୨୨ରେ ଖୋଲିବ ଟିଟିଏଲ୍‌ର ଆଇପିଓ

ଭୁବନେଶ୍ୱର,୨୧ା୧୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଟାଟା ଗ୍ରୁପର ସହଯୋଗୀ ସଂସ୍ଥା ଟାଟା ଟେକ୍ନୋଲୋଜି ଲିମିଟେଡ୍‌ (ଟିଟିଏଲ୍‌)ର ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଚଳିତ ବର୍ଷ ନଭେମ୍ବର ୨୨ରେ ଖୋଲିବ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ସୂଚନା ପ୍ରଦାନ କରାଯାଇଛି। ବିଶେଷ କରି କମ୍ପାନୀର ୬୦,୮୫୦,୨୭୮ ଇକ୍ୱିଟି ଶେୟାର ଉକ୍ତ ଆଇପିଓ ଜରିଆରେ ଉପଲବ୍ଧ କରାଯିବ। ଏହି ଅଫର ୨୦୨୩ ନଭେମ୍ବର ୨୪ରେ ବନ୍ଦ ହେବ। ସେହିଭଳି ଏହାର ଆଙ୍କର ନିବେଶକମାନେ ଅଫର ଖୋଲିବାର ଗୋଟିଏ ଦିନ ପୂର୍ବରୁ (୨୦୨୩ ନଭେମ୍ବର୨୧) ବିଡ୍‌ ଦାଖଲ କରିପାରିବେ। ଉକ୍ତ ଅଫରରେ ଇକ୍ୱିଟି ଶେୟାରର ମୂଲ୍ୟ ୪୭୫ରୁ ୫୦୦ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି। ସେହିପରି ସର୍ବନିମ୍ନ ୩୦ଟି ଇକ୍ୱିଟି ଶେୟାର ପାଇଁ ବିଡ୍‌ ଦାଖଲ କରାଯାଇପାରିବ ଏବଂ ଏହା ପରେ ୩୦ଟି ଲେଖାଏଁ ଇକ୍ୱିଟି ଶେୟାର ଗୁଣିତକ ଭାବେ ଯୋଡ଼ାଯାଇପାରିବ। ଫଳରେ ଅଫର ଫର ସେଲ୍‌ରେ ଟାଟା ମୋଟର୍ସ ଲିମିଟେଡ୍‌ ୪୬,୨୭୫,୦୦୦ ଇକ୍ୱିଟି ଶେୟାର, ଆଲ୍‌ଫା ଟିସି ହୋଲଡିଂସ ପିଟିଇ ଲିମିଟେଡ୍‌ ୯,୭୧୬,୮୫୩ ଇକ୍ୱିଟି ଶେୟାର ଏବଂ ଟାଟା କ୍ୟାପିଟାଲ୍‌ ଗ୍ରୋଥ୍‌ ଫଣ୍ଡ୍‌ ୧୪,୮୫୮,୪୨୫ ଇକ୍ୱିଟି ଶେୟାର ଉପଲବ୍ଧ କରାଇପାରିବେ। ଅପରପକ୍ଷରେ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡର ନିୟମ ଅନୁସାରେ ଉକ୍ତ ଅଫରର ୫୦% ପର୍ଯ୍ୟନ୍ତ ଇକ୍ୱିଟି ଶେୟାର ସମାନୁପାତିକ ଭିତ୍ତିରେ ଯୋଗ୍ୟ ସଂସ୍ଥାଗତ ନିବେଶକ (କ୍ୟୁଆଇବି) ମାନଙ୍କ ଲାଗି ରହିବ। ଏପରିକି ବୁକ୍‌ ରନିଂ ଲିଡ୍‌ ମ୍ୟାନେଜରଙ୍କ ପରାମର୍ଶରେ କ୍ୟୁଆଇବି ଭାଗର ୬୦% ଇକ୍ୱିଟି ଶେୟାରକୁ ଆଙ୍କର ନିବେଶକମାନଙ୍କ ଲାଗି ଉପଲବ୍ଧ କରାଯାଇପାରିବ। ସେଥିରୁ ଅତିକମ୍‌ରେ ଏକ ତୃତୀୟାଂଶ ଇକ୍ୱିଟି ଶେୟାରକୁ ସ୍ଥାନୀୟ ମ୍ୟୁଚୁଆଲ ଫଣ୍ଡ୍‌ଗଡ଼ିକୁୁ ପ୍ରଦାନ କରାଯିବ। ଯଦି ସ୍ଥାନୀୟ ମ୍ୟୁଚୁଆଲ ଫଣ୍ଡ୍‌ ସବୁ ଶେୟାର ନେବେ ନାହିଁ ତେବେ ଅବଶିଷ୍ଟ ଶେୟାରକୁ କ୍ୟୁଆଇବିଙ୍କ ପାଇଁ ପୁଣି ଥରେ ସାମିଲ କରାଯାଇପାରିବ। ଉକ୍ତ ଅଫରର ୧୫% ଇକ୍ୱିଟି ଶେୟାର ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ରହିବ। ସେବି ନିୟମ ଅନୁସାରେ ନେଟ୍‌ ଅଫରର ୩୫% ପର୍ଯ୍ୟନ୍ତ ଇକ୍ୱିଟି ଶେୟାରକୁ ଖୁଚୁରା ନିବେଶକମାନଙ୍କ ଲାଗି ଉପଲବ୍ଧ କରାଯିବ। ବିଶେଷକରି କମ୍ପାନୀର ଇକ୍ୱିଟି ଶେୟାରଗୁଡ଼ିକୁ ବିଏସଇ ଲିମିଟେଡ୍‌ ଓ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ଇଣ୍ଡିଆ ଲିମିଟେଡ୍‌ରେ ତାଲିକାଭୁକ୍ତ କରିବା ଲାଗି ରେଡ୍‌ ହେରିଂ ପ୍ରସପେକ୍ଟସ୍‌ରେ ପ୍ରସ୍ତାବ ରହିଛି। ଏହି ଅଫରର ବୁକ୍‌ ରନିଂ ଲିଡ୍‌ ମ୍ୟାନେଜର ଯଥା ଜେଏମ୍‌ ଫାଇନାନ୍ସିଆଲ ଲିମିଟେଡ୍‌, ସିଟି ଗ୍ରୁପ୍‌ ଗ୍ଲୋବାଲ୍‌ ମାର୍କେଟ୍‌ସ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ ଓ ବିଓଏଫ୍‌ଏ ସିକ୍ୟୁରିଟିଜ୍‌ ଇଣ୍ଡିଆ ଲିମିଟେଡ୍‌ ଇତ୍ୟାଦି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri