ତୁର୍କୀର ଷଡ଼ଯନ୍ତ୍ର: କଶ୍ମୀରକୁ ପଠାଇବ ଆତଙ୍କବାଦୀ

ଆଙ୍କାରା,୮।୧୨: ଭାରତରେ ଅଶାନ୍ତି ସୃଷ୍ଟି କରିବା ଲାଗି ପାକିସ୍ତାନ ଏବେ ତୁର୍କୀ ସହିତ ହାତ ମିଳାଇଛି। କଶ୍ମୀରକୁ ଆତଙ୍କବାଦୀ ପଠାଇବା ଲାଗି ତୁର୍କୀ ପାକିସ୍ତାନ ସହିତ ମିଶି ଷଡ଼ଯନ୍ତ୍ର ରଚିଥିବା କୁହାଯାଉଛି। ସିରିଆର ଆତଙ୍କବାଦୀ ସଂଗଠନକୁ ଏଥିରେ ସାମିଲ କରାଯାଇଛି। ପୂର୍ବରୁ ସିରିଆ ଆତଙ୍କବାଦୀଙ୍କୁ ଲିବିୟା ଏବଂ ଅଜରବୈଜାନକୁ ପଠାଯାଇଛି। କଶ୍ମୀର ପ୍ରସଙ୍ଗ ନେଇ ତୁର୍କୀ ଭାରତ ବିରୋଧରେ ମନ୍ତବ୍ୟ ଦେଇଥିବାବେଳେ ଏବେ ଏଠାରେ ଆତଙ୍କବାଦୀ କାର୍ଯ୍ୟ କଳାପ ବୃଦ୍ଧି ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏସମ୍ପର୍କରେ କିଛି ଦିନ ତଳେ ତୁର୍କୀ ସମର୍ଥିତ ସୁଲେମାନ ଶାହା ବ୍ରିଗେଡ଼ ଆତଙ୍କବାଦୀ ସଂଗଠନ ମୁଖ୍ୟ ଅବୁ ଇମଶା ସୂଚନା ଦେଇଥିଲେ। ସେ ନିଜ ସଂଗଠନ ସଦସ୍ୟଙ୍କୁ ଏଥି ପାଇଁ ପ୍ରସ୍ତୁତ ରହିବାକୁ ପରାମର୍ଶ ଦେଇଥିଲେ। କଶ୍ମୀରରେ ଅଶାନ୍ତି ସୃଷ୍ଟି ଲାଗି ଅନ୍ୟ ଆତଙ୍କବାଦୀ ସଂଗଠନ ସହିତ ଆଲୋଚନା କରିବା ପାଇଁ ଇମଶାଙ୍କୁ ତୁର୍କୀ ସରକାର ନିର୍ଦ୍ଦେଶ ଦେଇଥିବା ସେ ସଦସ୍ୟଙ୍କୁ କହିଛନ୍ତି। ଏନେଇ ଏବେ ଅନ୍ତର୍ଜାତୀୟସ୍ତରରେ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବକୁ କମ୍ କରିବାକୁ ମୋଦିଙ୍କ ବଡ଼ ଆହ୍ବାନ; ପେଟ୍ରୋଲ-ଡିଜେଲର ବ୍ୟବହାର ହ୍ରାସ, ବର୍ଷେ ସୁନା….

ନୂଆଦିଲ୍ଲୀ,୧୦ା୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତବାସୀଙ୍କୁ ବଡ଼ ପରାମର୍ଶ ଦେଇଛନ୍ତି । ସଂଯମତାର ସହିତ ପେଟ୍ରୋଲିୟମ ଉତ୍ପାଦ ବ୍ୟବହାର କରିବାକୁ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

ମାଙ୍କଡଡିଆଁ ଜଳପ୍ରପାତରେ ଅଘଟଣ, ପର୍ଯ୍ୟଟକଙ୍କ ମୃତଦେହ ଉଦ୍ଧାର

ମୋହନା,୧୦ା୫( ମନ୍ମଥ ମିଶ୍ର ): ମାଙ୍କଡଡିଆଁ ଜଳପ୍ରପାତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କର ନାମ ଅଭିଜିତ ଦାସ ହୋଇଥିବା ବେଳେ ସେ ଜଣେ…

ଘୋର ଆର୍ଥିକ ସଙ୍କଟରେ ତୈଳ କମ୍ପାନୀ, ଦୈନିକ ୧୭୦୦ କୋଟିର କ୍ଷତି; ଶୀଘ୍ର ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ,୧୦।୫: ଇରାନ ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ (Strait of Hormuz) ଅବରୋଧ ଯୋଗୁ ବିଶ୍ୱ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା ୧୦୦ ଡଲାର…

ଗଞ୍ଜାମ ଚନ୍ଦନ ଯାତ୍ରା, ହରିହର ଭେଟ ଦେଖିବାକୁ ଲାଗିଲା ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୦ା୫(ଅନାଥ ତରାଇ):  ଗଞ୍ଜାମ ସହରର ପାରମ୍ପରିକ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଗତ ମାସ ୨୦ ତାରିଖରୁ ଆରମ୍ଭ ହୋଇଥିବା ଏହି ଐତିହାସିକ…

ରୋଗରୁ ହୋଇଛି ଦନ୍ତାହାତୀର ମୃତ୍ୟୁ: ଅପପ୍ରଚାରକାରୀଙ୍କ ବିରୋଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୧୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ଗାୟଗଣ୍ଡା ନିକଟରେ ମୃତ୍ୟୁବରଣ କରିଥିବା ଦନ୍ତାହାତୀଟି ରୋଗରୁ ମୃତ୍ୟୁ ହୋଇଥିବା ମୃତଦେହ ବ୍ୟବଚ୍ଛେଦରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri