ସିରିଆର ଅଧିକାଂଶ ସହରରେ ତୁର୍କିର ଏୟାର ଷ୍ଟ୍ରାଇକ, ଆକାଶରୁ ବର୍ଷିଲା ବୋମା, ୧୨ ମୃତ, ଅଧିକାଂଶ ଆହତ

ଦମିଷ୍କ,୨୦ ।୧୧: ସିରିଆର କୋବାନେ ସହର ସମେତ ଉତ୍ତର ସିରିଆର ଅଧିକାଂଶ ସହରକୁ ଟାର୍ଗେଟ କରିଛି ତୁର୍କି । ଶନିବର ବିଳମ୍ବିତ ରାତିରେ ତୁର୍କି ପକ୍ଷରୁ ସିରିଆର କିଛି ସହରରେ ବିମାନ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି । ଏହି ସୂଚନା ସେଠାରେ ଉପସ୍ଥିତ ଥିବା କୁର୍ଦ୍ଦ ନେତୃତ୍ୱାଧିନ ସେନା ଓ ବ୍ରିଟେନରେ ଅବସ୍ଥିତ ଏକ ମନିଟରିଂ ଗୋଷ୍ଠୀ ଦ୍ୱାରା ପ୍ରଦାନ କରାଯାଇଛି । ସିରିଆନ୍ ଆଡଭାଇଜରି ଫର ହ୍ୟୁମାନ ରାଇଟସ୍ କହିଛି ଆକ୍ରମଣରେ କୁର୍ଦ୍ଦ ନେତୃତ୍ୱାଧିନ ସିରିଆନ୍ ଡେମୋକ୍ରାଟିକ ଫୋର୍ସେସ(ଏସଡିଏଫ)ର ଅତିକମରେ ୬ ଜଣ ସଦସ୍ୟ ଓ ସରକାର ସମର୍ଥିତ ୬ ସେନାଙ୍କ ମୃତ୍ୟୁ ହୋଇଛି । ଏହାସହ ଅଧିକାଂଶ ଆହତ ହୋଇଛନ୍ତି ।
ସିରିଆ ସ୍ଥିତ କୁର୍ଦ୍ଦ ନେତୃତ୍ୱାଧିନ ସେନା କହିଛି ଏହି ଆକ୍ରମଣରେ ଦୁଇଟି ଗାଁ ପ୍ରଭାବିତ ହୋଇଛି । ଏଠାରେ ଇଣ୍ଟରନାଲି ଡିସପ୍ଲେସଡ ପିପୁଲ ରହିଥାଆନ୍ତି । ଏଥିରେ କୋବାନେ ନିକଟରେ ପୂର୍ବ ଗ୍ରାମୀଣ ଅଞ୍ଚଳ ବି ସାମିଲ ଅଛି, ଯାହାକୁ ଏନ ଅଲ-ଅରବ ବି କୁହାଯାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri