୧୦ ଶ୍ରେଣୀ ଛାତ୍ରୀଙ୍କୁ ଆଇ ଲଭ୍‌ ୟୁ କହୁଥିଲେ ଟ୍ୟୁସନ୍‌ ଶିକ୍ଷକ: ଶେଷରେ ଘଟିଲା…

ମାର୍ଶାଘାଇ, ୨୩ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):ପାଠପଢ଼ା ଆଳରେ ନାବାଳିକା ଛାତ୍ରୀଙ୍କୁ ପ୍ରେମ ନିବେଦନ କରି ବିଫଳ ହେବାରୁ ତାଙ୍କ ଅଶ୍ଳୀଳ ଫଟୋ ଭାଇରାଲ ଧମକ ଦେବା ଜଣେ ଟିଉଶନ ଶିକ୍ଷକଙ୍କୁ ମହଙ୍ଗା ପଡ଼ିଛି। ଥାନାରେ ନାବାଳିକା ଛାତ୍ରୀଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ଅଭିଯୁକ୍ତ ଶିକ୍ଷକଙ୍କୁ ଶୁକ୍ରବାର ଗିରଫ କରିଛି।
କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅଞ୍ଚଳର ନାବାଳିକା ଛାତ୍ରୀ ୧୦ମ ଶ୍ରେଣୀରେ ପଢ଼ିବା ବେଳେ ରାଜେଶ ବେହେରା ଓରଫ୍‌ ରାଜାଙ୍କ ପାଖରେ ଟିଉଶନ ହେଉଥିଲେ। ଶିକ୍ଷକ ଜଣକ ତାଙ୍କୁ ପାଠପଢ଼ା ଆଳରେ ପ୍ରେମ ନିବେଦନ କରୁଥିଲେ। ଛାତ୍ରୀ ଜଣକ ଏହାକୁ ପ୍ରତ୍ୟାଖ୍ୟାନ କରିଆସୁଥିଲେ। କୌଶଳକ୍ରମେ ସେ ଛାତ୍ରୀଙ୍କ କିଛି ଫଟୋ ମୋବାଇଲରେ ଉଠାଇଥିଲେ। ଚଳିତବର୍ଷ ଛାତ୍ରୀ ଜଣକ ମାର୍ଶାଘାଇର ଏକ କଲେଜ ହଷ୍ଟେଲରେ ରହି ପାଠ ପଢୁଛନ୍ତି। ରାଜା ଉକ୍ତ ହଷ୍ଟେଲ ଯାଇ ତାଙ୍କୁ ବିବାହ ନ କଲେ ଅଶ୍ଳୀଳ ଫଟୋ ସାମାଜିକ ଗଣମାଧ୍ୟମରେ ଭାଇରାଲ କରିଦେବି ଓ ଜୀବନରୁ ମାରି ଦେବାକୁ ଧମକାଇଥିଲେ। ଛାତ୍ରୀ ଜଣକ ଗଁାକୁ ଆସି ନିଜ ମା’ଙ୍କୁ ଏ ସମ୍ପର୍କରେ କହିବାରୁ ପରିବାର ଲୋକେ ରାଜାଙ୍କୁ ପଚାରିବାରେ ସେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ଶେଷର ଛାତ୍ରୀଙ୍କ ମା’ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଶିକ୍ଷକ ରାଜାଙ୍କୁ ଗିରଫ କରଛି। ଏ ନେଇ ଥାନାରେ ନଂ.୨୪୬/୨୫ରେ ଏକ ମାମଲା ରୁଜୁ ହୋଇଥିବା ଆଇଆଇସି ତପନ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ଅଧୁରା ରହିଗଲା ବୈଭବଙ୍କ ବଡ଼ ଇଚ୍ଛା, ଏବେ ଶ୍ରେୟସଙ୍କ ନିଷ୍ପତ୍ତି ଉପରେ ନଜର

ନୂଆଦିଲ୍ଲୀ: ଏସିଆନ ଗେମ୍ସ ପୂର୍ବରୁ ଜାପାନ ବିପକ୍ଷରେ ଭାରତୀୟ କ୍ରିକେଟ ଦଳ ଏକ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଖେଳିବ। ଏହି ମ୍ୟାଚ ପାଇଁ ଶ୍ରେୟସ ଆୟରଙ୍କ ନେତୃତ୍ୱରେ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନରେ ୪ ରାଶିଙ୍କୁ ଫାଇଦା ହିଁ ଫାଇଦା, ୨୪ ତାରିଖରୁ ବର୍ଷିିବ ଧନ, ଚାକିରିରେ ବଡ଼ ପଦୋନ୍ନତି!

ଭୁବନେଶ୍ୱର: ଜ୍ୟୋତିଷୀୟ ଗଣନା ଅନୁଯାୟୀ, ମଙ୍ଗଳ ଦେବ ବର୍ତ୍ତମାନ ପୁନର୍ବସୁ ନକ୍ଷତ୍ରରେ ଅବସ୍ଥାନ କରୁଛନ୍ତି। ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬ରେ ମଙ୍ଗଳ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ।…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?