Posted inଜାତୀୟ

ଅପରେଶନ ଦୋସ୍ତ: ସହାୟତା ପାଇଁ ‘ଦୋସ୍ତ’ ଭାରତୀୟଙ୍କୁ ଧନ୍ୟବାଦ ଦେଲା ତୁର୍କୀ, ରାଷ୍ଟ୍ରଦୂତ କହିଲେ ହୃଦୟକୁ ଛୁଇଁଲା

ନୂଆଦିଲ୍ଲୀ,୨୨ ।୨: ତୁର୍କୀରେ ଆସିଥିବା ବିନାଶକାରୀ ଭୂକମ୍ପ ସମୟରେ ଏହାକୁ ସହଯୋଗର ହାତ ବଢାଇଥିଲା ଭାରତ । ରିଲିଫ ସାମଗ୍ରୀ ସହ ଉଦ୍ଧାରକାରୀ ଦଳ ତୁର୍କୀରେ ପହଞ୍ଚି ଭୂକମ୍ପ ପୀଡ଼ିତଙ୍କୁ ଉଦ୍ଧାର କରିଥିଲେ । ‘ଅପରେଶନ ଦୋସ୍ତ’ ମାଧ୍ୟମରେ ଭାରତର ଏହି ସହଯୋଗକୁ ନେଇ ନୂଆଦିଲ୍ଲୀ ସ୍ଥିତି ତୁର୍କୀ ଦୂତାବାସ ‘ଦୋସ୍ତ’ ଭାରତୀୟଙ୍କୁ ଧନ୍ୟବାଦ ଦେଇଛି । ସଙ୍କଟ ସମୟରେ ତୁର୍କୀ ସହ ଭାରତର ଏକଜୁଟତା, ଆଶୀର୍ବାଦ ଓ ଦାନକୁ ନେଇ ତୁର୍କୀ ଦୁତାବାସ ପକ୍ଷରୁ ମଙ୍ଗଳବାର ଦିଲ୍ଲୀରେ ଅନ୍ତର ଧାର୍ମିକ ପ୍ରାର୍ଥନା ଆୟୋଜିତ କରାଯିବା ସହ ଭୂକମ୍ପ ପୀଡ଼ିତଙ୍କୁ ଶ୍ରଦ୍ଧାଞ୍ଜଳୀ ଦିଆଯାଇଥିଲା ।
ଭାରତରେ ଥିବା ତୁର୍କୀର ରାଷ୍ଟ୍ରଦୂତ ଫିରାତ ସୁନେଲ କହିଛନ୍ତି, ଭାରତୀୟଙ୍କ ପକ୍ଷରୁ କରାଯାଇଥିବା ସହାୟତା ତାଙ୍କ ହୃଦୟକୁ ଛୁଇଁଛି । ମୁଁ ଏଥିରେ ଖୁବ୍ ପ୍ରଭାବିତ, ଆମେ ଏକ ଧାର୍ମିକ ପ୍ରାର୍ଥନାର ଆୟୋଜନ କରିଛୁ ଯେଉଁଥିରେ ଭାରତର ସମସ୍ତ ପ୍ରମୁଖ ଧର୍ମର ପ୍ରତିନିଧି ସାମିଲ ହୋଇଥିଲେ । ଏହା ଏକ ବହୁତ ବଡ ନୈତିକ ସମର୍ଥନ । ଭାରତୀୟଙ୍କୁ ଧନ୍ୟବାଦ ଦେଇ ସେ ଏକ ଟୁଇଟ ବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?