Posted inଜାତୀୟ

‘ମନ୍‌ କୀ ବାତ୍‌’ ନ ଶୁଣିବାରୁ ସ୍କୁଲ ପିଲାଙ୍କୁ ୧୦୦ ଲେଖାଏ ଜରିମାନା

ଡେରାଡୁନ୍‌,୫ା୫: ଏପ୍ରିଲ ୩୦ରେ ପ୍ରସାରିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୧୦୦ତମ ଅଧ୍ୟାୟକୁ ଦେଶବିଦେଶରେ ଶୁଣାଯାଇଥିଲା। ଏଥିପାଇଁ ଭାଜପା ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଥିଲା। କିନ୍ତୁ ଉତ୍ତରାଖଣ୍ଡ ରାଜଧାନୀ ଡେରାଡୁନ୍‌ରେ ଥିବା ଏକ ସ୍କୁଲରେ ଏହାର ବ୍ୟତିକ୍ରମ ଦେଖାଯାଇଥିଲା। ଛାତ୍ରୀଛାତ୍ରମାନେ ‘ମନ୍‌ କୀ ବାତ୍‌’ ଶୁଣିବା ପାଇଁ ସ୍କୁଲକୁ ଆସି ନ ଥିଲେ। ତେଣୁ ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କଠାରୁ ଜଣ ପିଛା ୧୦୦ ଟଙ୍କା ଲେଖାଏ ଜରିମାନା କରିଛନ୍ତି। ବିଦ୍ୟାଳୟର ହ୍ବାଟ୍ସଆପ୍‌ ଗ୍ରୁପ୍‌ ଜରିଆରେ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କଠାରୁ ଜରିମାନା ଅସୁଲ କରିବା ଲାଗି ସ୍କୁଲ ମ୍ୟାନେଜମେଣ୍ଟ ନିର୍ଦ୍ଦେଶ ଦେଇଛନ୍ତି। ନ୍ୟାଶନାଲ ଆସୋସିଏଶନ୍‌ ଫର୍‌ ପ୍ୟାରେଣ୍ଟ୍‌ସ ଆଣ୍ଡ୍‌ ଷ୍ଟୁଡେଣ୍ଟ୍‌ସ ରାଇଟ୍ସ ଅଧ୍ୟକ୍ଷ ଆରିଫ୍‌ ଖାନ୍‌ ଏନେଇ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ରାଜ୍ୟର ମୁଖ୍ୟ ଶିକ୍ଷା ଅଧିକାରୀଙ୍କ ନିକଟକୁ ପତ୍ର ଲେଖିଛନ୍ତି। ଶିକ୍ଷା ବିଭାଗ ଏହା ଉପରେ ୩ ଦିନ ମଧ୍ୟରେ ଜବାବ ଦାଖଲ କରିବାକୁ ଉକ୍ତ ସ୍କୁଲକୁ ନୋଟିସ କରିଛି।
ଆରିଫ୍‌ ଖାନ୍‌ କହିଛନ୍ତି, ଡେରାଡୁନ୍‌ସ୍ଥିତ ଜିଆର୍‌ଡି ନିରଞ୍ଜନପୁର ଏକାଡେମୀ ରବିବାର ‘ମନ୍‌ କୀ ବାତ୍‌’ ଶୁଣିବା ପାଇଁ ସ୍କୁଲ ଆସି ନ ଥିବା ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଏକ ନିର୍ଦ୍ଦେଶନାମା ଜାରି କରିଛି। ଯେଉଁ ଛାତ୍ରୀଛାତ୍ର ସେଦିନ ସ୍କୁଲ ଆସି ନ ଥିଲେ ସେମାନେ ୧୦୦ ଟଙ୍କା ଜରିମାନା ଦେବେ ନଚେତ ନିଜ ମେଡିକାଲ ସାର୍ଟିଫିକେଟ୍‌ ଦାଖଲ କରିବେ। ଅଭିଭାବକମାନେ ଉକ୍ତ ଅର୍ଡରର ସ୍କ୍ରିନ୍‌ଶର୍ଟ ମଧ୍ୟ ଶେୟାର କରିଛନ୍ତି। ଏନେଇ ମୁଖ୍ୟ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର କହିଛନ୍ତି, ସ୍କୁଲକୁ ଏକ କାରଣଦର୍ଶାଅ ନୋଟିସ ଜାରି କରାଯାଇଛି। ସ୍କୁଳ କର୍ତ୍ତୃପକ୍ଷ ୩ ଦିନ ମଧ୍ୟରେ ନିଜ ଆଭିମୁଖ୍ୟ ସ୍ପଷ୍ଟ ନ କଲେ, ବିଦ୍ୟାଳୟ ତରଫରୁ ଟଙ୍କା ଅସୁଲ କରାଯାଉଥିଲା ବୋଲି ଧରାଯିବ। ଏହାପରେ ବିଭାଗ କାର୍ଯ୍ୟାନୁଷ୍ଠାନ ନେବ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ଅର୍ଥ ବିଭାଗର ସ୍ବୀକୃତିପ୍ରାପ୍ତ ବ୍ୟାଙ୍କ ତାଲିକାରେ ଏବେ ୧୪

ଭୁବନେଶ୍ୱର,୨୪।୬(ରବିନାରାୟଣ ଜେନା): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଲୋକାଭିମୁଖୀ ଯୋଜନାକୁ କାର୍ଯ୍ୟାନ୍ବୟନ କରିବାରେ ଅବହେଳା ପ୍ରଦର୍ଶନ କରିବା ଏବେ ୮ଟି ବ୍ୟାଙ୍କକୁ ମହଙ୍ଗା ସାବ୍ୟସ୍ତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ଭାଜପା ବୁଥ୍‌ ସଭାପତିଙ୍କୁ ବିଚ୍‌ ରାସ୍ତାରେ ନିର୍ମମ ହତ୍ୟା: କାଠ ଫାଳିଆରେ ବାଡେଇ ବାଡେଇ ମାରିଦେଲେ…

ମହାକାଳପଡ଼ା,୨୪।୬( ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ ରାମନଗର ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ…

ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ଟ୍ୟୁସନ ବାହାନାରେ ନାବାଳକଙ୍କୁ ବଳାତ୍କାର କରି ଫସିଲେ ଶିକ୍ଷକ, ପୂରା ଘଟଣା ଜାଣିଲେ…

କଟକ,୨୪।୬(ପ୍ରଭୁ କଲ୍ୟାଣ ପାଲ): ଅପ୍ରାକୃତିକ ଯୌନ ଲାଳସା ହେଲା କାଳ। ନାବାଳକଙ୍କୁ ବଳାତ୍କାର କରି ଫସିଲେ ଉର୍ଦ୍ଦୁ ଶିକ୍ଷକ। ଟ୍ୟୁସନ ବାହାନାରେ ନାବାଳକକୁ ବାରମ୍ବାର ପକାଉଥିଲେ ଲୋଲୁପ…

୯ରେ ଉପରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୪।୬ (ରବିନାରାୟଣ ଜେନା): ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ୍‌ ଜୁଲାଇ ୯ରେ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ରେ…

୪ରେ ଆସିପାରନ୍ତି ଅମିତ୍‌ ଶାହା

ଭୁବନେଶ୍ୱର,୨୪।୬ (ସୁନିତ୍‌ ମିଶ୍ର): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ୪ ତାରିଖରେ ଓଡ଼ିଶା ଗସ୍ତରେ ଆସିପାରନ୍ତି। ଶାହାଙ୍କ ରାଜ୍ୟ ଗସ୍ତ ନେଇ ପ୍ରସ୍ତାବନା ରହିଛି। ମାତ୍ର…

ଦୁର୍ବୃତ୍ତଙ୍କ ଟାର୍ଗେଟରେ ମନ୍ଦିର; ରାମ ମନ୍ଦିର ହୁଣ୍ଡି ତାଡ଼ି ଲକ୍ଷାଧିକ ଟଙ୍କା ଚୋରି

ଛତ୍ରପୁର, ୨୪।୬ (ଦିଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ନିକଟରେ ଅବସ୍ଥିତ ଶ୍ରୀରାମ ମନ୍ଦିର ହୁଣ୍ଡିରୁ ଲକ୍ଷାଧିକ ଟଙ୍କା ବୁଧବାର ସକାଳେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri