ଆସିଲା ଅଭିନେତ୍ରୀ ତୁନିଶାଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଅଭିନେତ୍ରୀ ତୁନିଶା ଶର୍ମାଙ୍କ ହଠାତ୍‌ ଆତ୍ମହତ୍ୟାକୁ ନେଇ ଟିଭି ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ରବିବାର ତୁନିଶାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି। ଏହି ରିପୋର୍ଟରେ ଅନେକ ଖୁଲାସା ହୋଇଛି। ଅଭିନେତ୍ରୀଙ୍କ ମୃତ୍ୟୁ ପରଠାରୁ ସେ ଗର୍ଭବତୀ ଥିବା କଥା ଶୁଣିବାକୁ ମିଳିଥିଲା। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ ଏହି ଗୁଜବକୁ ଖାରଜ କରିଦେଇଛି। ପୋଷ୍ଟମର୍ଟମ ରିପୋର୍ଟ ଅନୁଯାୟୀ, ୨୦ ବର୍ଷୀୟା ତୁନିଶାଙ୍କ ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି। ତାଙ୍କ ଶରୀରରେ କୌଣସି ଆଘାତ ଚିହ୍ନ ଦେଖିବାକୁ ମିଳିନାହିଁ।
ଶନିବାର ତୁନିଶା ତାଙ୍କ ଟିଭି ଶୋ’ ଆଲିବାବା ସେଟରେ ଆତ୍ମହତ୍ୟା କରିଥିଲେ। ତୁନିଶା ନିଜ ସହ-ଷ୍ଟାର ଶିଜାନ ମହମ୍ମଦ ଖାନଙ୍କ ମେକଅନ୍‌ ରୁମରେ ଆତ୍ମହତ୍ୟା କରିଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଏହା ପରେ ବିଳମ୍ବିତ ରାତିରେ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ଜେଜେ ହସ୍ପିଟାଲକୁ ପଠାଯାଇଥିଲା। ପୋଷ୍ଟମର୍ଟମ ଚାରି-ପାଞ୍ଚଜଣ ଡାକ୍ତରଙ୍କ ଉପସ୍ଥିତିରେ ହୋଇଥିଲା। ଏହି ସମୟରେ ଏହାର ଭିଡିଓଗ୍ରାଫି ମଧ୍ୟ କରାଯାଇଥିଲା।
ତୁନିଶା ଆତ୍ମହତ୍ୟା କରିବା ପରେ ତାଙ୍କ ମା’ ଶିଜାନଙ୍କ ବିରୋଧରେ ଅନେକ ଗୁରୁତର ଅଭିଯୋଗ କରିଛନ୍ତି। ତାଙ୍କ କହିବାନୁସାରେ, ଶିଜାନ ମୋ ଝିଅକୁ ଆତ୍ମହତ୍ୟା କରିବାକୁ ଉସ୍‌କାଇ ଥିଲେ। ତୁନିଶାଙ୍କ ମା’ଙ୍କ ଅଭିଯୋଗ ଉପରେ, ଧାରା ୩୦୬ ଅନୁଯାୟୀ ଶିଜାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ବିଳମ୍ବିତ ରାତିରେ ପଚରାଉଚରା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା। ବର୍ତ୍ତମାନ ତାଙ୍କୁ ଚାରି ଦିନ ପାଇଁ ପୋଲିସ ରିମାଣ୍ଡରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri