ଟ୍ୟୁଶନ ମାଷ୍ଟରଙ୍କୁ ୨୦ବର୍ଷ ଜେଲ

ଯାଜପୁର ଟାଉନ,୨୮ା୧୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ନାବାଳିକା ଛାତ୍ରୀଙ୍କୁ ଟ୍ୟୁଶନ୍‌ ମାଷ୍ଟର ବଳାତ୍କାର କରିବା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ହଜାର ଟଙ୍କା ଜରିମାନା କରିଛନ୍ତି ଅତିରିକ୍ତ ଜିଲା ଦୌରା ଓ ପୋକ୍‌ସୋ କୋର୍ଟର ବିଚାରପତି ବିଜୟ କୁମାର ଜେନା। ମାମଲାର ବିବରଣୀ ଅନୁଯାୟୀ, କୋରାଇ ଥାନା ଅଞ୍ଚଳର ତୁଳସୀପୁର ଗ୍ରାମର ଟ୍ୟୁଶନ୍‌ ମାଷ୍ଟର ବିଶ୍ୱନାଥ ବାରିକ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁଶନ୍‌ କରିବାକୁ ଆସୁଥିଲେ। ୨୦୨୧ ମାର୍ଚ୍ଚ ୧୬ରେ ଅନ୍ୟ ଜଣେ ଟ୍ୟୁଶନ୍‌ ପିଲାକୁ ଘର ବାରଣ୍ଡାରେ ଜଗାଇ ସେ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ସେହି ସମୟରେ ଅଭିଯୁକ୍ତ ବିଶ୍ୱନାଥଙ୍କ ଘରେ କୌଣସି ସଦସ୍ୟ ଉପସ୍ଥିତ ନ ଥିଲେ। ପରେ ଅଭିଯୁକ୍ତ ନାବାଳିକାଙ୍କୁ ଶହେ ଟଙ୍କା ଦେଇ ଏହି ଘଟଣାକୁ କାହାରିକୁ ନ କହିବା ପାଇଁ କହିଥିଲେ। ମାତ୍ର ନାବାଳିକ ଜଣକ ଘଟଣା ସମ୍ପର୍କରେ ପରିବାର ଲୋକଙ୍କ ପାଖରେ କହିବା ପରେ ଏ ସଂକ୍ରାନ୍ତରେ କୋରାଇ ଥାନାରେ ଅଭିଯୋଗ କରାଯାଇଥିଲା। ପୋଲିସ ଏକ ମାମଲା(ନଂ.ନ୮୪/୨୧) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବୁଧବାର ୧୯ଜଣ ସାକ୍ଷୀଙ୍କ ସାକ୍ଷକୁ ଭିତ୍ତିକରି କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ପୀଡ଼ିତାଙ୍କୁ ୪ ଲକ୍ଷ ଟଙ୍କା ପ୍ରଦାନ ପାଇଁ ଜିଲା ଆଇନ୍‌ ପ୍ରାଧିକରଣକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାଟିକୁ ସରକାରୀ ଓକିଲ ରାଜେନ୍ଦ୍ର କୁମାର ନାୟକ ପରିଚାଳନା କରିଥିଲେ।

ଯାଜପୁର ଟାଉନ,୨୮ା୧୨(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି) :ନାବାଳିକାଙ୍କୁ ବଳାତ୍କାର କରିଥିବା ମାମଲାର ବୁଧବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ୧୦ବର୍ଷ ଜେଲ ଦଣ୍ଡାଦେଶ ସହ ୫ହଜାର ଟଙ୍କା ଜରିମାନା ପାଇଁ ଆଡହକ୍‌ ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ଶରତ ଚନ୍ଦ୍ର ଦେହୁରୀ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ବିବରଣୀ ଅନୁଯାୟୀ, ୨୦୧୬ ନଭେମ୍ବର ୧୮ରେ ମଙ୍ଗଳପୁର ଥାନା ଖାନନଗର ଅଞ୍ଚଳର ସୁରେଶ ସାହୁ (୩୦) ନାବାଳିକାଙ୍କ ଗ୍ରାମକୁ ଟେଣ୍ଟକାମ କରିବାକୁ ଆସିଥିଲେ। ସେ ରାତିରେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିଲେ। ପରବର୍ତ୍ତୀ ସମୟରେ ସେ ଏକାଧିକ ଥର ନାବାଳିକାଙ୍କୁ ବଳାତକାର କରିଥିଲେ। ନାବାଳିକା ଗର୍ଭବତୀ ଥିବା ଜଣାପଡିବା ପରେ ଏହି ଘଟଣା ସାମ୍‌ନାକୁ ଆସିଥିଲା। ଅଭିଯୁକ୍ତ ନାବାଳିକାଙ୍କୁ ଜୀବନରୁ ମାରିଦେବା ପାଇଁ ଧମକ ଦେଇଥିବାରୁ ସେ ଘଟଣା ବିଷୟରେ ପ୍ରକାଶ କରି ନ ଥିଲେ। ନାବାଳିକାର ଜେଜେମାଆ ମଙ୍ଗଳପୁର ଥାନାରେ ଲିଖିତ ଏତଲା ଦେବାପରେ ପୋଲିସ ଏକ ମାମଲା (ନଂ.୧୨୪/୨୦୧୭) ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବୁଧବାର କୋର୍ଟ ୯ଜଣ ସାକ୍ଷୀଙ୍କ ସାକ୍ଷକୁ ଭିତ୍ତିକରି ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ଜରିମାନା ଅନାଦୟେ ଅଭିଯୁକ୍ତ ଅଧିକ ୬ମାସ ଜେଲଦଣ୍ଡ ଭୋଗ କରିବେ ବୋଲି କୋର୍ଟ ରାୟରେ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ପୀଡ଼ିତାଙ୍କୁ ୪ଲକ୍ଷ ଟଙ୍କା ପ୍ରଦାନ କରିବାକୁ କୋର୍ଟ ଜିଲା ଆଇନ୍‌ ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାଟିକୁ ସରକାରୀ ଓକିଲ ଶୈଳେନ୍ଦ୍ର ସାମଲ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri