ଜାତିସଂଘରେ କଶ୍ମୀର ପ୍ରସଙ୍ଗ ଉଠାଇଲା ତୁର୍କୀ…

ନ୍ୟୁୟର୍କ,୨୦।୯ : ମିଳିତ ଜାତିସଂଘ ସାଧାରଣ ସଭାରେ ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏର୍ଦୋଗନ କାଶ୍ମୀର ପ୍ରସଙ୍ଗକୁ ପୁଣି ଥରେ ଉଠାଇଛନ୍ତି। ନ୍ୟୁୟର୍କରେ ଅନୁଷ୍ଠିତ ସାଧାରଣ ସଭାର ୭୮ତମ ଅଧିବେଶନରେ ସେ ଦେଇଥିବା ଅଭିଭାଷଣରେ ପୁଣିଥରେ ପାକିସ୍ତାନ ପ୍ରତି ନିଜର ଆନୁଗତ୍ୟ ପ୍ରଦର୍ଶନ କରି କଶ୍ମୀର ଉପରେ ଅନେକ କଥା କହିଛନ୍ତି। କେବଳ ଏତିକି ନୁହେଁ ସେ ମିଳିତ ଜାତିସଂଘର ପାଞ୍ଚଜଣ ସ୍ଥାୟୀ ସଦସ୍ୟଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି।

ମିଳିତ ଜାତିସଂଘରେ ସାଧାରଣ ଆଲୋଚନା ସମୟରେ ପାକିସ୍ତାନର ଏଜେଣ୍ଡାକୁ ତୁର୍କୀ ରାଷ୍ଟ୍ରପତି କହିଛନ୍ତି, କେବଳ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଥାବାର୍ତ୍ତା ଏବଂ ସହଯୋଗ କଶ୍ମୀରରେ ଚିରସ୍ଥାୟୀ ଏବଂ ନ୍ୟାୟ ଆଣିପାରିବ। ଏହାଦ୍ୱାରା ଦକ୍ଷିଣ ଏସିଆରେ ଆଞ୍ଚଳିକ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧତା ଆସିବ। ତେବେ ଏନେଇ ବାଟ ଖୋଜିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ବିବାଦର ସମାଧାନ ପାଇଁ ତୁର୍କୀ ସମର୍ଥନ ଜାରି ରଖିବ ବୋଲି ସେ କହିଛନ୍ତି।

ଏଥିସହ ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ପ୍ରମୁଖ ପରିବର୍ତ୍ତନ ଆଣିବାକୁ ସେ ଭାରତକୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ୟୁଏନଏସସିରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ଏହା ଗର୍ବର ବିଷୟ। ଏହି ସମୟରେ, ସୁରକ୍ଷା ପରିଷଦର ପାଞ୍ଚଜଣ ସ୍ଥାୟୀ ସଦସ୍ୟଙ୍କୁ ଟାର୍ଗେଟ କରି କହିଛନ୍ତି ୟୁଏନଏସସିର ୧୫ ଜଣ ସ୍ଥାୟୀ ସଦସ୍ୟଙ୍କୁ ମଧ୍ୟ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ କରାଯାଉ ବୋଲି ସେ ଚାହୁଁଛନ୍ତି।

ଜାତିସଂଘ ସୁରକ୍ଷା ପରିଷଦର ଏହି ୨୦ ଟି ଦେଶ ପାଞ୍ଚଜଣ ସ୍ଥାୟୀ ସଦସ୍ୟ ଏବଂ ୧୫ ଅଣ-ସ୍ଥାୟୀ ସଦସ୍ୟଙ୍କୁ ସ୍ଥାୟୀ ସଦସ୍ୟତା ଦିଆଯିବା ଉଚିତ। କାରଣ ଏହି ପାଞ୍ଚ ସ୍ଥାୟୀ ସଦସ୍ୟଙ୍କ ଅପେକ୍ଷା ବିଶ୍ୱ ବଡ଼। ଆମର ଏକମାତ୍ର କଥା ହେଉଛି ବିଶ୍ୱ କେବଳ ଆମେରିକା, ବ୍ରିଟେନ, ଫ୍ରାନ୍ସ, ଚାଇନା ଏବଂ ରୁଷିଆରେ ସୀମିତ ନୁହେଁ।

ଏହାପୂର୍ବରୁ ୨୦୨୦ ରେ ମଧ୍ୟ ସେ ସାଧାରଣ ସଭାରେ ଆଲୋଚନା ସମୟରେ କଶ୍ମୀର ବିଷୟରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?