ଛାତ୍ରୀଙ୍କ ସମ୍ବେଦନଶୀଳ ଅଙ୍ଗକୁ ସ୍ପର୍ଶ କରୁଥିଲେ ଟ୍ୟୁଶନ ସାର୍‌: ଅଭିଯୋଗ ପରେ ବି…

କେନ୍ଦ୍ରାପଡ଼ା,୨୭ା୮ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନାରେ ଗତ ୧୮ ତାରିଖରେ ଛାତ୍ରୀଙ୍କୁ ଟିଉଶନ ଶିକ୍ଷକଙ୍କ ଅଶ୍ଳୀଳ ମେସେଜ୍‌ ପୋଷ୍ଟ ମାମଲା ରୁଜୁ ହୋଇଥିଲା। ଇତିମଧ୍ୟରେ ଏହାକୁ ୮ ଦିନ ବିତିଗଲାଣି। ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ଏପରିକି ଅଭିଯୁକ୍ତଙ୍କୁ ଥାନାକୁ ଡକାଯାଇ ପଚରାଉଚରା ମଧ୍ୟ କରାଯାଉନାହିଁ। ଦିନକୁଦିନ ମନ ଭାରାକ୍ରାନ୍ତ ହେଉଛି। ଆଗକୁ ଆତ୍ମଦାହ ପରିସ୍ଥିତି ସୃଷ୍ଟି ହୋଇପାରେ। ଏହାପୂର୍ବରୁ ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଥିବା ପୀଡ଼ିତା ଛାତ୍ରୀ ଗଣମାଧ୍ୟମକୁ ମଙ୍ଗଳବାର ବୟାନ ଦେଇଛନ୍ତି। ପୀଡ଼ିତାଙ୍କ ସହ ମା’, ଗ୍ରାମର କେତେଜଣ ବ୍ୟକ୍ତି ଓ ପୂର୍ବତନ ସରପଞ୍ଚ ପୂର୍ବାହ୍ନରେ ଏସ୍‌ପିଙ୍କୁ ଭେଟିଥିଲେ। ଏ ନେଇ ପୀଡ଼ିତା କହିଛନ୍ତି, ୨୦୧୮ରେ ସେ ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ଶିକ୍ଷକ ତାପସ ବେରାଙ୍କ ନିକଟରେ ଟିଉଶନ ହେଉଥିଲେ। ଶିକ୍ଷକ ବେରା ଅନେକ ସମୟରେ ପୀଡ଼ିତାଙ୍କ ନିକଟକୁ ଅଶ୍ଳୀଳ ମେସେଜ୍‌ ପଠାଇଥା’ନ୍ତି। ଏପରିକି ଘରେ କେହି ନ ଥିବା ସମୟରେ ପୀଡ଼ିତାଙ୍କ ନିକଟରେ ପହଞ୍ଚତ୍ ଅସଦାଚରଣ କରି ଫଟୋ ଉଠାଇଥିଲେ। ଏହାକୁ ଭାଇରାଲ କରିବା ପାଇଁ ଧମକ ଦେଉଥିଲେ। ଏ ନେଇ ପରିବାର ସଦସ୍ୟ ଜାଣିବା ପରେ ଟିଉଶନ ବନ୍ଦ କରାଗଲା। ଏବେ ସେ ଜିଲା ବାହାରେ ଏକ କଲେଜରେ ପଢ଼ୁଛନ୍ତି। କିନ୍ତୁ ଗତ ୧୫ ତାରିଖରେ ସମ୍ପୃକ୍ତ ଶିକ୍ଷକ ତାଙ୍କୁ ଅପହରଣ କରିନେବାକୁ ଉଦ୍ୟମ କରିଥିଲେ। ଏ ସମ୍ପର୍କରେ ଥାନାରେ ଅଭିଯୋଗ ପରେ ପୋଲିସ ନଂ. ୧୦୩/୨୫ରେ ମାମଲା ରୁଜୁ କରି ଚୁପ୍‌ ହୋଇ ବସିଛନ୍ତି। କାର୍ଯ୍ୟାନୁଷ୍ଠାନ ନ ହେଲେ ପରିସ୍ଥିତି ଭଲ ହେବ ନାହିଁ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଏଏସ୍‌ପି ଦେବାଶିଷ ଧଳଙ୍କୁ ପଚାରିବାରେ ଏହି ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ ପାଇଁ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri