ସମସ୍ତ କରୋନା ପଜିଟିଭ ରୋଗୀଙ୍କର ଟିବି ପରୀକ୍ଷା ହେଉ: ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୭ ।୭: କରୋନା ମହାମାରୀ ବେଳକୁ ବେଳ ତା’ର ନୂଆ ରୂପ ଦେଖାଇ ଚାଲିଥିବା ବେଳେ ବେଳକୁ ବେଳ ଭୟ ବି ଲୋକଙ୍କ ମନରୁ ଯାଇ ପାରୁନି । କରୋନା ଭାଇରସକୁ ନେଇ ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ସମସ୍ତ କରୋନା ପଜିଟିଭ ରୋଗୀଙ୍କର ଟ୍ୟୁବରକ୍ୟୁଲୋସିସ ବା ଟିବି ପରୀକ୍ଷା କରାଯାଉ । ସେହିପରି ଟିବିରୁ ଭଲ ହୋଇଥିବା ରୋଗୀଙ୍କର କରୋନା ସ୍କ୍ରିନିଂ କରାଯାଉ । ସୂଚନାଯୋଗ୍ୟ, ଦେଶରେ କରୋନାର ଦ୍ୱିତୀୟ ଲହର କମ୍ ହୋଇ ନ ଥିବା ବେଳେ କେଉଁଠି କେଉଁଠି ତୃତୀୟ ଲହର ଆରମ୍ଭ ହୋଇ ଯାଇଥିବା କୁହାଯାଉଛି । ସଂକ୍ରମଣ ମଧ୍ୟ ଗୋଟିଏ ଦିନ କମ୍ ହେଲେ ଆର ଦିନକୁ ପୁଣି ବଢି ଯାଉଛି । କେରଳ ଓ ମହାରାଷ୍ଟ୍ରରେ ପୁଣିଥରେ ସଂକ୍ରମଣ ବଢିଯାଇଥିବା ସୂଚନା ମିଳିଛି । ଗତ ୨୪ ଘଣ୍ଟାରେ ଦେଶରେ ୩୮,୧୧୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୫୬୦ ଜଣଙ୍କ ମୃତ୍ୟୁ ହୋଇଛି । ଏହାପୂର୍ବରୁ ଅର୍ଥାତ୍ ଶୁକ୍ରବାର ଦେଶରେ ୩୯,୦୭୨ ଜଣ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୫୪୪ ଜଣଙ୍କ ମୃତ୍ୟୁ ହୋଇଥିଲା । ଏପଟେ କରୋନାକୁ ହରାଇବା ପାଇଁ ଟିକାକରଣ ମଧ୍ୟ ଦ୍ରୁତ ଗତିରେ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri