ଛାତ୍ରୀଙ୍କ ସମ୍ବେଦଳଶୀଳ ଅଙ୍ଗକୁ ସ୍ପର୍ଶ କରୁଥିଲେ ଟ୍ୟୁଶନ୍‌ ସାର୍‌: ଆଉ ତା’ପରେ ଘଟିଲା…

ମହାକାଳପଡ଼ା,୨୦ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ପୁଣି ଜଣେ ଛାତ୍ରୀଙ୍କୁ ଅସଦାଚରଣ କରାଯିବା ଘଟଣା ସାମ୍‌ନାକୁ ଆସିଛି। ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକ ଅଶ୍ଳୀଳ ମେସେଜ ପଠାଇବା, ଶରୀରର ସମ୍ବେଦନଶୀଳ ଅଙ୍ଗକୁ ସ୍ପର୍ଶ କରିବା ସୋମବାର ଛାତ୍ରୀ ଅଭିଯୋଗ କରିଥିଲେ। ମଙ୍ଗଳବାର କେନ୍ଦ୍ରାପଡ଼ା ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ କୋର୍ଟରେ ବିଏନ୍‌ଏସ୍‌ଏସ୍‌ ଧାରା ୧୮୩ ଅନୁଯାୟୀ ତାଙ୍କ ବୟାନ ରେକର୍ଡ କରାଯାଇଛି। ନ୍ୟାୟ ନ ପାଇଲେ ସେ ଆତ୍ମାହୁତି କରିବେ ବୋଲି ଧମକ ଦେଇଛନ୍ତି। ଛାତ୍ରୀଙ୍କ ଅଭିଯୋଗ ଅନୁଯାୟୀ, ସେ ଦଶମ ଶ୍ରେଣୀରେ ପଢ଼ୁଥିବା ବେଳେ ଯୁବକ ତାପସ ବେରାଙ୍କ ପାଖରେ ଟ୍ୟୁଶନ ହେଉଥିଲେ। ଏହି ସୁଯୋଗରେ ତାପସ ଛାତ୍ରୀଙ୍କ ମୋବାଇଲକୁ ଅଶ୍ଳୀଳ ମେସେଜ ପଠାଇବା ସହ ତାଙ୍କ ସମ୍ବେଦନଶୀଳ ଅଙ୍ଗକୁ ସ୍ପର୍ଶ କରୁଥିଲେ। ଏ କଥା କାହାକୁ କହିଲେ ଅଶ୍ଳୀଳ ପୋଷ୍ଟ ଭାଇରାଲ କରିଦେବାକୁ ଧମକ ଦେଉଥିଲେ। ଇତିମଧ୍ୟରେ ଛାତ୍ରୀ ଜଣକ କଲେଜରେ ପଢ଼ୁଛନ୍ତି। ତଥାପି ତାପସ ତାଙ୍କ ପିଛା ଛାଡି ନାହାନ୍ତି। ଗତ ୧୫ ତାରିଖ ଦିନ ଛାତ୍ରୀ ଜଣକ କଲେଜରୁ ଫେରୁଥିବା ବେଳେ ତାଙ୍କୁ ତାପସ ଅଟକାଇ ପୁଣି ଧମକ ଦେଇଥିଲେ। ଛାତ୍ରୀ ଜଣକ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିବା ସହ ଥାନାର ଦ୍ୱାରସ୍ଥ ହୋଇଥିଲେ। ଏନେଇ ପୋଲିସ ନଂ.୧୦୩/୨୫ରେ ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri