ନାଟୋରେ ଖୁବଶୀଘ୍ର ସାମିଲ ହୋଇପାରେ ଫିନଲ୍ୟାଣ୍ଡ, ତୁର୍କି ରାଷ୍ଟ୍ରପତି ଏର୍ଦୋଗନ ଦେଲେ ସଙ୍କେତ

ଅଙ୍କାରା,୩୦ ।୧: ସ୍ୱିଡେନ ଓ ଫିନଲ୍ୟାଣ୍ଡ ନାଟୋରେ ସାମିଲ ହେବାକୁ ଆବେଦନ କରିବା ପରେ ତୁର୍କିର ରାଷ୍ଟ୍ରପତି ରେସେପ ତୈୟପ ଏର୍ଦୋଗନଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି । ତୁର୍କି ରାଷ୍ଟ୍ରପତି ସଙ୍କେତ ଦେଇଛନ୍ତି କି ଷ୍ଟକହୋମ ସହ ଏକାଠି ବଢୁଥିବା ଉତ୍ତେଜନା ମଧ୍ୟରେ ସ୍ୱିଡେନ ପୂର୍ବରୁ ଫିନଲ୍ୟାଣ୍ଡ ନାଟୋରେ ସାମିଲ ହେବାକୁ ତା’ର ସହମତି ଦେଇପାରେ ।
ଏର୍ଦୋଗନ ଦେଶର ବାଲେଷ୍ଟିକ ଅଞ୍ଚଳରେ ଯୁବବର୍ଗଙ୍କୁ ସମ୍ବୋଧନ ଦେବା ଅବସରରେ କହିଛନ୍ତି, ଯଦି ଆବଶ୍ୟକ ପଡେ ତେବେ ଆମେ ଫିନଲ୍ୟାଣ୍ଡକୁ ଅଲଗା ଭାବେ ଜବାବ ଦେଇପାରୁ । ଯେତେବେଳେ ଏମିତି ହେବ ସେତେବେଳେ ସ୍ୱିଡେନ ଚମକି ପଡିବ । ହେଲେ ଫିନଲ୍ୟାଣ୍ଡକୁ ସେହି ଭୁଲ କରିବା ଉଚିତ ନୁହେଁ । ଏହା ପୂର୍ବରୁ ସ୍ୱିଡେନ ଓ ଫିନଲ୍ୟାଣ୍ଡ ମିଳିତ ଭାବେ ନାଟୋରେ ସାମିଲ ହେବାକୁ ଆବେଦନ କରିଥିଲେ । ହେଲେ ତୁର୍କି ଏବେ ପର୍ଯ୍ୟନ୍ତ ଏହାକୁ ଅଟକାଇ ଦେଇଛି । ନିର୍ବାସିତ କୁର୍ଦ୍ଦ ଉଗ୍ରବାଦୀ, ସେମାନଙ୍କ ସମର୍ଥକ ତଥା ରାଷ୍ଟ୍ରପତି ଏର୍ଦୋଗନଙ୍କ ସମାଲୋଚକଙ୍କୁ ସ୍ୱିଡେନ ଉପରେ କଟକଣା ଜାରି କରିବା ଆବଶ୍ୟକ ବୋଲି ତୁର୍କି ଚିନ୍ତା ପ୍ରକଟ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷ ୨୦୨୬ରୁ ଏହି ୩ ରାଶିର ଭଲ ଦିନ ଆରମ୍ଭ: ସୃଷ୍ଟି ହେଉଛି ଚତୁର୍ଗ୍ରହୀ ଯୋଗ, ଘଟିବ…

୨୦୨୬ର ପ୍ରଥମ ଦିନ ଜ୍ୟୋତିଷ ଦୃଷ୍ଟିକୋଣରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ଏହି ଦିନରେ ଏକ ଶକ୍ତିଶାଳୀ ଚତୁର୍ଗ୍ରହୀ ଯୋଗ ସୃଷ୍ଟି ହେଉଛି। ଜାନୁଆରୀ ୧, ୨୦୨୬...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri