Posted inଖେଳ

ଟ୍ୟୁନିସିଆ ଖେଳିବ ଫୁଟ୍‌ବଲ ବିଶ୍ୱକପ୍‌

ଟୁନିସ୍‌(ଟ୍ୟୁନିସିଆ),୯ା୯: ଟ୍ୟୁନିସିଆ ଫିଫା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ହାସଲ କରିଛି। ସୋମବାର ଅନୁଷ୍ଠିତ ଏକ ଯୋଗ୍ୟତାପର୍ଯ୍ୟାୟ ମ୍ୟାଚ୍‌ରେ ଦଳ ଇକ୍ୱେଟୋରିଆଲ ଗିନିକୁ ୧-୦ ଗୋଲ୍‌ରେ ପରାସ୍ତ କରିଛି। ଖେଳର ୪ର୍ଥ ମିନିଟ୍‌ରେ ଟ୍ୟୁନିସିଆ ପକ୍ଷରୁ ବିଜୟସୂଚକ ଗୋଲ୍‌ଟିକୁ ସ୍କୋର କରିଥିଲେ ମହମ୍ମଦ ଅଲି ବେନ୍‌ ରମଧାନେ।

ଯୋଗ୍ୟତା ପର୍ଯ୍ୟାୟରେ ଟ୍ୟୁନିସିଆ ୮ଟି ଗେମ୍‌ରୁ ୨୨ ପଏଣ୍ଟ ଅର୍ଜନକରି ଗ୍ରୁପ୍‌ ‘ଏଚ୍‌’ ଟେବୁଲ ଶୀର୍ଷରେ ଦ୍ୱିତୀୟ ସ୍ଥାନରେ ଥିବା ନାମ୍ବିଆଠାରୁ ୧୦ ପଏଣ୍ଟ ଆଗୁଆ ରହିଛି।

ଟ୍ୟୁନିସିଆ କ୍ରମାଗତ ତୃତୀୟ ଏବଂ ମୋଟ ଉପରେ ୭ମ ଥର ପାଇଁ ଯୋଗ୍ୟତା ଅର୍ଜନ କରିଛି। ପୂର୍ବରୁ ୨୦୧୮ ଓ ୨୦୨୨ରେ ଦଳ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟରୁ ବିଦାୟ ନେଇଥିଲା। ଆଫ୍ରିକା ମହାଦେଶରୁ ପୂର୍ବରୁ ଅନ୍ୟତମ ଦଳ ମରକ୍କୋ ଇତିମଧ୍ୟରେ ଯୋଗ୍ୟତା ହାସଲ କରିସାରିଛି।

ଏସିଆରୁ ଜାପାନ, ଇରାନ, ଜୋର୍ଡାନ, ଦକ୍ଷିଣ କୋରିଆ, ଉଜ୍‌ବେକିସ୍ତାନ ଓ ଅଷ୍ଟ୍ରେଲିଆ ଯୋଗ୍ୟତା ହାସଲ କରିସାରିଛନ୍ତି। ସେହିପରି ଓସେନିଆରୁ ନ୍ୟୁଜିଲାଣ୍ଡ ଯୋଗ୍ୟତା ଅର୍ଜନ କରିସାରିଥିବା ବେଳେ ଦକ୍ଷିଣ ଆମେରିକାରୁ ଆର୍ଜେଣ୍ଟିନା, ବ୍ରାଜିଲ ଓ ଇକ୍ୱେଡର ଯୋଗ୍ୟତା ଅର୍ଜନ କରିସାରିଛନ୍ତି। ବିଶ୍ୱକପ୍‌ର ଆୟୋଜକ ଦେଶ ଭାବେ ଯୁକ୍ତରାଷ୍ଟ୍ର ଆମେରିକା, କାନାଡ଼ା ଓ ମେକ୍ସିକୋ ଯୋଗ୍ୟତା ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ବ୍ୟବସାୟୀଙ୍କ ସ୍କୁଟି ଡିକି ଭାଙ୍ଗି ୧୧୦ ଗ୍ରାମ୍‌ ସୁନା ଅଳଙ୍କାର ଲୁଟ୍‌

ରାୟଗଡ଼ା,୧୮ା୩(ଆଶିଷ ରଞ୍ଜନ ପଣ୍ଡା): କିଛି ଦିନର ନୀରବତା ପରେ ପୁଣି ରାୟଗଡ଼ା ସହରରେ ଆରମ୍ଭ ହୋଇଛି ଚୋରି ଓ ଲୁଟ୍‌। ପୋଲିସ୍‌କୁ ଏକପ୍ରକାର ଖୋଲା ଚ୍ୟାଲେଞ୍ଜ କରିଛନ୍ତି…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି…

ଭୟଙ୍କର ହେଲା ବିଶ୍ୱଯୁଦ୍ଧ: ଇରାନର ନ୍ୟୁକ୍ଲିୟର ପ୍ଲାଣ୍ଟରେ ମିସାଇଲ ମାଡ଼! ବିଶ୍ୱରେ ଚହଳ

ତେହରାନ,୧୮।୩: ଇରାନର ପରମାଣୁ କେନ୍ଦ୍ରରେ ମିସାଇଲ ମାଡ଼। ବୁଶେହର ନିକଟରେ ଅବସ୍ଥିତ ଇରାନର ଏକମାତ୍ର ସକ୍ରିୟ ପରମାଣୁ ଶକ୍ତି କେନ୍ଦ୍ର ପାଖରେ ମିସାଇଲ ମାଡ଼ ହୋଇଛି। ଯାହା…

ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଏଣିକି ୬୦% ସିଟ୍‌ ମାଗଣାରେ ବାଛିପାରିବେ

ନୂଆଦିଲ୍ଲୀ,୧୮ା୩: ବିମାନଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି। ବୁଧବାର ବିମାନଯାତ୍ରୀମାନଙ୍କୁ ଲାଭ ଦେବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏକ ବ୍ୟାପକ ତଥା ନୂଆ ନିୟମ ପ୍ରଚଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri