ବନ୍ଦ ହେଲା ଟିଟିପିଏସ୍‌: ପୂର୍ବାହ୍ନ ୮ଟା ୪୩ରେ ଲିଭିଲା ଲାଇଟ୍‌

ତାଳଚେର,୧ା୪(ନି.ପ୍ର.)
ଅନୁଗୋଳ ଜିଲା ତାଳଚେରଠାରେ ଥିବା ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ ପାୱାର ଷ୍ଟେଶନ (ଟିଟିପିଏସ୍‌) ପୂର୍ବ ଘୋଷଣା ଅନୁଯାୟୀ ବୁଧବାରଠାରୁ ବିଧିବଦ୍ଧ ଭାବେ ବନ୍ଦ ହୋଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶ କାର୍ଯ୍ୟକାରୀ କରି ନ ଥିବାରୁ ୫୪ ବର୍ଷର ଏହି ପୁରୁଣା ତାପଜ ବିଦ୍ୟୁତ୍‌ କେନ୍ଦ୍ରର ପରିଚାଳନା ପାଇଁ ମାର୍ଚ୍ଚ ୩୧ ତାରିଖ ପରେ ଏନ୍‌ଟିପିସି ନିକଟରେ ଆବଶ୍ୟକ ଅନୁମତି ନ ଥିଲା। ତେଣୁ ପୂର୍ବାହ୍ନ ୮ଟା ୪୩ରେ ପ୍ଲାଣ୍ଟରୁ ବିଦ୍ୟୁତ୍‌ ଉତ୍ପାଦନ ବନ୍ଦ ସହ ଲାଇଟ୍‌ ଲିଭାଇ ଦିଆଯାଇଥିଲା। ତେବେ ଶ୍ରମିକଙ୍କ ମଧ୍ୟରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ସେଠାରେ ୫ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।
ପ୍ରକାଶ ଯେ, ଗତ ୨୨ ତାରିଖ ରାତିରେ ହଠାତ୍‌ ଏନ୍‌ଟିପିସି କର୍ତ୍ତୃପକ୍ଷ ଟିଟିପିଏସ୍‌ର ସମସ୍ତ ୬ଟି ୟୁନିଟ୍‌କୁ ବନ୍ଦ କରିଦେଇଥିଲେ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଥିଲେ। ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟି ଷ୍ଟେଜ୍‌-୩ ପ୍ରକଳ୍ପ ସ୍ଥାପନ କରିବାକୁ ଅନୁମୋଦନ ଦେଇସାରିଥିବାରୁ ତୁରନ୍ତ ଉକ୍ତ କାର୍ଯ୍ୟ ଆରମ୍ଭ ନିମନ୍ତେ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ଆର.କେ. ସିଂଙ୍କୁ ମୁଖ୍ୟମନ୍ତ୍ରୀ ଗତ ୨୪ ତାରିଖରେ ଚିଠି ଲେଖିଥିଲେ। ଏହାପରେ ପ୍ଲାଣ୍ଟର କେବଳ ୩ନଂ. ୟୁନିଟ୍‌ରୁ ବିଦ୍ୟୁତ୍‌ ଉତ୍ପାଦନ କରାଯାଉଥିଲା। ତେବେ ୩୧ ତାରିଖଠାରୁ ଟିଟିପିଏସ୍‌ ବନ୍ଦ ହେବାକୁ ଯାଉଥିବା ନେଇ ଏନ୍‌ଟିପିସି ସେକ୍ରେଟାରୀ ନନ୍ଦିନୀ ସରକାର ଗତ ୩୦ ତାରିଖରେ କେନ୍ଦ୍ର ଓ ରାଜ୍ୟ ସରକାର ଏବଂ ଟିଟିପିଏସ୍‌ କର୍ତ୍ତୃପକ୍ଷଙ୍କୁ ଚିଠି ମାଧ୍ୟମରେ ଜଣାଇ ଦେଇଥିଲେ। ତଦନୁଯାୟୀ ପ୍ଲାଣ୍ଟର ୬ଟି ୟୁନିଟ୍‌ ମଧ୍ୟରୁ କାର୍ଯ୍ୟକ୍ଷମ ଥିବା ଏକମାତ୍ର ୩ନଂ. ୟୁନିଟ୍‌ରୁ ସକାଳେ ବିଦ୍ୟୁତ୍‌ ଉତ୍ପାଦନ ବନ୍ଦ କରାଯାଇଥିଲା।
ତାଳଚେର ଥର୍ମାଲ ପାଓ୍ବାର ଷ୍ଟେଶନ(ଟିଟିପିଏସ)ର ନୂଆ ୟୁନିଟ ସ୍ଥାପନ ହେବ। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜାତୀୟ ବିଦ୍ୟୁତ ନିଗମ(ଏନଟିପିସି) ଅଧ୍ୟକ୍ଷ ଗୁରୁଦୀପ ସିଂହଙ୍କ ମଧ୍ୟରେ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଖୁବଶୀଘ୍ର ଗ୍ରୀଡକୋ, ଏନଟିପିସି, ଶକ୍ତି ଓ ଅନ୍ୟାନ୍ୟ ବିଭାଗଗୁଡିକ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହେବ। ଏଥିରେ ନୂଆ ୟୁନିଟ ପ୍ରତିଷ୍ଠା ଏବଂ ସ୍ଥାନୀୟ ବାସିନ୍ଦାଙ୍କର ଆପତ୍ତି ଅଭିଯୋଗର ଆଶୁ ସମାଧାନ ନିମନ୍ତେ ନିର୍ଦ୍ଦିଷ୍ଟ ଯୋଜନା ପ୍ରସ୍ତୁତ ହେବ । ଏହି ମିଳିତ ଯୋଜନାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଟିଟିପିଏସର ନୂଆ ୟୁନିଟ ଓ ସ୍ଥାନୀୟ ଲୋକମାନଙ୍କର ବିଭିନ୍ନ ସମସ୍ୟା ଉପରେ ଉଭୟ ଆଲୋଚନା କରିଥିଲେ।
ସୂଚନା ଯୋଗ୍ୟ ଯେ ଟିଟିପିଏସ ସମସ୍ତ ୟୁନିଟ ମାର୍ଚ୍ଚ ୩୧ରେ ବନ୍ଦ ହେବା ନେଇ ଖବର ମାର୍ଚ୍ଚ ୨୩ ତାରିଖରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ଏହା ପରେ ଟିଟିପିଏସ ବନ୍ଦ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାର୍ଚ୍ଚ ୨୪ ତାରିଖରେ କେନ୍ଦ୍ର ଶକ୍ତି ରାଷ୍ଟ୍ର ମନ୍ତ୍ରୀ(ସ୍ବାଧିନ) ଆର.କେ. ସିଂଙ୍କୁ ଚିଠି ଲେଖିଥିଲେ। ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଟିଟିପିଏସ ବନ୍ଦକୁ ନେଇ ବିଧାନସଭାରେ ମଧ୍ୟ ଉଦ୍‌ବେଗ ପ୍ରକାଶ ପାଇଥିଲା। ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ମାର୍ଚ୍ଚ ୨୫ ତାରିଖ ଶୂନ୍ୟକାଳରେ ଟିଟିପିଏସ ବନ୍ଦ ପ୍ରସଙ୍ଗ ଉଠାଇ ବାଚସ୍ପତିଙ୍କ ଦୃଷ୍ଟି ଦୃଷ୍ଟି ଆକର୍ଷଣ କରିଥିଲେ। ସେହି କାରଖାନାକୁ କିପରି ପୁନଃ କାର୍ଯ୍ୟକ୍ଷମ କରାଯିବ ସେ ନେଇ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏକ କମିଟି ଡାକି ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri