ଆଣ୍ଠୁଏ ପାଣିରେ ପଶି ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

କେସିଙ୍ଗା,୨୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ଅଧୀନ ମାଟିଆ ଗ୍ରାମର ମୁଖ୍ୟ ରାସ୍ତାରେ ଆଣ୍ଠୁଏ ପାଣି ଜମି ରହୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମବାସୀ ଆର୍‌ଡ଼ି ବିଭାଗ ଏବଂ କେସିଙ୍ଗା ବିଡିଓଙ୍କୁ ବାରମ୍ବାର ଜଣାଇବା ସତ୍ତ୍ୱେ ରାସ୍ତା ମରାମତି କରାଯାଉ ନାହିଁ। ଫଳରେ ଉକ୍ତ ରାସ୍ତା ଦେଇ ଯାଉଥିବା ଛାତ୍ରୀଛାତ୍ରଙ୍କ ସମେତ ବୟୋଜ୍ୟେଷ୍ଠ ବ୍ୟକ୍ତି ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
ମାଟିଆ ଗ୍ରାମ ଦେଇ ଗେଓଗାଁରୁ ଗାଇଦର ଯାଏ ୯ କି.ମି. ରାସ୍ତା ଆର୍‌ଡି ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣ କରାଯାଇଛି। ରାସ୍ତା ନିର୍ମାଣ ସମୟରେ ଠିକାଦାର ଠିକ ଭାବେ ମାଟି ଫିଲିଙ୍ଗ କରି ନ ଥିବାରୁ ଗ୍ରାମ ମଝିରେ ପ୍ରାୟ ୨୦୦ ଫୁଟ ଯାଏ ରାସ୍ତାରେ ବର୍ଷା ପାଣି ଜମି ରହୁଛି। ଫଳରେ ମଶା, ମାଛିଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇ ଡେଙ୍ଗୁ, ମ୍ୟାଲେରିଆ ଭଳି ରୋଗ ହେବାର ସମ୍ଭାବନା ଦେଖାଦେଇଛି।

ଏପରିକି ମାଟିଆ ଗ୍ରାମର ଛାତ୍ରୀଛାତ୍ରମାନେ ସ୍କୁଲ ଯିବା ସମୟରେ ଆଣ୍ଠୁଏ କାଦୁଅ ପାଣିରେ ଯିବା ଆସିବା କରୁଛନ୍ତି। ଏପରିକି ଉକ୍ତ ରାସ୍ତାରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ବିଭାଗ ପକ୍ଷରୁ ପାଇପ ଲାଇନ କାମ ଉକ୍ତ ରାସ୍ତା ଦେଇ ଯାଇଛି। ଫଳରେ ଗାଁ ମଝିରେ ପାଇପ୍‌ ଲାଇନ ଯୋଗୁ ଗାଡ଼ୱାଲ ମଧ୍ୟ କରିଥିବାରୁ ଖାଲ ହୋଇଛି। ଫଳରେ ବର୍ଷା ପାଣି ଆଣ୍ଠୁଏ ଜମି ରହୁଛି। ଏନେଇ ସ୍କୁଲ ଯିବା ସମୟରେ ଛାତ୍ରୀଛାତ୍ରମାନେ କାଦୁଅରେ ଖସି ପଡୁଥିବା ଅଭିଭାବକ ଧନେଶ୍ୱର ଗୌଡ଼, ମହେଶ୍ୱର ମାଝିଙ୍କ ସହ ଶିକ୍ଷା କମିଟିର ସଦସ୍ୟମାନେ ଅଭିଯୋଗ କରିଛନ୍ତି। ଏ ନେଇ ଗ୍ରାମର ଅଭିଭାବକ, ଶିକ୍ଷା କମିଟିର ସଦସ୍ୟଙ୍କ ସମେତ ପ୍ରଧାନ ଶିକ୍ଷକ, ସ୍ଥାନୀୟ ସରପଞ୍ଚ, ଆରଡି ବିଭାଗର ଯନ୍ତ୍ରୀ, କେସିଙ୍ଗା ବିଡିଓ, ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାର ନାହିଁ। ଏ ସଂକ୍ରାନ୍ତରେ ଆରଡି ବିଭାଗ ଯନ୍ତ୍ରୀ ସୁଖୀଶ୍ୟାମ ନାଏକଙ୍କୁ ପଚାରିବାରୁ ପାଣି ଶୁଖିଗଲେ ପଥର ଗୁଣ୍ଡ ଦେଇ ମରାମତି କରାଯିବ ବୋଲି ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

ପ୍ରତିଶ୍ରୁତି ପୂରଣ କରିଲାନି ପ୍ରଶାସନ, ଶତାଧିକ ମହିଳା, ପୁରୁଷ ଏକାଠି ହୋଇ…

ମୋହନା,୧୧।୫( ମନ୍ମଥ ମିଶ୍ର ) : ପ୍ରତିଶ୍ର୍ରୁତି ପୂରଣ କରିଲାନି ପ୍ରଶାସନ। ପ୍ରକଳ୍ପ କାମ ବନ୍ଦ କଲେ ବିସ୍ଥାପିତ ଅଞ୍ଚଳବାସୀ । ଦୀର୍ଘ ବର୍ଷଧରି ଚାଲୁ ରହିଥିବା…

ବ୍ଲକ ପ୍ରଶାସନର ନାକ ତଳେ ନିୟମକୁ ‘ଫୁ’: ଅଧପନ୍ତରିଆ ସଭାଗୃହ, ପଚାରିଲେ ଅଧିକାରୀ କହୁଛନ୍ତି ଏମିତି…

ଥୁଆମୂଳ ରାମପୁର, ୧୧ା୫ (ଦୁର୍ଗା କୀର୍ତ୍ତି) : ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ଖୋଦ ବ୍ଲକ ପ୍ରଶାସନର ଆଖି ସାମ୍ନାରେ ଚାଲିଛି ମନମୁଖୀ କାର୍ଯ୍ୟ। କଳାହାଣ୍ଡି ଜିଲା…

ବାଘ ଭୟରେ ଘରୁ ବାହାରିବାକୁ ଡରୁଛନ୍ତି ଲୋକେ: ଧରିବାକୁ ଡ୍ରୋନ ଚଳାଇଛି ବନବିଭାଗ, ହେଲେ…

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟର ଜକର ଗ୍ରାମ ନିକଟ ମା…

ମୋକିମ- ମଧୁଙ୍କ ଉପରେ ବର୍ଷିଲେ ବିଧାୟକ ସାଗର, କହୁ କହୁ କହିଦେଲେ ଏତେ ବଡ଼ କଥା

ଭବାନୀପାଟଣା,୧୧।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ସୋମବାର ଓଡ଼ିଶା ଜନତା କଂଗ୍ରେସ (ଓଜେସି) ପକ୍ଷରୁ ଏକ ଜନ ସମାବେଶ ଅନୁଷ୍ଠିତ ହୋଇଥିଲା। ଏଥିରେ…

୨୪ ଘଣ୍ଟା ମଧ୍ୟରେ ଦ୍ୱିତୀୟ ଥର ଅପିଲ କଲେ ପ୍ରଧାନମନ୍ତ୍ରୀ, ଦେଶରେ ହଇଚଇ, କାହିିଁକି ବାରମ୍ବାର କହୁଛନ୍ତି ଏମିତି…

ନୂଆଦିଲ୍ଲୀ,୧୧।୫: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଆମେରିକା ମଧ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ ଏବେ ବିଶ୍ୱ ଅର୍ଥନୀତି ଉପରେ ସ୍ପଷ୍ଟ ଭାବରେ ଦେଖାଯାଉଛି, ଏବଂ ଏହା ଭାରତ ଉପରେ…

ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି: ବିଭିନ୍ନ ସମସ୍ୟା ସମାଧାନ ଦାବି

ଦିଗପହଣ୍ଡି,୧୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପ୍ରଶାସନ ପକ୍ଷରୁ ସୋମବାର ଗୌଡ଼ଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ଦିଗପହଣ୍ଡି ବିଡ଼ିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri