ମୃତ୍ୟୁର ୧୫ ମିନିଟ୍‌ ପୂର୍ବରୁ ବୟଫ୍ରେଣ୍ଡଙ୍କ ସହ ଏକାଠି ଖାଇଥିଲେ ତୁନିଶା

ଟିଭି ଅଭିନେତ୍ରୀ ତୁନିଶା ଶର୍ମା ଲୋକପ୍ରିୟ ଟିଭି ଶୋ’ ଅଲି ବାବା: ଦସ୍ତାନ-ଏ-କାବୁଲର ସେଟରେ ଆତ୍ମହତ୍ୟା କରିଛନ୍ତି। ଏହି ମାମଲାରେ ସ୍ବର୍ଗତ ଅଭିନେତ୍ରୀଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ତାଙ୍କ ପ୍ରେମିକ ଶିଜାନ ଖାନଙ୍କ ବିରୋଧରେ ଆତ୍ମହତ୍ୟା କରିଥିବା ଅଭିଯୋଗ ମାମଲା ରୁଜୁ କରି ତାଙ୍କୁ ଗିରଫ କରିଥିଲା। ପୋଲିସ ତାଙ୍କୁ ୪ ଦିନିଆ ରିମାଣ୍ଡରେ ନେଇଛି। ଏଥିସହ ପୋଲିସ ଏହି ଘଟଣାରେ ଶିଜାନଙ୍କୁ ପଚରାଉଚରା କରୁଥିବା ବେଳେ ଅନେକ ତଥ୍ୟ ପ୍ରକାଶ ପାଇଛି।
ଏହି ମାମଲା ସମ୍ପର୍କରେ ସୂଚନା ଦେଇ ପୋଲିସ କହିଛି, ଏପର୍ଯ୍ୟନ୍ତ ଏହି ମାମଲା ସହ ଜଡିତ ୧୪ ଜଣଙ୍କ ବିବୃତ୍ତି ରେକର୍ଡ କରାଯାଇଛି। ଘଟଣା ଦିନ ତୁନିଶା ଖୁସିରେ ସକାଳେ ନିଜ ଘରୁ ସିରିଏଲ ସେଟକୁ ଯାଇଥିଲେ। ପ୍ରଥମ ସିଫ୍ଟର ଶୁଟ୍‌ରେ ସବୁକିଛି ସ୍ବାଭାବିକ ମନେ ହେଉଥିଲା ଏବଂ ଶୁଟିଂ ଶେଷ ହେବା ପରେ ତୁନିଶା ମେକ ଇନ ରୁମରେ ଅପରାହ୍ନ ୩ଟାରେ ଶିଜାନଙ୍କ ସହ ମଧ୍ୟାହ୍ନ ଭୋଜନ କରିଥିଲେ। ମାତ୍ର ୧୫ ମିନିଟ ପରେ ହିଁ ତୁନିଶା ମେକ ଇନ ରୁମରେ ଆତ୍ମହତ୍ୟା କରିଥିଲେ।
ପୋଲିସ ବର୍ତ୍ତମାନ ଏହି କୋଣ ଅନୁଧ୍ୟାନ କରୁଛି ଯେ ଅପରାହ୍ନ ୩ ଟାରୁ ୩.୧୫ ମଧ୍ୟରେ ଏମିତି କ’ଣ ଘଟିଥିଲା, ଯାହାଫଳରେ ସେ ଜୀବନ ହାରିବାକୁ ବାଧ୍ୟ ହେଲେ। ପୋଲିସ ତୁନିଶା ଏବଂ ଶିଜାନଙ୍କ ମୋବାଇଲ ଫୋନକୁ ଟେଷ୍ଟ ପାଇଁ ଫୋରେନସିକ ଲ୍ୟାବକୁ ପଠାଇଛି। ଉଭୟଙ୍କ ମଧ୍ୟରେ ତିକ୍ତତା ପଛରେ ପ୍ରକୃତ କାରଣ କ’ଣ ଜାଣିବାକୁ ପୋଲିସ ଉଭୟଙ୍କ ମଧ୍ୟରେ ଥିବା କଲ ରେକର୍ଡ ଏବଂ ଚାଟ ଖୋଜିବାକୁ ଚେଷ୍ଟା କରୁଛି।
ତୁନିଶାଙ୍କ ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଆସିଛି। ପୋଷ୍ଟମର୍ଟମ ରିପୋର୍ଟକୁ ଆଧାର କରି ପୋଲିସ କହିଛି, ସେ ଗର୍ଭବତୀ ନ ଥିଲେ। ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ଘଟିଛି। ଡିସେମ୍ବର ୨୭ରେ ତୁନିଶାଙ୍କ ଶବସତ୍କାର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri