ଆଣ୍ଠୁଏ ପାଣିରେ ପଶି ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୨୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ଅଧୀନ ମାଟିଆ ଗ୍ରାମର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ଜମି ରହୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମବାସୀ ଆର୍‌ଡ଼ି ବିଭାଗ ଏବଂ କେସିଙ୍ଗା ବିଡିଓଙ୍କୁ ବାରମ୍ବାର ଜଣାଇବା ସତ୍ତ୍ୱେ ରାସ୍ତା ମରାମତି କରାଯାଉ ନାହିଁ। ଫଳରେ ଉକ୍ତ ରାସ୍ତା ଦେଇ ଯାଉଥିବା ଛାତ୍ରୀଛାତ୍ରଙ୍କ ସମେତ ବୟୋଜ୍ୟେଷ୍ଠ ବ୍ୟକ୍ତି ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
ମାଟିଆ ଗ୍ରାମ ଦେଇ ଗେଓଗାଁରୁ ଗାଇଦର ଯାଏ ୯ କି.ମି. ରାସ୍ତା ଆର୍‌ଡି ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ କରାଯାଇଛି। ରାସ୍ତା ନିର୍ମାଣ ସମୟରେ ଠିକାଦାର ଠିକ ଭାବେ ମାଟି ଫିଲିଙ୍ଗ କରି ନ ଥିବାରୁ ଗ୍ରାମ ମଝିରେ ପ୍ରାୟ ୨୦୦ ଫୁଟ ଯାଏ ରାସ୍ତାରେ ବର୍ଷା ପାଣି ଜମି ରହୁଛି। ଫଳରେ ମଶା, ମାଛିଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇ ଡେଙ୍ଗୁ, ମ୍ୟାଲେରିଆ ଭଳି ରୋଗ ହେବାର ସମ୍ଭାବନା ଦେଖାଦେଇଛି।

ଏପରିକି ମାଟିଆ ଗ୍ରାମର ଛାତ୍ରୀଛାତ୍ରମାନେ ସ୍କୁଲ ଯିବା ସମୟରେ ଆଣ୍ଠୁଏ କାଦୁଅ ପାଣିରେ ଯିବା ଆସିବା କରୁଛନ୍ତି। ଏପରିକି ଉକ୍ତ ରାସ୍ତାରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ପକ୍ଷରୁ ପାଇପ ଲାଇନ କାମ ଉକ୍ତ ରାସ୍ତା ଦେଇ ଯାଇଛି। ଫଳରେ ଗାଁ ମଝିରେ ପାଇପ୍‌ ଲାଇନ ଯୋଗୁ ଗାଡ଼ୱାଲ ମଧ୍ୟ କରିଥିବାରୁ ଖାଲ ହୋଇଛି। ଫଳରେ ବର୍ଷା ପାଣି ଆଣ୍ଠୁଏ ଜମି ରହୁଛି। ଏନେଇ ସ୍କୁଲ ଯିବା ସମୟରେ ଛାତ୍ରୀଛାତ୍ରମାନେ କାଦୁଅରେ ଖସି ପଡୁଥିବା ଅଭିଭାବକ ଧନେଶ୍ୱର ଗୌଡ଼, ମହେଶ୍ୱର ମାଝିଙ୍କ ସହ ଶିକ୍ଷା କମିଟିର ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଏ ନେଇ ଗ୍ରାମର ଅଭିଭାବକ, ଶିକ୍ଷା କମିଟିର ସଦସ୍ୟଙ୍କ ସମେତ ପ୍ରଧାନ ଶିକ୍ଷକ, ସ୍ଥାନୀୟ ସରପଞ୍ଚ, ଆରଡି ବିଭାଗର ଯନ୍ତ୍ରୀ, କେସିଙ୍ଗା ବିଡିଓ, ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାର ନାହିଁ। ଏ ସଂକ୍ରାନ୍ତରେ ଆରଡି ବିଭାଗ ଯନ୍ତ୍ରୀ ସୁଖୀଶ୍ୟାମ ନାଏକଙ୍କୁ ପଚାରିବାରୁ ପାଣି ଶୁଖିଗଲେ ପଥର ଗୁଣ୍ଡ ଦେଇ ମରାମତି କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri