ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା କେତେକ ନଳକୂପ ଗୁଡିକ ରାସ୍ତାରୁ ତଳେ ରହିଯାଇଛି ା ରାସ୍ତା ତଳେ ରହିଯାଇଥିବାରୁ ନଳକୂପ ଗୁଡିକ ପଥଚାରୀଙ୍କୁ ଦେଖାଯାଉନାହିଁ ା ଉକ୍ତ ରାସ୍ତାରେ ଯାତାୟାତ କରୁଥିବା ଯାତ୍ରୀମାନେ ପିଇବା ପାଣି ପାଇଁ ହଟହଟା ହେଉଛନ୍ତି ା ରାସ୍ତା ତଳେ ନଳକୂପ ଥିବାରୁ ସ୍ଥାନୀୟ ଲୋକେ ବ୍ୟବହାର କରୁଥିବାରୁ ଚାନ୍ଦିନି ଉପରେ ପାଣି ଜମି ରହୁଛି ା ସେହି ନଳକୂପ ଗୁଡିକର ପାଣି ବ୍ୟବହାର ହେଉଥିବାରୁ ନାନାଦି ରୋଗ ଆଶଙ୍କା ରହିଛି ା ସ୍ଥାନୀୟ ଜନସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ରାସ୍ତା ସମାନତାରେ ନଳକୂପ ଗୁଡିକର ଚାନ୍ଦିନି ନିର୍ମାଣ କରିବାକୁ ସାଧାରଣରେ ଦାବି ହେଉଛି।
ସୂଚନା ଅନୁଯାୟୀନ୍‌, ଉକ୍ତ ରାସ୍ତାର ଯୋଗୀସର୍ଡ କଲେଜ ନିକଟସ୍ଥ ଚାରିଛକ କୋଣରେ ଏକ ନଳକୂପ ରହିଛି। ଉକ୍ତ ଚାରିଛକର ପୂର୍ବରୁ ଭାଲୁପାଲି ରାସ୍ତା ଉଚ୍ଚତାରେ ରହିଥିବାବେଳେ ଗୁର୍ଜିଭାଟ-ବାଦିବାହାଲ ନୂତନ ରାସ୍ତା ନିର୍ମାଣ ପରେ ଉକ୍ତ ରାସ୍ତାର ଉଚ୍ଚତା ମଧ୍ୟ ବୃଦ୍ଧି ପାଇଛି। ଏଣୁ ଉକ୍ତ କୋଣରେ ଥିବା ନଳକୂପ ରାସ୍ତା ତଳେ ରହିଯାଇଥିବାରୁ ଆଉ ଯାତ୍ରୀଙ୍କୁ ଦୃଶ୍ୟମାନ ହେଉନାହିଁ ା ଏହାଛଡା ରାସ୍ତା ଉଚ୍ଚତା ପରେ ପାଣି ନିଷ୍କାସନର ବ୍ୟବସ୍ଥା ନ ଥିବାରୁ ନଳକୂପ ଚାନ୍ଦିନିରେ ପାଣି ଜମି ରହୁଛି ା କଲେଜ ଛାତ୍ରୀଛାତ୍ର ସମେତ ସେହି ଅଞ୍ଚଳରେ ରହିଥିବା ହୋଟେଲ ବ୍ୟବସାୟୀମାନେ ଉକ୍ତ ନଳକୂପ ପାଣି ଲୋକଙ୍କୁ ପିଉଥିବାରୁ ଜଳବାହିତ ରୋଗ ହେବା ନେଇ ଆଶଙ୍କା ଦେଖାଦେଇଛି।
ସେହିପରି ବାଦିବାହାଲ ହନୁମାନଛକ ଠାରେ ବାଦିବାହାଲ ବସ୍ତିକୁ ପ୍ରବେଶ ଗେଟ ନିକଟରେ ଆଉ ଏକ ନଳକୂପ ରହିଛି। ସେଠାରେ ମଧ୍ୟ ସମାନ ଅବସ୍ଥା ଲାଗି ରହିଛିା ଏଣୁ ବ୍ଲକ ପ୍ରଶାସନ ଓ ଜନ ସ୍ବାସ୍ଥ୍ୟ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ ଶୀଘ୍ର ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହେଉଛି। ଏ ସମ୍ପର୍କରେ ସ୍ଥାନୀୟ ସରପଞ୍ଚଙ୍କ ସହିତ କଥା ହୋଇ ଆବଶ୍ୟକ ପଦକ୍ଷେପ ନେବେ ବୋଲି ବିଭାଗୀୟ ଯନ୍ତ୍ରୀ ମରିଶ ରୋଶନ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…

ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…

ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ

ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…

ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ

ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍‌ପି: କଲେ ବୃକ୍ଷରୋପଣ

କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସୁଜିତ୍‌ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?