Posted inଜାତୀୟ

ଭାରତକୁ ପ୍ରଶଂସା କରି କିଛି ଏଭଳି କହିଲେ ତୁର୍କୀ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୭।୨: ଗତ ଗତ ୨୪ଘଣ୍ଟା ମଧ୍ୟରେ ସମୁଦାୟ ୧୪୫ରୁ ଅଧିକ ଭୂକମ୍ପ ମଧ୍ୟ ପୂର୍ବ ଦେଶ ତୁର୍କୀ-ସିରିଆରେ ବିନାଶ ଘଟାଇଛି। ସୋମବାର ଘଟିଥିବା ଭୟଙ୍କର ଭୂକମ୍ପରେ ଉଭୟ ଦେଶର ବଡ଼ ବଡ଼ ଅଟ୍ଟାଳିକା ଭାଙ୍କି ଧ୍ୱଂସ ହୋଇଯାଇଛି। ଏଭଳି ପରିସ୍ଥିତିରେ ଭାରତ ତୁର୍କୀକୁ ସାହାଯ୍ୟ କରିବା ପାଇଁ ହାତ ବଢ଼ାଇ ସମସ୍ତ ପ୍ରକାର ସାହାଯ୍ୟ ଯୋଗାଇଦେବାକୁ ନିଶ୍ଚିତ କରିଥିଲା। ବିପର୍ଯ୍ୟୟର ତୁରନ୍ତ ପରେ ପ୍ରଧାନମନ୍ତ୍ରୀ ମୋଦି ନିଜ ରାଜ୍ୟ ବୈଦେଶିକ ମନ୍ତ୍ରୀଙ୍କୁ ଦିଲ୍ଲୀର ତୁର୍କୀ ଦୂତାବାସକୁ ପଠାଇ ତାଙ୍କ ସମବେଦନା ଜଣାଇଛନ୍ତି। ରାଜ୍ୟ ବୈଦେଶିକ ମନ୍ତ୍ରୀ ଭି. ମୁରଲୀଧରନ ଭାରତରେ ତୁର୍କୀ ରାଷ୍ଟ୍ରଦୂତ ଫିରାତ ସୁନେଲଙ୍କୁ ଭେଟି ସମବେଦନା ଜଣାଇବା ସହ ସମସ୍ତ ପ୍ରକାର ମାନବିକ ସହାୟତା ଯୋଗାଇଦେବା ପାଇଁ ପ୍ରତିଶୃତି ମଧ୍ୟ ଦେଇଛନ୍ତି। ଅନ୍ୟପଟେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ଏହି ଗସ୍ତ ପରେ ଫିରାଟ ସୁନେଲ ଟୁଇଟ କରିଛନ୍ତି। ସେ କହିଛନ୍ତି, ତୁର୍କୀ ଏବଂ ହିନ୍ଦୀରେ ବନ୍ଧୁ ଓ ବନ୍ଧୁତା ପାଇଁ ଏକ ସାଧାରଣ ଶବ୍ଦ ବ୍ୟବହୃତ ହୁଏ। ଆମ ତୁର୍କୀରେ ଏକ ପ୍ରବାଦ ଅଛି, ଜଣେ ବନ୍ଧୁ ଯିଏ ଆବଶ୍ୟକ ସମୟରେ କାମରେ ଆସେ ସେ ପ୍ରକୃତ ବନ୍ଧୁ ବୋଲି ଫିରାଟ ସୁନେଲ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପରେ ବି ନିଷ୍ପତ୍ତିରେ ଅଟଳ ସନରାଇଜର୍ସ! କାବ୍ୟା ମାରନ୍‌ଙ୍କ ଦଳରେ ଖେଳିବେ ପାକ୍ ସ୍ପିନର; ପିସିବି ଦେଲା…

ଲାହୋର,୩।୭: ପାକିସ୍ତାନ କ୍ରିକେଟ୍ ବୋର୍ଡ (PCB) ବିଭିନ୍ନ ଦେଶରେ ଆୟୋଜିତ ହେବାକୁ ଥିବା ଟି-୨୦ ଏବଂ ସର୍ଟ-ଫର୍ମାଟ୍ ଲିଗ୍‌ରେ ଖେଳିବା ପାଇଁ ନିଜର ଅନେକ ପ୍ରମୁଖ ଖେଳାଳିଙ୍କୁ…

ଏଟିଏମ୍ କାର୍ଡ ବଦଳାଇ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଲୁଟ୍; ୯ ଥରରେ ଆକାଉଣ୍ଟରୁ କଟିଲା ଲକ୍ଷେରୁ ଅଧିକ ଟଙ୍କା, ସପିଙ୍ଗ୍ ମଧ୍ୟ…

ବୈଶିଙ୍ଗା,୩।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ସ୍ଥିତ ଷ୍ଟେଟ୍ ବ୍ୟାଙ୍କ (SBI) ଏଟିଏମରେ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ସହ ଏକ ଚାଞ୍ଚଲ୍ୟକର ଏଟିଏମ…

କେତନଙ୍କୁ ହତ୍ୟା କରିବା ପରେ ଅନୁତାପର ପ୍ରଶ୍ନ ନାହିଁ, ଗଣମାଧ୍ୟମକୁ ଅଶ୍ଳୀଳ ଇଙ୍ଗିତ କରି ଚର୍ଚ୍ଚାରେ ସିୟା…Video ଭାଇରାଲ ପରେ… 

ପୁଣେ,୩।୭: ପୁଣେର ପ୍ରସିଦ୍ଧ ବ୍ୟବସାୟୀ ବିଶାଲ ଅଗ୍ରୱାଲଙ୍କ ପୁଅ କେତନ ଅଗ୍ରୱାଲ ହତ୍ୟା ମାମଲାରେ ପ୍ରତିଦିନ ଏଭଳି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସୁଛି, ଯାହା ସମାଜକୁ ସ୍ତବ୍ଧ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri