Posted inଜାତୀୟ

ଗ୍ରାମରେ ଉତ୍ତେଜନା, ଇଣ୍ଟରନେଟ ସେବା ବନ୍ଦ

ଜୟପୁର,୧୫।୮: ରାଜସ୍ଥାନର ଜଲୋର ଜିଲା ସୁରାନା ଗ୍ରାମର ଏକ ଘରୋଇ ସ୍କୁଲର ଦଳିତ ଛାତ୍ର ଶିକ୍ଷକଙ୍କ ମାଡ଼ରେ ପ୍ରାଣ ହରାଇବା ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ମୃତ ଛାତ୍ରଙ୍କ ପରିବାର ସହ ଉତ୍ତ୍ୟକ୍ତ ଗ୍ରାମବାସୀ ପୋଲିସ ଉପରକୁ ଢେଲାପଥର ମାଡ଼ କରିଥିଲେ। ସଂଘର୍ଷରେ କେତେଜଣ ଗୁରୁତର ଆହତ ହୋଇଥିବାବେଳେ ସ୍ଥିତିକୁ ଦୃଷ୍ଟିରେ ରଖି ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ୍‌ ସେବା ବନ୍ଦ କରିଦିଆଯାଇଛି। ମୃତଦେହ ସଂସ୍କାର କରିବା ପାଇଁ ପୋଲିସ ଚାପ ପକାଉଥିବା ମୃତ ଛାତ୍ରଙ୍କ ବାପା ଦଓ୍ବୋରାମ ମେଘଳଓ୍ବାଲ ଅଭିଯୋଗ କରିବା ପରେ ଉତ୍ତେଜନା ମୁଣ୍ଡ ଟେକିଥିଲା।

ଜୁଲାଇ ୨୦ ତାରିଖରେ ଛାତ୍ର ଜଣକ ମାଠିଆରୁ ପାଣି ପିଇବାକୁ କେନ୍ଦ୍ର କରି ୯ ବର୍ଷର ଦଳିତ ଛାତ୍ରଙ୍କୁ ଶିକ୍ଷକ ମାଡ଼ ମାରିଥିଲେ। ଅହମ୍ମଦାବାଦସ୍ଥିତ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ସମ୍ପୃକ୍ତ ଶିକ୍ଷକ ଚେଲ ସିଂ(୪୦)ଙ୍କୁ ପୋଲିସ ଗିରଫ କରିନେଇଥିବାବେଳେ ତାଙ୍କ ବିରୋଧରେ ଏସ୍‌ସିଏସ୍‌ଟି ଆକ୍ଟରେ ମାମଲା ରୁଜୁ ହୋଇଛି।

ମାମଲାଟିକୁ ଜଲୋର ମୁଖ୍ୟ ଅଧିକାରୀ (ସିଓ)ଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ରାଜ୍ୟ ଶିକ୍ଷା ବିଭାଗ ଯାଞ୍ଚ କମିଟି ଗଠନ କରିଥିବାବେଳେ ରିପୋର୍ଟ ଦାଖଲ ପାଇଁ ବ୍ଲକ୍‌ ଶିକ୍ଷା ଅଫିସରଙ୍କୁ କମିଟି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଦଳିତ ଛାତ୍ର ଇନ୍ଦ୍ର କୁମାରଙ୍କ ମୃତ୍ୟୁ ନେଇ ରାଜନୈତି ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଘଟଣା ନେଇ ବିଏସ୍‌ପି ରାଜ୍ୟ ସରକାରଙ୍କ ଦାୟୀ କରିବା ସହ ଦଳ ମୁଖ୍ୟ ମାୟାବତୀ ରାଜ୍ୟରେ ରାଷ୍ଟ୍ରପତି ଶାସନ ଦାବି କରିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ୫ ଲକ୍ଷ ଅନୁକମ୍ପା ରାଶି ଦିଆଯିବା ନେଇ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri