ନାବାଳିକା ଛାତ୍ରୀଙ୍କୁ ବଳାତ୍କାର, ଟ୍ୟୁଶନ ସାର୍‌ ଗିରଫ

ବାଣପୁର,୧୧ା୧୦(ଦିଲୀପ କୁମାର ସ୍ବାଇଁ): ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ। ଖୋର୍ଦ୍ଧା ଜିଲା ଗମ୍ଭାରୀମୁଣ୍ଡା ପୋଲିସ ବିଟ୍‌ ହାଉସ ଅଞ୍ଚଳର ଜଣେ ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗରେ ଶୁକ୍ରବାର ପୋଲିସ ଜଣେ ଟ୍ୟୁଶନ ସାର୍‌ଙ୍କୁ ଗିରଫ କରିଛି। ଅଭିଯୁକ୍ତ ସାର୍‌ ହେଲେ ଆୟତ୍ତପୁର ପଞ୍ଚାୟତ ଅଞ୍ଚଳର ଲିଙ୍ଗରାଜ ମୁଦୁଲି।
ଅଭିଯୋଗ ମୁତାବକ, ଗମ୍ଭାରୀମୁଣ୍ଡା ଅଞ୍ଚଳର କେତେଜଣ ଛାତ୍ରୀଛାତ୍ରଙ୍କୁ ଲିଙ୍ଗରାଜ ଟ୍ୟୁଶନ କରୁଥିଲେ। ଗତ ଶନିବାର ସନ୍ଧ୍ୟାରେ ଟ୍ୟୁଶନ ସମୟରେ ଲିଙ୍ଗରାଜ ୬ଜଣ ଛାତ୍ରୀଛାତ୍ରଙ୍କୁ ନିକଟ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟକୁ ଡାକିନେଇଥିଲେ। ତନ୍ମଧ୍ୟରୁ ୫ଜଣ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ଗେଟ୍‌ ନିକଟରେ ଅପେକ୍ଷା କରିବାକୁ କହିଥିଲେ। ଜଣେ ଛାତ୍ରୀଙ୍କୁ ବିଦ୍ୟାଳୟର ରୋଷେଇ ଘରକୁ ନେଇ ସେଠାରେ ବଳାତ୍କାର କରିଥିଲେ। ଘରେ କିମ୍ବା ଅନ୍ୟ କାହାକୁ ଏ ସମ୍ପର୍କରେ ଜଣାଇଲେ ଛାତ୍ରୀଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ ଲିଙ୍ଗରାଜ। ଫଳରେ ଭୟରେ ଛାତ୍ରୀଜଣଙ୍କ ଘରେ କିଛି କହି ନ ଥିଲେ। ତେବେ ଘଟଣା ପରଠାରୁ ଛାତ୍ରୀଜଣଙ୍କ ଆଉ ଟ୍ୟୁଶନ ନ ଯିବାରୁ ତାଙ୍କ ମା’ ପଚାରିବାରୁ ସମସ୍ତ ଘଟଣା କହିଥିଲେ। ଏନେଇ ସମ୍ପୃକ୍ତ ଛାତ୍ରୀଙ୍କ ମା’ ଗମ୍ଭାରୀମୁଣ୍ଡା ପୋଲିସ ବିଟ୍‌ ହାଉସରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୩୨୭/୨୪)ରୁଜୁକରି ସମ୍ପୃକ୍ତ ଛାତ୍ରୀଙ୍କ ଡାକ୍ତରୀ ମାଇନା କରାଇବା ସହ ଅଭିଯୁକ୍ତ ସାର୍‌ଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri