ଜମି ବିବାଦରୁ ବାପପୁଅଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ପାରଳାଖେମୁଣ୍ଡି,୧୯ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ସାରିଆପଲ୍ଲୀ ଗ୍ରାମରେ ଜମିଜମା ବିବାଦକୁ କେନ୍ଦ୍ରକରି ଗୁରୁବାର ରାତିରେ ଗ୍ରାମର ଗୋଟିଏ ପରିବାରର ବାପପୁଅଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଦୀର୍ଘଦିନ ଧରି ଚାଲିଥିବା ଏହି ବିବାଦ ଉଗ୍ରରୂପ ନେଇଛି। ଆକ୍ରମଣରେ ଗୁରୁତର ହୋଇଥିବା ବାପପୁଅ ହେଲେ ବି. ଭାସ୍କର ରାଓ ଏବଂ ତାଙ୍କ ପୁଅ ବି. ବାବୁରାଓ। ଆକ୍ରମଣରେ ଉଭୟ ବାପପୁଅ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ୍‌ସ୍ଥିତ ଏକ ଘରୋଇ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଗୁରାଣ୍ଡି ପୋଲିସ ପହଞ୍ଚତ୍ ତଦନ୍ତ ପରେ ଶୁକ୍ରବାର ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବି. ଖଗେଶ୍ୱର ରାଓ, ବି. ଜ୍ଞାନେଶ୍ୱର ରାଓ, ବି. ତେଜେଶ୍ୱର ରାଓ ଓ ଏନ. ମାଲେଶ୍ୱର ରାଓ।
ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ଗ୍ରାମର ବି. ଭାସ୍କର ଏବଂ ବି. ବାବୁରାଓ ନିଜ ଜମିରେ କାମ କରୁଥିବା ସମୟରେ ସେହି ଗ୍ରାମର ଗୋଟିଏ ପରିବାରର ଉପରୋକ୍ତ ୪ଜଣଙ୍କ ସମେତ ବି.ରାଙ୍ଗାରାଓ ଏବଂ ବି. ବାଲାରାଜୁ ସେଠାରେ ପହଞ୍ଚତ୍ ଭାସ୍କର ଓ ବାବୁରାଓଙ୍କୁ ଶାବଳ, କାତି ଓ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ କରିଥିଲେ। ଆକ୍ରମଣରେ ଉଭୟ ବାପପୁଅ ଗୁରୁତର ହୋଇଥିଲେ। ପ୍ରଥମେ ସେମାନଙ୍କୁ ଗୁରାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ପରେ ପାରଳାଖେମୁଣ୍ଡିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରୁ ଅବସ୍ଥା ସଙ୍କଟାପନ୍ନ ହେବାରୁ ଶୁକ୍ରବାର ଶ୍ରୀକାକୁଲମକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସମୟରେ ବି. ରବି କୁମାରଙ୍କ ସମେତ ଆଉ ଜଣେ ବ୍ୟକ୍ତି ମଧ୍ୟ ଆହତ ହୋଇଥିବା ଜଣାପଡ଼ିଛି। ଉଭୟ ପକ୍ଷ ଗୁରାଣ୍ଡି ଥାନାରେ ଅଭିଯୋଗ କରିଛନ୍ତି। ଏହାକୁ ଭିତ୍ତିକରି ପୋଲିସ ନଂ. ୯୪/୨୬ ଓ ୯୫/୨୬ରେ ଦୁଇଟି ମାମଲା ରୁଜୁ କରି ତ୍ୱରିତ ପଦକ୍ଷେପ ନେଇଛି। ବାବୁରାଓଙ୍କ ଅଭିଯୋଗକୁ ଆଧାରକରି ଆକ୍ରମଣରେ ସମ୍ପୃକ୍ତ ୬ ଜଣଙ୍କ ମଧ୍ୟରୁ ୪ ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଛି। ୨ଜଣ ଫେରାର ଥିବା ଏସ୍‌ଆଇ ଅମ୍ବିକା ବେଣିଆ କହିଛନ୍ତି। ସୂଚନାଯୋଗ୍ୟ, ଉଭୟ ପକ୍ଷ ଗୋଟିଏ ପରିବାରର ସଦସ୍ୟ। ଦୀର୍ଘଦିନ ଧରି ଜମି ଓ ସମ୍ପତ୍ତିକୁ ନେଇ ସେମାନଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଏହି ବିବାଦ ନେଇ ପାରଳାଖେମୁଣ୍ଡି ସିଭିଲ କୋର୍ଟ (ବରିଷ୍ଠ ବିଭାଗ)ରେ ମାମଲା ଚାଲିଥିଲା। ମାସେ ତଳେ ବାବୁରାଓଙ୍କ ସପକ୍ଷରେ ରାୟ ପ୍ରକାଶ ପାଇଛି। ଏହା ପରେ ଏପରି ଘଟଣା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri