ଟିଟିପିଏସ୍‌ ଆଜିଠୁ ବନ୍ଦ: ଏନ୍‌ଟିପିସି

ତାଳଚେର,୩୧ା୩(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଅନୁଗୋଳ ଜିଲା ତାଳଚେର ଥର୍ମାଲ ପାୱାର ଷ୍ଟେଶନ(ଟିଟିପିଏସ୍‌)କୁ ନେଇ ଲାଗି ରହିଥିବା ନାନା କଳ୍ପନାଜଳ୍ପନାର ମଙ୍ଗଳବାର ଅନ୍ତଃ ଘଟାଇଛନ୍ତି ଏନ୍‌ଟିପିସି କର୍ତ୍ତୃପକ୍ଷ। ପୂର୍ବ ନିର୍ଦ୍ଧାରିତ ତାରିଖ ତଥା ଆସନ୍ତା ୩୧(ବୁଧବାର)ରୁ ୫୪ ବର୍ଷର ଏହି ପୁରୁଣା ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୟୁନିଟ୍‌ଗୁଡ଼ିକୁ ବିଧିବଦ୍ଧ ଭାବେ ବନ୍ଦ କରାଯିବ ବୋଲି କମ୍ପାନୀ ନିଷ୍ପତ୍ତି ନେଇଛି। ଏ ନେଇ ଏନ୍‌ଟିପିସି ସେକ୍ରେଟାରୀ ନନ୍ଦିନୀ ସରକାର କେନ୍ଦ୍ର ଓ ରାଜ୍ୟ ସରକାର ଏବଂ ଟିଟିପିଏସ୍‌ କର୍ତ୍ତୃପକ୍ଷଙ୍କୁ ଚିଠି ମାଧ୍ୟମରେ ଜଣାଇ ଦେଇଛନ୍ତି। ତେବେ ଟିଟିପିଏସ୍‌ରେ ଷ୍ଟେଜ-୩ ୟୁନିଟ୍‌ ସ୍ଥାପନ ସମ୍ପର୍କରେ ଏନ୍‌ଟିପିସି କର୍ତ୍ତୃପକ୍ଷ କିଛି ଉଲ୍ଲେଖ କରି ନ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶ ପାଳନ କରି ନ ଥିବାରୁ ମାର୍ଚ୍ଚ ୩୧ ପରଠାରୁ ଟିଟିପିଏସ୍‌ ପରିଚାଳନା ପାଇଁ ଏନ୍‌ଟିପିସିକୁ ଅନୁମତି ମିଳିନାହିଁ। ତେବେ ନିର୍ଦ୍ଧାରିତ ତାରିଖ ପୂର୍ବରୁ ଅର୍ଥାତ୍‌ ଗତ ୨୨ ତାରିଖ ରାତିରୁ ଏନ୍‌ଟିପିସି କର୍ତ୍ତୃପକ୍ଷ ପର୍ଯ୍ୟାୟକ୍ରମେ ଟିଟିପିଏସ୍‌ର ୬ଟି ୟୁନିଟ୍‌କୁ ବନ୍ଦ କରିଦେଇଥିଲେ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଥିଲେ। ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟି ଷ୍ଟେଜ୍‌-୩ ପ୍ରକଳ୍ପ ସ୍ଥାପନ କରିବାକୁ ଅନୁମୋଦନ ଦେଇସାରିଥିବାରୁ ତୁରନ୍ତ ଉକ୍ତ କାର୍ଯ୍ୟ ଆରମ୍ଭ ନିମନ୍ତେ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ଆର.କେ. ସିଂଙ୍କୁ ମୁଖ୍ୟମନ୍ତ୍ରୀ ଗତ ୨୪ ତାରିଖରେ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

ପର୍ଯ୍ୟଟନ ସ୍ଥଳରେ ପଡୁଛି ପ୍ଲାଷ୍ଟିକ: ପଦକ୍ଷେପ ପାଇଁ…

ନୂଆପଡ଼ା,୧୬।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ପର୍ଯ୍ୟଟନ ସ୍ଥଳୀ ପତୋରା ଡ୍ୟାମ୍‌ଠାରେ ସ୍ଥାନୀୟ ଯୁବ ସଂଗଠନ ଯୁବା କି ଦହାଡ ପକ୍ଷରୁ ପ୍ଲାଷ୍ଟିକ ମୁକ୍ତ ଅଭିଯାନ...

ଚାଷ ଜମିକୁ କାମ କରିବା ପାଇଁ ଯାଉଥିବାବେଳେ ପାଗଳ ବିଲୁଆ କାମୁଡାରେ ୬ ଆହାତ, ଜଣେ ଗୁରୁତର

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନରସିଂହପୁର, କୁଶପଡ଼ା,ବିଜୟ ପଦ୍ମନାଭପୁର ପ୍ରଭୃତି ଗ୍ରାମର ୬ ଜଣଙ୍କୁ ସୋମବାର ପାଗଳ ବିଲୁଆ କାମୁଡି କ୍ଷତାକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri