Posted inଖେଳ

ଟିଟି ଖେଳାଳି ଚନ୍ଦ୍ରଶେଖରଙ୍କ ଦେହାନ୍ତ

ଚେନ୍ନାଇ,୧୩।୫(ପି.ଟି.): ସମ୍ମାନଜନକ ଅର୍ଜୁନ ପୁରସ୍କାର ଜିତିଥିତ୍ବା ଭାରତୀୟ ଟେବୁଲ ଟେନିସ ଖେଳାଳି ଭି. ଚନ୍ଦ୍ରଶେଖର ୬୪ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଏକ ସ୍ଥାନୀୟ ପ୍ରାଇଭେଟ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି ବୋଲି ତାଙ୍କ ପରିବାର ତରଫରୁ କୁହାଯାଇଛି।
ମୃତ୍ୟୁ ବେଳକୁ ତାଙ୍କ ପାଖରେ ପୁଅ ଓ ସ୍ତ୍ରୀ ରହିଥିଲେ। ଚନ୍ଦ୍ରା ଭାବେ ଲୋକପ୍ରିୟ ଥିବା ଏହି ପୂର୍ବତନ ଖେଳାଳି ୩ଥର ଜାତୀୟ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛନ୍ତି। ସେ ଚେନ୍ନାଇସ୍ଥିତ ତାମିଝାଗା ଟେବୁଲ ଟେନିସ ଆସୋସିଏଶନର ଅଧ୍ୟକ୍ଷ ଓ ଏସ୍‌ଡିଏଟି- ମେଡିମିକ୍ସ ଟିଟି ଏକାଡେମୀର ନିର୍ଦ୍ଦେଶକ ଏବଂ ହେଡ୍‌ କୋଚ୍‌ ରହିଥିଲେ। ଚେନ୍ନାଇ ଜନ୍ମିତ ଚନ୍ଦ୍ରଶେଖର ୧୯୮୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସେମିଫାଇନାଲରେ ପ୍ରବେଶ କରିଥିଲେ। ଇଞ୍ଜୁରି କାରଣରୁ ସେ ୧୯୮୩ରେ ଅବସର ନେଇଥିଲେ। ତେବେ କୋଚ୍‌ ଭାବେ ସେ ବେଶ୍‌ ସଫଳ ରହିଥିଲେ। ତାଙ୍କ ଦେହାନ୍ତରେ ଟିଟି ଖେଳାଳି ଶରଥ କମଲ, ଜି. ସାଥିୟଁା, ଏସ. ରମଣ ଓ ଏମ୍‌.ଏସ୍‌. ମିଥିଲି ଶୋକ ପ୍ରକାଶ କରିଛନ୍ତି। ସାରା ଟିଟି ଜଗତ ମଧ୍ୟ ତାଙ୍କ ଦେହାନ୍ତରେ ଶୋକ ଜାହିର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲା ICC: T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତି ଉପରେ ନେଲା ଏମିତି ନିଷ୍ପତ୍ତି

ନୂଆଦିଲ୍ଲୀ,୯।୨: ପୁରୁଷ T20 ବିଶ୍ୱକପ୍‌ରେ ବାଂଲାଦେଶର ଅନୁପସ୍ଥିତିକୁ ନେଇ ICC ଦୁଃଖ ପ୍ରକାଶ କରିଛି। ତେବେ ଏହି ଘଟଣା ପାଇଁ ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଉପରେ…

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ଇଟାଲୀକୁ ହରାଇ ସ୍କଟଲାଣ୍ଡର ବିଜୟ ଅଭିଯାନ ଆରମ୍ଭ

କୋଲକାତା,୯ା୨- ଟି୨୦ ବିଶ୍ୱକପ୍‌ରେ ସୋମବାର ଖେଳାଯାଇଥିବା ମ୍ୟାଚ୍‌ରେ ସ୍କଟଲାଣ୍ଡ ୭୩ ରନର ବ୍ୟବଧାନରେ ଇଟାଲୀକୁ ପରାସ୍ତ କରିଛି। ଏହି ବିଜୟ ସହ ସ୍କଟଲାଣ୍ଡ ଟି୨୦ ବିଶ୍ୱକପ୍‌ ଲାଗି…

ସ୍ୱର୍ଣ୍ଣରୁ ବଞ୍ଚିତ ହେଲେ ମନୁ ଭାକର

ନୂଆଦିଲ୍ଲୀ, ୯ା୨: ଅଲିମ୍ପିକ ଡବଲ ବ୍ରୋଞ୍ଜ ପଦକ ବିଜେତା ମନୁ ଭାକର ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ଅଳ୍ପକେ ସ୍ୱର୍ଣ୍ଣ ପଦକ ପାଇବାରୁ ବଞ୍ଚିତ ହୋଇଛନ୍ତି।…

ଏହି ଗୋଟିଏ ସର୍ତ୍ତ ସହିତ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ! ଜାଣନ୍ତୁ କ’ଣ ହେଲା ବଡ଼ ଡିଲ୍‌

ନୂଆଦିଲ୍ଲୀ,୯।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ହେବାର ସମ୍ଭାବନା ଉପରେ ଆଲୋଚନା ଚାଲିଛି। ଆଇସିସି କାର୍ଯ୍ୟସୂଚୀ ଅନୁଯାୟୀ, ଫେବୃଆରୀ ୧୫ ତାରିଖରେ ଶ୍ରୀଲଙ୍କାର କଲମ୍ବୋରେ ଉଭୟ…

ଟି-୨୦ ବିଶ୍ୱକପ୍: ବଡ଼ ଦଳଙ୍କୁ ନାକେଦମ୍ କଲେଣି ‘ଅଣ୍ଡରଡଗ୍ସ’, ଚର୍ଚ୍ଚାରେ ଏସବୁ ମ୍ୟାଚ୍

ନୂଆଦିଲ୍ଲୀ,୯।୨: ଚଳିତ ଟି-୨୦ ବିଶ୍ୱକପ୍‌ର ପ୍ରଥମ ସପ୍ତାହ କ୍ରିକେଟ ଜଗତର ସମସ୍ତ ପୁରୁଣା ସମୀକରଣକୁ ବଦଳାଇ ଦେଇଛି। ଯେଉଁ ଛୋଟ ଦଳମାନଙ୍କୁ ଦିନେ ‘ଦୁର୍ବଳ’ ବୋଲି କୁହାଯାଉଥିଲା,…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri