ରାସ୍ତା ମଝିରେ ନଳକୂପ ବଢ଼ାଉଛି ଦୁର୍ଘଟଣା

ବେଲଗୁଣ୍ଠା,୧୦ା୬: ଦୀର୍ଘ ବର୍ଷ ଧରି ରାସ୍ତା ମଝିରେ ଛିଡ଼ା ହୋଇଛି ନଳକୂପ। ଗ୍ରାମବାସୀଙ୍କ ବାରମ୍ବାର ଅଭିଯୋଗ ସତ୍ତ୍ୱେ ରାସ୍ତା ମଝିରୁ ଏହାକୁ ସ୍ଥାନାନ୍ତର କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କର ଆନ୍ତରିକତା ପ୍ରକାଶ ପାଉନଥିବାରୁ ଦିନକୁ ଦିନ ଦୁର୍ଘଟଣାର ବଢୁଛି। ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଉଢୁରା ପଞ୍ଚାୟତର ନୂଆଁ କୋକଲୁଣ୍ଡା ରାସ୍ତାରେ। ଏହି ରାସ୍ତାଟି ନୂଆଁ କୋକଲୁଣ୍ଡା ଦେଇ ରାଜନପଲ୍ଲୀ, ଦାନକିଆରୀ, କନ୍ଧପଲ୍ଲୀ, ଡୁବୁଡୁବା ସାହି ଦେଇ ପ୍ରତାପୁର ପଯର୍‌ୟନ୍ତ ଲମ୍ବିଛି। ଏଠାରେ ମଧ୍ୟ ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦର ମୋ ଖତ ପ୍ଲାଣ୍ଟ୍‌ ରହିଥିବାରୁ ପ୍ରତିଦିନ ଏହି ରାସ୍ତା ଦେଇ ଶହ ଶହ ଗାଡ଼ି ଯାତାୟତ କରିଥାଏ। କିନ୍ତୁ ନଳକୂପଟି ରାସ୍ତାର ମଝିରେ ରହିଥିବାରୁ ଗାଡ଼ି ଗୁଡ଼ିକ ଯିବା ଆସିବାରେ ବହୁ ସମସ୍ୟାର ସମ୍ମୁଖୀନ ହୋଇଥାନ୍ତି। ବେଳେ ବେଳେ ଛୋଟବଡ଼ ଦୁର୍ଘଟଣାର ମଧ୍ୟ ସାମ୍ନା କରିଥାନ୍ତି। ଗତବର୍ଷ ମୋଟର ସାଇକେଲ୍‌ରେ ବାଙ୍କତରା ଗ୍ରାମର ଦୁଇଜଣ ବ୍ୟକ୍ତି ଦୁର୍ଘଟଣାଗ୍ରସ୍ତ ହୋଇ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡ଼ିକାଲ୍‌ରେ ଭର୍ତ୍ତି ହୋଇଥିଲେ। ନଳକୂପଟିକୁ ସ୍ଥାନାନ୍ତର କରିବା ପାଇଁ ଗ୍ରାମବାସୀ ଏବଂ ପଞ୍ଚାୟତ ପ୍ରତିନିଧିମାନଙ୍କ ପକ୍ଷରୁ ବହୁବାର ଅଭିଯୋଗ କରାଯାଇଥିଲେ ଏହାକୁ ବିଭାଗୀୟ ଅଧିକାରୀମାନେ କର୍ଣ୍ଣପାତ କରୁନଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହା ସହିତ ବେଲଗୁଣ୍ଠା ବ୍ଳକ୍‌ରେ ବିଭିନ୍ନ ସ୍ଥାନରେ ନଳକୂପ ଗୁଡ଼ିକ ଅଚଳ ହୋଇପଡ଼ିଥିଲେ ମଧ୍ୟ ବିଭାଗୀୟ ଯନ୍ତ୍ରୀ ଫୋନ୍‌ ଉଠାଉନଥିବା ନେଇ ପଞ୍ଚାୟତ ପ୍ରତିନିଧିମାନେ ଅଭିଯୋଗ କରିଛନ୍ତି। ତୁରନ୍ତ ଏହି ସମସ୍ୟାଗୁଡ଼ିକର ସମାଧାନ କରି ଅଚଳ ନଳକୂପ ଗୁଡ଼ିକୁ ସଚଳ କରିବା ସହ ରାସ୍ତା ମଝିରେ ଥିବା ନଳକୂପଟିକୁ ରାସ୍ତାକଡ଼କୁ ସ୍ଥାନାନ୍ତର କରିବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଜଳ ଯୋଗାଣ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ସରିତା ପତି କହିଛନ୍ତି, ଅଭିଯୋଗ ଆସିଲେ ତୁରନ୍ତ ସମସ୍ୟା ସମାଧାନ ଦିଗରେ
ସେ ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଅଂଶୁଘାତ ସନ୍ଦେହ, : ବନ୍ୟ ପ୍ରାଣୀ ଖାଉଥିବା ଦେଖି…

ଆନନ୍ଦପୁର/ହାଟଡିହୀ, ୨୨।୫ (ସୁଶାନ୍ତ କୁମାର ସାହୁ / ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଗତ ଗୁରୁବାରଠାରୁ ନିଖୋଜ ଥିବା ଗଙ୍ଗାଧର…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଉଦ୍‌ଘାଟିତ ୬୯୨ ପେନ୍‌ସନ, ଭବିଷ୍ୟନିଧି ଅଭିଯୋଗର ଶୁଣାଣି

କୋରାପୁଟ,୨୨ା୫(ଅମିତାଭ ବେହେରା)-କୋରାପୁଟ ସଦ୍‌ଭାବନା ଗୃହରେ ୨ଦିନିଆ ଆନ୍ତଃ ଜିଲା ପେନ୍‌ସନ ଅଦାଲତ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପେନ୍‌ସନ ଓ ଭବିଷ୍ୟନିଧି ସମ୍ବନ୍ଧୀୟ ବକେୟା…

କଳାବୈଶାଖୀର ତାଣ୍ଡବ: ଦାରିଙ୍ଗବାଡିରେ ଉପୁଡିଲା ବଡ଼ ବଡ଼ ଗଛ, ଭାଙ୍ଗିଲା ଘର

ଦାରିଙ୍ଗବାଡି, ୨୨।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକାଧିକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଗୋପାଳପୁରରୁ ରାଇପୁରକୁ ସଂଯୋଗ…

ଗାଈଗୋଠରେ ବଜ୍ରାଘାତ, ଆଉ ତା’ପରେ…

ଗୁଣୁପୁର,୨୨।୫(ସୁଜାତା ପାଢ଼ୀ): କାଳବୈଶାଖୀ ପ୍ରଭାବରେ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଶୁକ୍ରବାର ଝଡ଼ତୋଫାନ ସହ ପ୍ରବଳ ବର୍ଷା ହୋଇଛି। ସେତିକିବେଳେ ଗୁଣପୁର ଓଭର ବ୍ରିଜ କୃଷି ବିଭାଗ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଜିଲା ଆଇନ ସେବା ପ୍ରାଧିକରଣ: ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ କାର୍ଯ୍ୟକ୍ରମ

ଛତ୍ରପୁର,୨୨ା୫ (ଦିଲ୍ଲୀପ ସାମଲ): ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସୁରକ୍ଷିତ ବାଲ୍ୟକାଳ, ସୁରକ୍ଷିତ ଭବିଷ୍ୟତ ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଶୁକ୍ରବାର ଛତ୍ରପୁର ସ୍ଥିତ ବିଜ୍ଞାନ…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri