ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି ମାମଲାରେ ଟ୍ୟୁସନ୍ ଶିକ୍ଷକ ନିରଞ୍ଜନ ମିଶ୍ରଙ୍କୁ ଗିରଫ କରିଛି।

ଅଭିଯୋଗ ଅନୁଯାୟୀ, ମଞ୍ଚେଶ୍ୱର ଅଞ୍ଚଳରେ ରହୁଥିବା ଜଣେ ନାବାଳିକା ସହିଦନଗରସ୍ଥିତ ଏକ କୋଚିଂ ସେଣ୍ଟରରେ ପାଠ ପଢୁଥିଲେ। ଗତ ୧୪ ଜୁନରେ ଏକ୍ସଟ୍ରା(ଅତିରିକ୍ତ) କ୍ଲାସ୍‌ର ନାଁରେ ଛାତ୍ରୀଙ୍କୁ ରଖି ଅଭିଯୁକ୍ତ ତାଙ୍କ ସହ ଜୋରଜବରଦସ୍ତି କରିଥିବା ଅଭିଯୋଗ ହୋଇଛି। ଏହା ସମ୍ପର୍କରେ କାହାକୁ କହିଲେ ପରିଣାମ ଭୋଗିବାକୁ ପଡିବ ବୋଲି ଧମକ ଦେଇଥିବା ମଧ୍ୟ ଅଭିଯୋଗରେ ଉଲ୍ଲେଖ ରହିଛି।

ପରେ ଛାତ୍ରୀ ଅସୁସ୍ଥ ହେବା ସହ ଅତ୍ୟଧିକ ରକ୍ତସ୍ରାବ ହେବାରୁ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏହାପରେ ପରିବାର ପକ୍ଷରୁ ମହିଳା ଥାନାରେ ଅଭିଯୋଗ ଦାଖଲ କରାଯାଇଥିଲା।

ଅଭିଯୋଗ ହେବା ପରେ ମାମଲା ରୁଜୁ କରିବାରେ ବିଳମ୍ବ ହୋଇଥିବା ଏବଂ ଘଟଣାକୁ ଚାପି ରଖିବାକୁ ଉଦ୍ୟମ ହୋଇଥିବା ନେଇ ମଧ୍ୟ ଅଭିଯୋଗ ଉଠିଛି। ଗଣମାଧ୍ୟମରେ ଘଟଣା ପ୍ରକାଶ ପାଇବା ପରେ ପୋଲିସ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

ପୋଲିସ ପୀଡିତାଙ୍କ ବୟାନ ରେକର୍ଡ କରିବା ସହ ଡାକ୍ତରୀ ପରୀକ୍ଷା କରାଇଛି। ଘଟଣାର ଅଧିକ ତଦନ୍ତ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଛ ଜାଲରେ ଫସିଲା ବିରାଟକାୟ ଅଜଗର

ବୀରମହାରାଜପୁର, ୧୦/୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅନ୍ତର୍ଗତ ସଦେଇପୁର ଗାଁ ନିକଟସ୍ଥ ଏକ ପୋଖରୀରେ ମାଛ ଧରିବା ପାଇଁ…

ରାଜ୍ୟ ପାଇଁ ଖୁସି ଖବର: ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୮ ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ…

ଚାଷୀମାରଣ ନୀତିକୁ ବିରୋଧ, ଜେଲ୍‌ଭରୋ ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): କୃଷିକ୍ଷେତ୍ରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣୀତ ବିଭିନ୍ନ ନୀତିକୁ ନେଇ ଚାଷୀ ଅସନ୍ତୋଷ ତେଜି ଉଠିଛି । ଏହି କ୍ରମରେ ସୋମବାର ବରଗଡ଼…

ବିଜେଡି ସୁପ୍ରିମୋଙ୍କୁ ଭେଟିଲେ ରାଜେଶ ମହାରଣା, ତାଙ୍କ ସମର୍ଥକ

ଛତ୍ରପୁର, ୧୦।୮ (ବିଦ୍ୟାଧର ସାହୁ): ଛତ୍ରପୁର ନିର୍ବାଚନମଣ୍ଡଳୀର ଯୁବ ନେତା ରାଜେଶ ମହାରଣା ଓ ତାଙ୍କ ସମର୍ଥକମାନେ ଭୁବନେଶ୍ୱରରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ…

ଓଲଟିଲା କୋଇଲା ବୋଝେଇ ଟ୍ରକ୍‌, ଓଡ଼ିଶା-ଆନ୍ଧ୍ର ରାସ୍ତା ଜାମ୍‌

ଗୁଣପୁର,୧୦ା୮(ସୁଜାତା ପାଢ଼ୀ): କୋଇଲା ବୋଝେଇ ଟ୍ରକ୍‌ ଓଲଟିଯିବା ଫଳରେ ଓଡ଼ିଶା ଆନ୍ଧ୍ର ରାସ୍ତା ଦୀର୍ଘ ୬ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଜାମ ହୋଇ ରହିଛି। ରବିବାର…

ସରକାରୀ କାର୍ଯ୍ୟକ୍ରମରେ ତାମିଲ ସଙ୍ଗୀତ ଗାନ ବାଧ୍ୟତାମୂଳକ; ତାମିଲନାଡୁ ବିଧାନସଭାରେ ପ୍ରସ୍ତାବ ଉପସ୍ଥାପିତ; ସମର୍ଥନ କଲେ DMK-AIADMK

ଚେନ୍ନାଇ,୧୦।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ଏହି ପ୍ରସ୍ତାବ ଅନୁଯାୟୀ, ରାଜ୍ୟ ସାରା ସରକାରୀ କାର୍ଯ୍ୟ ଆରମ୍ଭରେ…

ଅଧିକ ସମୟ ଭିଡିଓଗେମ୍‌ ଖେଳୁଥିଲେ…

ଭିଡିଓ ଗେମ୍‌ ଖେଳିବା ଆଜିକାଲି ଯୁବପିଢ଼ିଙ୍କର ଏକ ଅଭ୍ୟାସରେ ପରିଣତ ହୋଇଯାଇଛି କହିଲେ ଆଦୌ ଭୁଲ ହେବ ନାହିଁ। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ। କିନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କ ବୟସକୁ ନେଇ ଏମିତି ବୟାନ ଦେଲେ ବ୍ରେଟ ଲି, ସଭିଏଁ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୮: ଯୁବ ଭାରତୀୟ ବ୍ୟାଟ୍ସମ୍ୟାନ ବୈଭବ ସୂର୍ଯ୍ୟବଂଶୀ କମ ବୟସରେ ତାଙ୍କ ଖେଳ ଦ୍ୱାରା କ୍ରିକେଟ ଜଗତର ଦୃଷ୍ଟି ଆକର୍ଷଣ କରିଛନ୍ତି। ଏବେ, ପୂର୍ବତନ ଅଷ୍ଟ୍ରେଲୀୟ ଦ୍ରୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri