ବିଶ୍ୱ ବଜାରରେ ବିକ୍ରି ହେବ ସ୍ବାଭିମାନ ଅଞ୍ଚଳର ହଳଦୀ

ମାଲକାନଗିରି,୯ା୧ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଉତ୍ପାଦିତ ହଳଦୀ ଆମାଜନରେ ବିକ୍ରି ହେବ। ଚିତ୍ରକୋଣ୍ଡା ବ୍ଲକର ସ୍ବାଭିମାନ ଅଞ୍ଚଳରେ ବାର୍ଷିକ ୫୦ ଟନରୁ ଉର୍ଦ୍ଧ୍ୱ ହଳଦୀ ଅମଳ ହେଉଛି। ସ୍ବାଭିମାନ ଅଞ୍ଚଳବାସୀଙ୍କୁ ସ୍ବାବଲମ୍ବୀ କରିବା ଲାଗି ପ୍ରାୟ ୫ କୋଟି ଟଙ୍କାର ହଳଦୀ ପ୍ରକଳ୍ପ ହେବ । ୧୦ କୋଟି ଟଙ୍କା ବ୍ୟୟରେ କୃଷିଭିତିକ ଶିଳ୍ପ ସ୍ଥାପନ କରାଯିବ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଜିଲାପାଳ ବିଶାଳ ସିଂ କହିଛନ୍ତି।

ଜିଲାପାଳ କହିଛନ୍ତ ଯେ, ସ୍ବାଭିମାନ ଅଞ୍ଚଳର ଆଦିବାସୀଙ୍କ ଆର୍ଥତ୍କ ଉନ୍ନତି ନିମନ୍ତେ ବିଶେଷ କରି ପନିପରିବା ଚାଷ ଉପରେ ଗୁରୁତ୍ୱାରୋପ କରାଯାଉଛି। ସୁଆଁ, ଅଳସୀ, ମାଣ୍ଡିଆ ଭଳି ଅନ୍ୟାନ୍ୟ ଉତ୍ପାଦିତ ଶସ୍ୟକୁ ସଂରକ୍ଷିତ ରଖିବା ପାଇଁ ଶୀତଳ ଭଣ୍ଡାର ସ୍ଥାପନ କରାଯିବ। ମିଶନ ଶକ୍ତି ଜରିଆରେ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟରେ ଛୋଟ ଛୋଟ ମିଲ୍‌ ପ୍ରଦାନ କରାଯାଇଛି। ଆଗାମୀ ଦିନରେ ୫ଟି ବଡ ୟୁନିଟ ପ୍ରତିଷ୍ଠା କରାଯିବ। ତେବେ ହଳଦୀ ଚାଷ ପାଇଁ ଚାଷୀଙ୍କୁ ସ୍ବତନ୍ତ୍ର ହାଇବ୍ରିଡ୍‌ ହଳଦୀ ମଞ୍ଜି ଯୋଗାଇ ଦିଆଯିବ। ସମସ୍ତ ଚାଷୀ ସେତୁ ଯୋଜନାରେ ତାଲିମ ନେବେ। କନ୍ଧମାଳ ଅପେକ୍ଷା ମାଲକାନଗିରି ହଳଦୀ ଆହୁରି ଉନ୍ନତମାନର ହୋଇଥିବାରୁ ସ୍ବତନ୍ତ୍ର ପ୍ୟାକିଂ ୟୁନିଟ ପ୍ରତିଷ୍ଠା ଉପରେ ଜିଲାପାଳ ଗୁରୁତ୍ୱାରୋପ କାରିଥିଲେ। ହଳଦୀର ପ୍ରଚାରପ୍ରସାର ଇଣ୍ଟରନେଟ ମାଧ୍ୟମରେ କରାଯିବ। ଆମାଜନ କମ୍ପାନୀ ଦ୍ୱାରା ବିଶ୍ୱ ବଜାରରେ ଏହାକୁ ବିକ୍ରି କରାଗଲେ ଚାଷୀ ଲାଭବାନ ହୋଇପାରିବେ ବୋଲି ଜିଲାପାଳ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri