ଫିଲିପାଇନ୍ସରେ ୭.୫ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ, ଜାରି ହେଲା ସୁନାମି ଚେତାବନୀ

ନୂଆଦିଲ୍ଲୀ,୨।୧୨: ଫିଲିପାଇନ୍ସର ମାଇଣ୍ଡାନାଓରେ ୭.୫ ତୀବ୍ରତାର ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଏହି ଭୂମିକମ୍ପର ପ୍ରଭାବ ଦେଖି ଆମେରିକା ପକ୍ଷରୁ ସୁନାମି ଚେତାବନୀ ଜାରି କରାଯାଇଛି।

ଗତ ମାସ ଆରମ୍ଭରେ ମଧ୍ୟ ଦକ୍ଷିଣ ଫିଲିପାଇନ୍ସରେ ୬.୭ ତୀବ୍ରତାର ଏକ ଭୂକମ୍ପରେ ଆଠ ଜଣଙ୍କର ମୃତ୍ୟୁ ଘଟିଥିଲା। ସାରଙ୍ଗାନି, ଦକ୍ଷିଣ କୋଟାବାଟୋ ଏବଂ ଡାଭାଓ ଅସିଡେଣ୍ଟାଲ୍ ପ୍ରଦେଶରୁ ଏହି ମୃତ୍ୟୁ ହୋଇଥିବା ବେଳେ ଏହି କମ୍ପନରୁ ୧୩ ଜଣ ଆହତ ହୋଇଥିବା ବେଳେ ୫୦ ରୁ ଅଧିକ ଘର ଏବଂ ଅନ୍ୟାନ୍ୟ ଅଟ୍ଟାଳିକା ନଷ୍ଟ ହୋଇଥିଲା।

ଫିଲିପାଇନ୍ସ ପ୍ରଶାନ୍ତ ମହାସାଗରର “ରିଙ୍ଗ ଅଫ୍ ଫାୟାର” ରେ ଅବସ୍ଥିତ। ଆମେରିକାର ଭୂତତ୍ବ ସର୍ବେକ୍ଷଣ ଏହାକୁ ବିଶ୍ୱର ସବୁଠାରୁ ଭୂକମ୍ପ ଏବଂ ଆଗ୍ନେୟଗିରି ସକ୍ରିୟ ଅଞ୍ଚଳ ଭାବରେ ବର୍ଣ୍ଣନା କରିଛି। ତେଣୁକରି ଏହି ଅଂଚଳରେ ବାରମ୍ବାର ଭୂମିକମ୍ପ ଅନୁଭୂତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

F-16 ଫାଇଟର ଜେଟ୍‌ ଦୁର୍ଘଟଣା, ହୁତୁହୁତୁ ହୋଇ…

ଓ୍ବାଶିଂଟନ,୧୮।୯: ଆମେରିକାର ମିଚିଗାନରେ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଟେକ୍ସାସ ଏୟାର ନ୍ୟାସନାଲ ଗାର୍ଡର ଏକ F-16 ଫାଇଟର ଜେଟ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଗ୍ରାଣ୍ଡ ଟ୍ରାଭର୍ସ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୮।୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

୧୦୦% ଟାରିଫ ଧମକରେ ନଇଁବନି ଭାରତ! ଟ୍ରମ୍ପଙ୍କୁ ଦେଲା କଡ଼ା ଜବାବ, କହିଲା…

ନୂଆଦିଲ୍ଲୀ, ୧୭।୯: ରୁଷିଆ ଓ ଇରାନ ବିରୋଧରେ ନୂଆ ପ୍ରତିବନ୍ଧକ ବ୍ୟବସ୍ଥା ସମ୍ପର୍କିତ ଆମେରିକୀୟ ଆଇନକୁ ନେଇ ଭାରତ ସତର୍କ ନଜର ରଖିଛି। ଆମେରିକାର ସଂସଦରେ ଏ…

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?