‘ବନ୍ଦ ହେବନି ଟିଟିପିଏସ୍‌ର ୩ୟ ପର୍ଯ୍ୟାୟ ସମ୍ପ୍ରସାରଣ କାମ’

ଭୁବନେଶ୍ୱର,୨୬।୩(ବ୍ୟୁରୋ): ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ର(ଟିଟିପିଏସ୍‌)ର ତୃତୀୟ ପର୍ଯ୍ୟାୟ ସମ୍ପ୍ରସାରଣକୁ ତ୍ୱରାନ୍ବିତ କରାଯିବ। ଏହାସହ ଭବିଷ୍ୟତରେ ଏହି ପ୍ରକଳ୍ପ ବନ୍ଦ ହେବନାହିଁ ବୋଲି କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ଆର.କେ ସିଂହ ପ୍ରତିଶ୍ରୁତି ଦେଇଥିବା ଟୁଇଟ୍‌ କରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ସେହିପରି ଧର୍ମେନ୍ଦ୍ର ତାଳଚେରରେ ଆଉ ଏକ ନୂଆ ତାପଜ ବଦ୍ୟୁତ୍‌ କେନ୍ଦ୍ରର ପ୍ରତିଷ୍ଠା ପାଇଁ ମଧ୍ୟ କେନ୍ଦ୍ରମନ୍ତ୍ରୀ ସିଂହଙ୍କୁ ଅନୁରୋଧ କରିଛନ୍ତ। ତେବେ ଓଡ଼ିଶା ସରକାର ଏଥିପାଇଁ ଆବଶ୍ୟକ ସହଯୋଗ ଯୋଗାଇ ଦେଲେ ନୂଆ ତାପଜ ବିଦ୍ୟୁତ୍‌ କେନ୍ଦ୍ର ପ୍ରତିଷ୍ଠା କରାଯିବ ବୋଲି ବିଭାଗୀୟ ମନ୍ତ୍ରୀ ଆର.କେ ସିଂହ ପ୍ରତିଶ୍ରୁତି ଦେଇଥିବା ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂର୍ବୋଦୟ କଳ୍ପନାରେ ଏହି ବିକାଶ ହେବ ବୋଲି ଧର୍ମେନ୍ଦ୍ର ସୂଚନା ଦେଇଛନ୍ତି।
ତାଳଚେର ତାପଜ ବିଦ୍ୟୁତ୍‌ କେନ୍ଦ୍ରର ୩ୟ ପର୍ଯ୍ୟାୟର ସମ୍ପ୍ରସାରଣକୁ ତ୍ୱରାନ୍ବିତ କରିବା ପାଇଁ ଶକ୍ତି ମନ୍ତ୍ରଣାଳୟର ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବାକୁ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀଙ୍କୁ ଚିଠି ଲେଖି ଧର୍ମେନ୍ଦ୍ର ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି। ଧର୍ମେନ୍ଦ୍ର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଓଡିଶାକୁ ଦୀର୍ଘ ୨୫ ବର୍ଷ ଶକ୍ତି ଯୋଗାଇବାକୁ ୨୦୧୦ରେ ଏନଟିପିସି ଟିଟିପିଏସର ଷ୍ଟେଜ୍‌-୩ ସମ୍ପ୍ରସାରଣ ପାଇଁ ୧୩୨୦ ମେଗାୱାଟ ପର୍ଯ୍ୟନ୍ତ ଅତ୍ୟାଧୁନିକ ସୁପର କ୍ରିଟିକାଲ ପାୱାର ଷ୍ଟେସନ ଭାବେ ୬୬୦ ମେଗାୱାଟର ୨ଟି ୟୁନିଟ୍‌ ବିଶିଷ୍ଟ ଏକ ପ୍ରକଳ୍ପ ଲାଗି ପ୍ରସ୍ତାବ ଦେଇଥିଲା। ଅକ୍ଟୋବର ୨୦୧୧ରେ ଶକ୍ତି ମନ୍ତ୍ରଣାଳୟ ଦ୍ୱାରା ଏହାକୁ ସର୍ବବୃହତ ପ୍ରକଳ୍ପର ମାନ୍ୟତା ପ୍ରଦାନ କରାଯାଇଥିଲା। ଏଥିପାଇଁ ଏନଟିପିସି ଦ୍ୱାରା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ଆନୁଷଙ୍ଗିକ ଅନୁମତି ପ୍ରଦାନ କରାଯାଇଥିଲା। ୧୮ ଏପ୍ରିଲ ୨୦୧୭ରେ ଏନଟିପିସି ଦ୍ୱାରା ଓଡିଶା ସରକାରଙ୍କ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ପାଇଁ ଆବେଦନ କରାଯାଇଥିଲା। ଏକ ବୃହତ ପ୍ରକଳ୍ପ ହୋଇଥିବା କାରଣରୁ ଓଡ଼ିଶା ସରକାରଙ୍କ ଉଚ୍ଚସ୍ତରୀୟ କମିଟିର ଅନୁମତି ଆବଶ୍ୟକତା ଥିଲା। ମାତ୍ର ଅନୁମୋଦନରେ ବିଳମ୍ବ ଯୋଗୁ କେନ୍ଦ୍ରମନ୍ତ୍ରୀ ୧୧ ସେପ୍ଟେମ୍ବର ୨୦୧୮ରେ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ କହିଥିଲେ। ଏନେଇ କେନ୍ଦ୍ର ଶକ୍ତି ରାଷ୍ଟ୍ରମନ୍ତ୍ରୀ ମଧ୍ୟ ପତ୍ର ଲେଖିଥିଲେ। ପ୍ରଧାନମନ୍ତ୍ରୀ ୨୦୧୮ରେ ଏହି ପ୍ରକଳ୍ପର ଶିଳାନ୍ୟାସ କରିପାରିଥାନ୍ତେ। ମାତ୍ର ୨୦୨୦ ଫେବୃୟାରୀରେ ରାଜ୍ୟ ସରକାରଙ୍କ ଉଚ୍ଚସ୍ତରୀୟ କମିଟି ଏହି ପ୍ରକଳ୍ପ ପାଇଁ ଅନୁମତି ପ୍ରଦାନ କରିଥିଲା। ତେବେ ସ୍ଥାନୀୟ ଜନସାଧାରଣଙ୍କ ଜୀବନଜୀବିକା ତଥା ସ୍ଥାନୀୟ ଅର୍ଥନୀତିକୁ ମଜବୁତ କରିବା ଲାଗି ଏହି ପ୍ରକଳ୍ପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ତେଣୁ ପୂର୍ବ ଭାରତ ଏବଂ ଓଡ଼ିଶାର ସାମାଜିକ ଅର୍ଥନୈତିକ ବିକାଶ ପାଇଁ ସ୍ବଳ୍ପ ମୂଲ୍ୟର ଏବଂ ନିର୍ଭରଯୋଗ୍ୟ ଶକ୍ତିର ନିରନ୍ତର ଉପଲବ୍ଧତାକୁ ସୁନଶ୍ଚିତ କରିବାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ପଦକ୍ଷେପ ନେବା ପାଇଁ ଧର୍ମେନ୍ଦ୍ର ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri