ତୁର୍କୀରେ ପୁଣି ଏକ ଭୂକମ୍ପ

ଅଙ୍କାରା,୧୯ ।୨: ପୁଣିଥରେ ଥରିଉଠିଛି ତୁର୍କୀ । ଏଥର ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ରହିଥିଲା ୫.୨ । ୟୁରୋପୀୟ ଭୂମଧ୍ୟସାଗରୀୟ ସିସ୍ମୋଲୋଜିକାଲ ସେଣ୍ଟର(ଇଏମଏସସି) ଅନୁଯାୟୀ, ଭୂକମ୍ପ ୧୦ କିଲୋମିଟର ଗଭିରତାରେ ରହିଥିଲା । ତେବେ ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ଏପର୍ଯ୍ୟନ୍ତ ମିଳିନାହିଁ ।
ସୂଚନାଯୋଗ୍ୟ, ଫେବୃୟାରୀ ୬ରେ ତୁର୍କୀ ଓ ସିରିଆରେ ହୋଇଥିବା ଭୂକମ୍ପରେ ଦିନକୁ ଦିନ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । ଏବେସୁଦ୍ଧା ମୃତକଙ୍କ ସଂଖ୍ୟା ୪୬ ହଜାର ଅତିକ୍ରମ କରିଯାଇଥିବା କୁହାଯାଉଛି ।
ତୁର୍କୀ ଓ ସିରିଆରେ ଆସିଥିବା ବିନାଶକାରୀ ଭୂକମ୍ପ ପରେ ସାରା ବିଶ୍ୱର ଉଦ୍ଧାରକାରୀ ଦଳ ସେଠାରେ ପହଞ୍ଚିଛନ୍ତି । ଭଙ୍ଗା ଘର ତଳୁ ଏବେବି ମୃତଦେହ ଉଦ୍ଧାର କରାଯାଉଛି । ଏହି ଭୂକମ୍ପରେ କେବଳ ତୁର୍କୀରେ ମୃତକଙ୍କ ସଂଖ୍ୟା ୪୦,୬୪୨ ଥିବା ବେଳେ ପଡୋଶୀ ଦେଶ ସିରିଆରେ ମୃତକଙ୍କ ସଂଖ୍ୟା ୫,୮୦୦ରେ ପହଞ୍ଚିଲାଣି ।
ତୁର୍କୀ ଓ ସିରିଆରେ ୬ ଫେବୃୟାରୀରେ ଆସିଥିବା ଭୂକମ୍ପରେ ପ୍ରାୟ ୮୪ ହଜାରରୁ ଅଧିକ ଘର ଅତ୍ୟଧିକ ଭାବେ କ୍ଷତିଗ୍ରସ୍ତ ହୋଇଛି ଅଥବା ଭୁଷୁଡି ଯାଇଛି । ମିଡିଆ ରିପୋର୍ଟ ଅନୁଯାୟୀ ତୁର୍କୀ ଓ ସିରିଆରେ ୨୦ ଲକ୍ଷରୁ ଅଧିକ ଲୋକ ବାସହରା ହୋଇଥିବା ବେଳେ ଏବେ ଆଶ୍ରୟସ୍ଥଳରେ ରହୁଛନ୍ତି । ମିଳିତ ଜାତିସଂଘ ସମେତ ଆହୁରି କିଛି ଏଜେନ୍ସି ଓ ଭାରତ ସମେତ ୭୦ରୁ ଅଧିକ ଦେଶ ପ୍ରଭାବିତ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟରେ ଲାଗିପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri