌ କାରଖାନା ପାଇଁ ଦୀର୍ଘମିଆଦୀ ଲିକ୍ୱିଫାଏଡ୍‌ ନାଚୁରାଲ୍‌ ଗ୍ୟାସ୍‌ (ଏଲ୍‌ଏନ୍‌ଜି) ଯୋଗାଣ ଲାଗି ଗୁରୁବାର ଉଭୟ ସଂସ୍ଥାର ପ୍ରମୁଖ ଅଧିକାରୀଙ୍କ ଉପସ୍ଥିତିରେ ଉକ୍ତ ବୁଝାମଣା ହୋଇଥିଲା। ଓଡ଼ିଶା ସରକାରଙ୍କ ଶିଳ୍ପ ସଚିବ ହେମନ୍ତ ଶର୍ମାଙ୍କ ଉପସ୍ଥିତିରେ ଉକ୍ତ ଏମ୍‌ଓୟୁ ହୋଇଥିବା ବେଳେ ଉଭୟ ସଂସ୍ଥାଙ୍କୁ ସେ ପ୍ରଶଂସା କରିଥିଲେ।
ଏ ସମ୍ପର୍କରେ ଟିଏସ୍‌ଏମ୍‌ଏଲ୍‌ର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ସତିଜା କହିଛନ୍ତି, ବିପିସିଏଲ୍‌ ସହ ଆମ ସହଭାଗିତା ଯାଜପୁରସ୍ଥିତ ଫେରୋ ଆଲଏଜ୍‌ କାରଖାନାକୁ ଦ୍ରୁତ ଏଲ୍‌ଏନ୍‌ଜି ଯୋଗାଣ ସୁନିଶ୍ଚିତ କରିବ। ଏପରିକି ଡିକାର୍ବନାଇଜେଶନ ପ୍ରତି ଆମ ପ୍ରତିବଦ୍ଧତା ଓ ଦୀର୍ଘସ୍ଥାୟୀ ଯୋଜନା ଅନୁସାରେ ଉକ୍ତ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ସେହିଭଳି ଆମେ ଭାବୁଛୁ ଯେ ଏହି ସହଭାଗିତା କାର୍ବନ ଫୁଟ୍‌ପ୍ରିଣ୍ଟକୁ ହ୍ରାସ କରିବାରେ ଆମକୁ ସହାୟକ ହେବା ସହ ପରିବେଶ ଉପରେ ସକାରାତ୍ମକ ପ୍ରଭାବ ପକାଇବ। ବିପିସିଏଲ୍‌ର ମୁଖ୍ୟ (ଗ୍ୟାସ୍‌) ପୂର୍ବ ରୌଫ୍‌ ଏମ୍‌ ଖାନ୍‌ କହିଛନ୍ତି, ଟାଟା ଷ୍ଟିଲ୍‌ ମାଇନିଂ ସହ ସହଭାଗିତ ସ୍ଥାପନ କରିବା ଏବଂ ସେମାନଙ୍କ ପରିଚାଳନା ପାଇଁ ପ୍ରାକୃତିକ ଗ୍ୟାସ୍‌ ଯୋଗାଣ କରୁଥିବାରୁ ଆମେ ବହୁତ ଖୁସି। ଏହା ଡିକାର୍ବନାଇଜେଶନ ଲକ୍ଷ୍ୟ ଦିଗ ଆଡ଼କୁ ନିକଟତର କରିବାରେ ଆମକୁ ସକ୍ଷମ କରିପାରିଛି। ଅପରପକ୍ଷରେ ଦୀର୍ଘସ୍ଥାୟୀ ଲକ୍ଷ୍ୟ ହାସଲ କରିବା ଏବଂ ଏକ ସବୁଜ ଭବିଷ୍ୟତ ଆଡ଼କୁ କମ୍ପାନୀର ଉଦ୍ୟମକୁ ଆହୁରି ସୁଦୃଢ଼ କରିବାରେ ଟାଟା ଷ୍ଟିଲ୍‌ ମାଇନିଂର ଯାତ୍ରା ପ୍ରତି ଏହି ଏମ୍‌ଓୟୁ ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri