ସିଜାନ ଖାଁଙ୍କ ପରିବାର ଉପରେ ଗୁରୁତର ଅଭିଯୋଗ ଆଣିଲେ ତୁନିଷା ଶର୍ମାଙ୍କ ମାମୁ

ମୁମ୍ବାଇ,୨ ।୨: ଟେଲିଭିଜନ ଅଭିନେତ୍ରୀ ତୁନିଷା ଶର୍ମା ୨୪ ଡିସେମ୍ବର ୨୦୨୨ରେ ତାଙ୍କ ଶୋ’ ‘ଅଲି ବାବା: ଦାସ୍ତାନ-ଏ-କାବୁଲ’ର ସେଟ୍‌ରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ । ତାଙ୍କ ଆତ୍ମହତ୍ୟାର କାରଣ ଅଭିନେତା ତଥା ଏକ୍ସ ବୟଫ୍ରେଣ୍ଡ ସିଜାନ ଖାଁଙ୍କ ସହ ବ୍ରେକ ଅପ ବୋଲି କୁହାଯାଉଛି । ଏହାପରେ ସିଜାନଙ୍କୁ ଗିରଫ କରାଯାଇଥିଲା । ସେବେଠାରୁ ସିଜାନ ଜେଲରେ ଅଛନ୍ତି । ତୁନିଷାଙ୍କ ପରିବାର ସିଜାନ ଓ ତାଙ୍କ ପରିବାର ଉପରେ ଅନେକ ଗୁଡିଏ ଗୁରୁତର ଅଭିଯୋଗ ଆଣିଛନ୍ତି । ଏବେ ତୁନିଷାଙ୍କ ମାମୁ ସିଜାନଙ୍କ ପରିବାର ଉପରେ ଯାଞ୍ଚ କରିବାକୁ ଦାବି କରିଛନ୍ତି ।
ତୁନିଷାଙ୍କ ମାମୁ ପୱନ ଶର୍ମା ଏଏନଆଇକୁ ଦେଇଥିବା ସାକ୍ଷାତକାରରେ କହିଛନ୍ତି, ଏହି ମାମଲାରେ ଆମେ ଶୀଘ୍ର ନ୍ୟାୟ ଚାହୁଁଛୁ । ସେଥିପାଇଁ ଏହି ମାମଲାକୁ ଆମେ ଫାଷ୍ଟଟ୍ରାକ କୋର୍ଟକୁ ପଠାଇବାକୁ ଚାହୁଁଛୁ । ଆମେ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଯାଇଥିଲୁ ଓ ଏହି ମାମଲାକୁ ଫାଷ୍ଟ ଟ୍ରାକ କୋର୍ଟକୁ ପଠାଇବାକୁ ଦାବି କରିଛୁ । ଏହାସହ ସେ କହିଛନ୍ତି, ସିଜାନଙ୍କ ଅନ୍ୟ ପରିବାସ ସଦସ୍ୟ, ଯିଏ ଏହି ମାମଲାରେ ସାମିଲ ଅଛନ୍ତି ତାଙ୍କ ବିରୋଧରେ ଇନଭେଷ୍ଟିଗେଶନ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?