ନିଜ ପସନ୍ଦ କୁକୁରର ସୁନାର ପ୍ରତିମୂର୍ତ୍ତି ରାସ୍ତାରେ ଲଗାଇଲେ ରାଷ୍ଟ୍ରପତି

ଅସଗାବଟ,୧୪ ।୧୧: ରାସ୍ତା କଡ଼ରେ ସାଧାରଣତଃ ବଡ ବଡ ନେତାଙ୍କ ପ୍ରତିମୂର୍ତ୍ତି ଲାଗିଥିବା ସମସ୍ତେ ଦେଖିଥିବେ । ହେଲେ ରାସ୍ତା କଡରେ କୌଣସି ପଶୁଜନ୍ତୁଙ୍କ ପ୍ରତିମୂର୍ତ୍ତି କଥା ଚିନ୍ତା କଲେ ଟିକେ ଅଡୁଆ ଲାଗିପାରେ । ହେଲେ ତୁର୍କମେନିସ୍ତାନ ଶାସନରେ ଏଭଳି ଘଟଣା ଦେଖିବାକୁ ମିଳିଛି । ତୁର୍କମେନିସ୍ତାନର ରାଷ୍ଟ୍ରପତି ଗୁର୍ବାଙ୍ଗୁଲେ ବରଡିମୁହାମେଡୋ ନିଜ ପସନ୍ଦର କୁକୁରର ପ୍ରତିମୂର୍ତ୍ତି ତିଆରି କରି ତୁର୍କମେନିସ୍ତାନର ରାଜଧାନୀର ନୂଆ ଅଞ୍ଚଳରେ ଲଗାଇ ଦେଇଛନ୍ତି । ୨୦୦୭ରେ ରାଷ୍ଟ୍ରପତି ଆସନରେ ବସିଥିବା ଗୁର୍ବାଙ୍ଗୁଲେ ବୁଧବାର ଅଲବି ପ୍ରଜାତିର ଏହି କୁକୁର ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ କରିଛନ୍ତି । ଏହି ମୂର୍ତ୍ତି କଂସାରେ ତିଆରି ହୋଇଛି । ପ୍ରାୟ ୫୦ ଫୁଟ ଉଚ୍ଚତାର ଏହି କୁକୁର ପ୍ରତିମୂର୍ତ୍ତିରେ ୨୪ କ୍ୟାରେଟ ସୁନାର ଆବରଣ ଲଗାଯାଇଛି । ଯେଉଁ ଅଞ୍ଚଳରେ ତୁର୍କମେନିସ୍ତାନ ଅଧିକାରୀମାନେ ରହିବାକୁ ନୂଆ ଘର ତିଆରି କରାଯାଇଛି ସେହିଠାରେ ଏହି କୁକୁର ପ୍ରତିମୂର୍ତ୍ତି ଲଗାଯାଇଛି । ତେବେ ସାରା ବିଶ୍ୱରେ ଏହି ଅଲବି ପ୍ରଜାତିର କୁକୁରକୁ ବେଶ ପସନ୍ଦ କରିଥାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri