Posted inଖେଳ

ଭୂମିକମ୍ପରେ ତୁର୍କୀ ଗୋଲକିପରଙ୍କ ମୃତ୍ୟୁ

ଅଙ୍କାରା,୯ା୨: ତୁର୍କୀ ଓ ଇଜିପ୍ଟରେ ଘଟିଥିବା ଭୟାବହ ଭୂମିକମ୍ପରେ ତୁର୍କୀ ଗୋଲକିପରଙ୍କ ମୃତ୍ୟୁ ଘଟିଛି। ତୁର୍କୀ ପାଇଁ ୫ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ଅହମତ୍‌ ଇୟୁପ୍‌ ତୁର୍କସଲାନ ସୋମବାର ପ୍ରାଣ ହରାଇଛନ୍ତି। ଅହମତଙ୍କ କ୍ଲବ ୟେନି ମାଲାଟୟାସ୍ପୋର ପକ୍ଷରୁ ଏହି ଖବର ଟୁଇଟ୍‌ କରାଯାଇଛି। ନିଜ ଘରେ ଥିବା ସମୟରେ ଭୂମିକମ୍ପ କାରଣରୁ ଘର ଭୁଷୁଡି ପଡିଥିଲା। ଏଥିରେ ଅହମତଙ୍କ ସମେତ ତାଙ୍କ ସ୍ତ୍ରୀ ମଧ୍ୟ ଭଗ୍ନାବଶେଷ ମଧ୍ୟରେ ଫଶି ଯାଇଥିଲେ। ତେବେ ସ୍ତ୍ରୀଙ୍କୁ ଜୀବନ୍ତ ଭାବରେ ଉଦ୍ଧାର କରାଯାଇଥିବା ବେଳେ ୨୮ ବର୍ଷୀୟ ଅହମତଙ୍କ ମୃତ୍ୟୁ ଘଟିଥିଲା। ୨୦୨୧ରୁ ଅହମତ ୟେନି ମାଲାଟୟାସ୍ପୋର ପାଇଁ ଖେଳୁଛନ୍ତି। କ୍ଲବ ପକ୍ଷରୁ ଅହମତଙ୍କୁ ଜଣେ ଚମତ୍କାର ମଣିଷ କୁହାଯିବା ସହିତ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଅହମତଙ୍କ ସାଥୀ ଖେଳାଳି ତଥା କ୍ରିଷ୍ଟାଲ ପ୍ୟାଲେସ୍‌ ଓ ଏଭରଟନ୍‌ ଖେଳାଳି ୟାନିକ୍‌ ବୋଲସି ମଧ୍ୟ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

ମାନବ ଅଧିକାର ଶାନ୍ତିଦୂତ

ହନ ଦାସ କରମଚାନ୍ଦ ଗାନ୍ଧୀ ମହାତ୍ମା ଗାନ୍ଧୀରେ ପରିଣତ ହେବା ପାଇଁ ଯେଉଁ କର୍ମଭୂମି ତାଙ୍କୁ ଆଦ୍ୟ ସୁଯୋଗ ଦେଇଥିଲା, ତାହା ଥିଲା ଦକ୍ଷିଣ ଆଫ୍ରିକା। ଜଣେ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିସେଲ୍ସରେ ମଣିଷକୁ ଟପିଲେଣି କଇଁଛ

ଭିକ୍ଟୋରିଆ,୧୧ା୧୦: ଦିନେ ବିଲୁପ୍ତ ହେବାକୁ ବସିଥିବା ଆଲଡାବ୍ରା କଇଁଛଙ୍କ ସଂଖ୍ୟା ବର୍ତ୍ତମାନ ମଣିଷଙ୍କୁ ମଧ୍ୟ ଟପିଗଲାଣି। ବ୍ୟାପକ ଶୋଷଣ ଏବଂ ଅତ୍ୟଧିକ ଶିକାର ଯୋଗୁଁ ଆଲଡାବ୍ରାର କଇଁଛ…

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?