ଟିଟିପିଏସ୍‌ ଆଜିଠୁ ବନ୍ଦ: ଏନ୍‌ଟିପିସି

ତାଳଚେର,୩୧ା୩(ନି.ପ୍ର.): ଏନ୍‌ଟିପିସି ପରିଚାଳନାଧୀନ ଅନୁଗୋଳ ଜିଲା ତାଳଚେର ଥର୍ମାଲ ପାୱାର ଷ୍ଟେଶନ(ଟିଟିପିଏସ୍‌)କୁ ନେଇ ଲାଗି ରହିଥିବା ନାନା କଳ୍ପନାଜଳ୍ପନାର ମଙ୍ଗଳବାର ଅନ୍ତଃ ଘଟାଇଛନ୍ତି ଏନ୍‌ଟିପିସି କର୍ତ୍ତୃପକ୍ଷ। ପୂର୍ବ ନିର୍ଦ୍ଧାରିତ ତାରିଖ ତଥା ଆସନ୍ତା ୩୧(ବୁଧବାର)ରୁ ୫୪ ବର୍ଷର ଏହି ପୁରୁଣା ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୟୁନିଟ୍‌ଗୁଡ଼ିକୁ ବିଧିବଦ୍ଧ ଭାବେ ବନ୍ଦ କରାଯିବ ବୋଲି କମ୍ପାନୀ ନିଷ୍ପତ୍ତି ନେଇଛି। ଏ ନେଇ ଏନ୍‌ଟିପିସି ସେକ୍ରେଟାରୀ ନନ୍ଦିନୀ ସରକାର କେନ୍ଦ୍ର ଓ ରାଜ୍ୟ ସରକାର ଏବଂ ଟିଟିପିଏସ୍‌ କର୍ତ୍ତୃପକ୍ଷଙ୍କୁ ଚିଠି ମାଧ୍ୟମରେ ଜଣାଇ ଦେଇଛନ୍ତି। ତେବେ ଟିଟିପିଏସ୍‌ରେ ଷ୍ଟେଜ-୩ ୟୁନିଟ୍‌ ସ୍ଥାପନ ସମ୍ପର୍କରେ ଏନ୍‌ଟିପିସି କର୍ତ୍ତୃପକ୍ଷ କିଛି ଉଲ୍ଲେଖ କରି ନ ଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ନିର୍ଦ୍ଦେଶ ପାଳନ କରି ନ ଥିବାରୁ ମାର୍ଚ୍ଚ ୩୧ ପରଠାରୁ ଟିଟିପିଏସ୍‌ ପରିଚାଳନା ପାଇଁ ଏନ୍‌ଟିପିସିକୁ ଅନୁମତି ମିଳିନାହିଁ। ତେବେ ନିର୍ଦ୍ଧାରିତ ତାରିଖ ପୂର୍ବରୁ ଅର୍ଥାତ୍‌ ଗତ ୨୨ ତାରିଖ ରାତିରୁ ଏନ୍‌ଟିପିସି କର୍ତ୍ତୃପକ୍ଷ ପର୍ଯ୍ୟାୟକ୍ରମେ ଟିଟିପିଏସ୍‌ର ୬ଟି ୟୁନିଟ୍‌କୁ ବନ୍ଦ କରିଦେଇଥିଲେ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଥିଲେ। ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କ୍ଲିୟରାନ୍ସ କମିଟି ଷ୍ଟେଜ୍‌-୩ ପ୍ରକଳ୍ପ ସ୍ଥାପନ କରିବାକୁ ଅନୁମୋଦନ ଦେଇସାରିଥିବାରୁ ତୁରନ୍ତ ଉକ୍ତ କାର୍ଯ୍ୟ ଆରମ୍ଭ ନିମନ୍ତେ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ) ଆର.କେ. ସିଂଙ୍କୁ ମୁଖ୍ୟମନ୍ତ୍ରୀ ଗତ ୨୪ ତାରିଖରେ ଚିଠି ଲେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସିଜିଏସଟି ସୁପରିଟେଣ୍ଡେଣ୍ଟ, ବାନ୍ଧିଲା CBI

ବାଲେଶ୍ବର,୯।୫ ବାଞ୍ଛାନିଧି ଦେ): ଲାଞ୍ଚ ନେଉଥିବାବେଳେ କେନ୍ଦ୍ରୀୟ ଦ୍ରବ୍ୟ ଓ ସେବାକର (ସିଜିଏସଟି)ବିଭାଗର ବାଲେଶ୍ବର ଆଞ୍ଚଳିକ ଅଧୀକ୍ଷକ (ଟେକ୍ନିକାଲ  ସୁପରିଟେଣ୍ଡେଣ୍ଟ) ଓମ ପ୍ରକାଶ ନାୟକଙ୍କୁ ସିବିଆଇ ଟିମ…

ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ କଥା କହିଲେ ସାଙ୍ଗ ଓମ୍‌, ଯୁବତୀଙ୍କୁ ମାଡ଼ ମାରିଥିଲେ ହେଲେ…

ଭୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ମୃତ୍ୟୁକୁ ନେଇ ସାଂଘାତିକ ଖୁଲାସ କଲେ ସାଙ୍ଗ ଓମ ପ୍ରକାଶ। ଦୁଇ ଯୁବତୀ ଆଣିଥିବା ଅଭିଯୋଗକୁ ଓମ୍‌ ଖଣ୍ଡନ କରିଛନ୍ତି। ତେବେ…

ଟାଓ୍ବାର ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଢେଙ୍କାନାଳ,୯।୫: ଟେଲିଫୋନ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ। ଢେଙ୍କାନାଳ ଟାଉନଥାନା ନିକଟରେ ଥିବା ଟାୱାର ଉପରେ ଚଢି ଉପରେ ବସିଛନ୍ତି ଯୁବକ। ଢେଙ୍କାନାଳ କାମାକ୍ଷାନଗର…

ଭୋଜି ଖାଇ ବର୍ତ୍ତିଆ ଗାଁରେ ଝାଡାବାନ୍ତି; ୮୦ରୁ ଅଧିକ ଆକ୍ରାନ୍ତ, ଗାଁରେ ଡାକ୍ତରୀ ଦଳ

ଖପ୍ରାଖୋଲ, ୯।୫(ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ବର୍ତ୍ତିଆ ଗାଁରେ ବାହା ଭୋଜି ଖାଇ ୮୦ରୁ ଅଧିକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ…

ଭାଜପା ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ହେଲେ ସୌଦାମିନୀ ଦେହୁରୀ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦେବଗଡ,୯।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଭାଜପାର ଜିଲା ମହିଳା ମୋର୍ଚ୍ଚା ସଭା ନେତ୍ରୀ ସୌଦାମିନୀ ଦେହୁରୀଙ୍କୁ ଦେବଗଡ଼ ଜିଲା ପାଇଁ ଦାୟିତ୍ୱ ମିଳିଛି। ଦାୟିତ୍ୱ ଦେଇ ଥିବାରୁ…

ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଭୋଳି ସାହୁଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭଞ୍ଜନଗର,୯।୫(ବାବୁଲା ପ୍ରଧାନ): ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା…

ଅବିନାଶ ନନ୍ଦଙ୍କୁ ବଡ଼ ଦାୟିତ୍ୱ ଦେଲା ଭାଜପା: ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ

ଭବାନୀପାଟଣା,୯।୫(ଉତ୍ତମ କୁମାର ଦାଶ): ଭାଜପା ଯୁବ ମୋର୍ଚ୍ଚା ରାଜ୍ୟ ସଭାପତି ଅଭିଳାଷ ପଣ୍ଡା ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲା ପାଇଁ ଯୁବ ମୋର୍ଚ୍ଚା ଜିଲା ସଭାପତିଙ୍କ ନାମ…

ହାତୀଙ୍କୁ ଠେଙ୍ଗାରେ ପିଟିବା ସହ ହାତୀପଲଙ୍କ ଭିଡିଓ କରି ସୋସିଆଲ ମିଡିଆରେ ଛାଡିବା ପଡିଲା ମହଙ୍ଗା: ବିଳମ୍ବିତ ରାତିରେ ୨ ନାବାଳକ ଗିରଫ

ପାଟଣା, ୯।୫(ବୀର କିଶୋର ଦାଶ): ଗତ ୪/୫ଦିନ ତଳେ ୪ଟି ଦନ୍ତା ହାତୀପାଟଣା ରେଞ୍ଜ ମଲ୍ଲିପଶି ବିଟରେ ଡେରା ପକାଇ ଥିବାବେଳେ ହାତୀଙ୍କୁ ଠେଙ୍ଗାରେ ପିଟିବା, ଲାଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri