ଆସିଲା ଅଭିନେତ୍ରୀ ତୁନିଶାଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଅଭିନେତ୍ରୀ ତୁନିଶା ଶର୍ମାଙ୍କ ହଠାତ୍‌ ଆତ୍ମହତ୍ୟାକୁ ନେଇ ଟିଭି ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ରବିବାର ତୁନିଶାଙ୍କ ପୋଷ୍ଟମର୍ଟମ ରିପୋର୍ଟ ଆସିଛି। ଏହି ରିପୋର୍ଟରେ ଅନେକ ଖୁଲାସା ହୋଇଛି। ଅଭିନେତ୍ରୀଙ୍କ ମୃତ୍ୟୁ ପରଠାରୁ ସେ ଗର୍ଭବତୀ ଥିବା କଥା ଶୁଣିବାକୁ ମିଳିଥିଲା। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ ଏହି ଗୁଜବକୁ ଖାରଜ କରିଦେଇଛି। ପୋଷ୍ଟମର୍ଟମ ରିପୋର୍ଟ ଅନୁଯାୟୀ, ୨୦ ବର୍ଷୀୟା ତୁନିଶାଙ୍କ ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ଜଣାପଡିଛି। ତାଙ୍କ ଶରୀରରେ କୌଣସି ଆଘାତ ଚିହ୍ନ ଦେଖିବାକୁ ମିଳିନାହିଁ।
ଶନିବାର ତୁନିଶା ତାଙ୍କ ଟିଭି ଶୋ’ ଆଲିବାବା ସେଟରେ ଆତ୍ମହତ୍ୟା କରିଥିଲେ। ତୁନିଶା ନିଜ ସହ-ଷ୍ଟାର ଶିଜାନ ମହମ୍ମଦ ଖାନଙ୍କ ମେକଅନ୍‌ ରୁମରେ ଆତ୍ମହତ୍ୟା କରିଥିଲେ। ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଏହା ପରେ ବିଳମ୍ବିତ ରାତିରେ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ଜେଜେ ହସ୍ପିଟାଲକୁ ପଠାଯାଇଥିଲା। ପୋଷ୍ଟମର୍ଟମ ଚାରି-ପାଞ୍ଚଜଣ ଡାକ୍ତରଙ୍କ ଉପସ୍ଥିତିରେ ହୋଇଥିଲା। ଏହି ସମୟରେ ଏହାର ଭିଡିଓଗ୍ରାଫି ମଧ୍ୟ କରାଯାଇଥିଲା।
ତୁନିଶା ଆତ୍ମହତ୍ୟା କରିବା ପରେ ତାଙ୍କ ମା’ ଶିଜାନଙ୍କ ବିରୋଧରେ ଅନେକ ଗୁରୁତର ଅଭିଯୋଗ କରିଛନ୍ତି। ତାଙ୍କ କହିବାନୁସାରେ, ଶିଜାନ ମୋ ଝିଅକୁ ଆତ୍ମହତ୍ୟା କରିବାକୁ ଉସ୍‌କାଇ ଥିଲେ। ତୁନିଶାଙ୍କ ମା’ଙ୍କ ଅଭିଯୋଗ ଉପରେ, ଧାରା ୩୦୬ ଅନୁଯାୟୀ ଶିଜାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ବିଳମ୍ବିତ ରାତିରେ ପଚରାଉଚରା ପରେ ପୋଲିସ ତାଙ୍କୁ ଗିରଫ କରିଥିଲା। ବର୍ତ୍ତମାନ ତାଙ୍କୁ ଚାରି ଦିନ ପାଇଁ ପୋଲିସ ରିମାଣ୍ଡରେ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri