ଛାତ୍ରୀଙ୍କ ସମ୍ବେଦନଶୀଳ ଅଙ୍ଗକୁ ସ୍ପର୍ଶ କରୁଥିଲେ ଟ୍ୟୁଶନ ସାର୍‌: ଅଭିଯୋଗ ପରେ ବି…

କେନ୍ଦ୍ରାପଡ଼ା,୨୭ା୮ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନାରେ ଗତ ୧୮ ତାରିଖରେ ଛାତ୍ରୀଙ୍କୁ ଟିଉଶନ ଶିକ୍ଷକଙ୍କ ଅଶ୍ଳୀଳ ମେସେଜ୍‌ ପୋଷ୍ଟ ମାମଲା ରୁଜୁ ହୋଇଥିଲା। ଇତିମଧ୍ୟରେ ଏହାକୁ ୮ ଦିନ ବିତିଗଲାଣି। ଅଭିଯୁକ୍ତଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ଏପରିକି ଅଭିଯୁକ୍ତଙ୍କୁ ଥାନାକୁ ଡକାଯାଇ ପଚରାଉଚରା ମଧ୍ୟ କରାଯାଉନାହିଁ। ଦିନକୁଦିନ ମନ ଭାରାକ୍ରାନ୍ତ ହେଉଛି। ଆଗକୁ ଆତ୍ମଦାହ ପରିସ୍ଥିତି ସୃଷ୍ଟି ହୋଇପାରେ। ଏହାପୂର୍ବରୁ ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଥିବା ପୀଡ଼ିତା ଛାତ୍ରୀ ଗଣମାଧ୍ୟମକୁ ମଙ୍ଗଳବାର ବୟାନ ଦେଇଛନ୍ତି। ପୀଡ଼ିତାଙ୍କ ସହ ମା’, ଗ୍ରାମର କେତେଜଣ ବ୍ୟକ୍ତି ଓ ପୂର୍ବତନ ସରପଞ୍ଚ ପୂର୍ବାହ୍ନରେ ଏସ୍‌ପିଙ୍କୁ ଭେଟିଥିଲେ। ଏ ନେଇ ପୀଡ଼ିତା କହିଛନ୍ତି, ୨୦୧୮ରେ ସେ ନବମ ଶ୍ରେଣୀରେ ପଢ଼ୁଥିବା ବେଳେ ଶିକ୍ଷକ ତାପସ ବେରାଙ୍କ ନିକଟରେ ଟିଉଶନ ହେଉଥିଲେ। ଶିକ୍ଷକ ବେରା ଅନେକ ସମୟରେ ପୀଡ଼ିତାଙ୍କ ନିକଟକୁ ଅଶ୍ଳୀଳ ମେସେଜ୍‌ ପଠାଇଥା’ନ୍ତି। ଏପରିକି ଘରେ କେହି ନ ଥିବା ସମୟରେ ପୀଡ଼ିତାଙ୍କ ନିକଟରେ ପହଞ୍ଚତ୍ ଅସଦାଚରଣ କରି ଫଟୋ ଉଠାଇଥିଲେ। ଏହାକୁ ଭାଇରାଲ କରିବା ପାଇଁ ଧମକ ଦେଉଥିଲେ। ଏ ନେଇ ପରିବାର ସଦସ୍ୟ ଜାଣିବା ପରେ ଟିଉଶନ ବନ୍ଦ କରାଗଲା। ଏବେ ସେ ଜିଲା ବାହାରେ ଏକ କଲେଜରେ ପଢ଼ୁଛନ୍ତି। କିନ୍ତୁ ଗତ ୧୫ ତାରିଖରେ ସମ୍ପୃକ୍ତ ଶିକ୍ଷକ ତାଙ୍କୁ ଅପହରଣ କରିନେବାକୁ ଉଦ୍ୟମ କରିଥିଲେ। ଏ ସମ୍ପର୍କରେ ଥାନାରେ ଅଭିଯୋଗ ପରେ ପୋଲିସ ନଂ. ୧୦୩/୨୫ରେ ମାମଲା ରୁଜୁ କରି ଚୁପ୍‌ ହୋଇ ବସିଛନ୍ତି। କାର୍ଯ୍ୟାନୁଷ୍ଠାନ ନ ହେଲେ ପରିସ୍ଥିତି ଭଲ ହେବ ନାହିଁ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଏଏସ୍‌ପି ଦେବାଶିଷ ଧଳଙ୍କୁ ପଚାରିବାରେ ଏହି ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ ପାଇଁ ଥାନାକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri