Posted inରାଜ୍ୟ

୩୬ ଘଣ୍ଟା ପରେ ଲିଭିଲା

ପୁରୀ ଅଫିସ, ୧୧ା୩: ଅଗ୍ନିଶମ ବାହିନୀ ଏବଂ ଓଡ୍ରାଫ୍‌ ଟିମ୍‌ ପକ୍ଷରୁ ମିଳିତ ଭାବେ ଦୀର୍ଘ ୩୬ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ ମରୀଚିକୋଟ ଛକ ନିକଟସ୍ଥ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁ ଲିଭିଛି। ବୁଧବାର ରାତି ପ୍ରାୟ ୮ଟାରୁ ଏହି କମ୍ପ୍ଲେକ୍ସରେ ନିଆଁ ଲାଗିଥିବାବେଳେ ଶୁକ୍ରବାର ସକାଳ ପ୍ରାୟ ୧୦ଟାରେ ତାହାକୁ ସମ୍ପୂର୍ଣ୍ଣ ଭାବେ ଆୟତ୍ତ କରାଯାଇପାରିଛି। ଅଗ୍ନିକାଣ୍ଡରେ କୌଣସି ଜୀବନ ହାନି ହୋଇ ନ ଥିଲେ ମଧ୍ୟ ସମସ୍ତ ୪୩ ବ୍ୟବସାୟ ପ୍ରତିଷ୍ଠାନ ଜଳିଯାଇଛି। ଫଳରେ ସମ୍ପୃକ୍ତ ବ୍ୟବସାୟୀମାନଙ୍କର ବିପୁଳ ପରିମାଣର କ୍ଷତି ଘଟିଛି। ସେମାନେ ଏକପ୍ରକାର ବେସାହାରା ହୋଇପଡ଼ିଛନ୍ତି। ସେହିପରି ଏଠାକାର ସମ୍ରାଟ ହୋଟେଲରେ ରହୁଥିବା ପର୍ଯ୍ୟଟକମାନଙ୍କୁ ସୁରକ୍ଷିତ ଭାବେ ଅନ୍ୟ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ପ୍ରଶାସନ ପକ୍ଷରୁ ତଦନ୍ତ ଓ କ୍ଷୟକ୍ଷତି ଆକଳନ କରାଯିବା ପାଇଁ ଏକ କମିଟି ଗଠନ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ନିଆଁ ଲିଭାଇବା କାର୍ଯ୍ୟରେ ସାମିଲ ଥିବା କର୍ମଚାରୀମାନଙ୍କୁ ସାବାସି ଦେବା ସହ ସାଧୁବାଦ ଜଣାଇଛନ୍ତି। ସେହିପରି ଅଗ୍ନିଶମ ଡିଜି ସନ୍ତୋଷ ଉପାଧ୍ୟାୟ ସମସ୍ତ କର୍ମଚାରୀଙ୍କୁ ପ୍ରଶଂସା କରିଛନ୍ତି। ସମ୍ପୃକ୍ତ କର୍ମଚାରୀମାନଙ୍କୁ ପୁରସ୍କୃତ କରାଯିବ ବୋଲି ସେ କହିଛନ୍ତି।
ସୂଚନା ଅନୁଯାୟୀ, ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ପରିସରସ୍ଥ ତଳ ମହଲାରେ ଥିବା ଅମ୍ବିକା ଲୁଗା ଦୋକାନରେ ପ୍ରଥମେ ନିଆଁ ଲାଗିଥିଲା। ସଙ୍ଗେସଙ୍ଗେ ତାହା ପ୍ରଥମ ଓ ଦ୍ୱିତୀୟ ମହଲାକୁ ବ୍ୟାପିଯାଇଥିଲା। ଖବର ପାଇ ପୋଲିସ, ଅଗ୍ନିଶମ ବାହିନୀ, ଓଡ୍ରାଫ୍‌ ଟିମ୍‌ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଆରମ୍ଭ କରିଥିଲେ। ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟା ବେଳକୁ ନିଅଁାକୁ ସମ୍ପୂର୍ଣ୍ଣ ଭାବେ ଆୟତ୍ତ କରାଯାଇପାରିଥିଲା। ତେବେ କ୍ଷତିଗ୍ରସ୍ତ ବ୍ୟବସାୟୀମାନେ କିପରି ପରିବାର ପ୍ରତିପୋଷଣ କରିବେ, ଧାରକରଜ ଶୁଝିବେ ଓ ପୁଣି ବେଉସା ସଜାଡ଼ିବେ ସେ ନେଇ ଚିନ୍ତାରେ ପଡ଼ିଛନ୍ତି। ଏହି ଚିନ୍ତାରେ ପୂର୍ଣ୍ଣିମା ମହାନ୍ତିଙ୍କ ସମେତ କେତେଜଣ ବ୍ୟବସାୟୀ ସଂଜ୍ଞାହୀନ ହୋଇପଡ଼ିଥିବା ଦେଖିବାକୁ ମିଳିଛି। ଉକ୍ତ ବ୍ୟବସାୟ ପ୍ରତିଷ୍ଠାନଗୁଡ଼ିକରେ କାର୍ଯ୍ୟରତ କର୍ମଚାରୀଙ୍କ ଜୀବିକା ମଧ୍ୟ ପ୍ରଭାବିତ ହୋଇଛି। କ୍ଷତିଗ୍ରସ୍ତ ବ୍ୟବସାୟୀମାନେ ଥଇଥାନ ସହ ସରକାରୀ ସହାୟତା ଯୋଗାଇ ଦେବାକୁ ପ୍ରଶାସନକୁ ନିବେଦନ କରିଛନ୍ତି। ଘଟଣାର ତଦନ୍ତ ସହ କ୍ଷୟକ୍ଷତି ଆକଳନ ପାଇଁ ପୁରୀ ଉପଜିଲାପାଳଙ୍କ ଅଧ୍ୟକ୍ଷତାରେ ସଦର ତହସିଲଦାର, ଟାଉନ ଥାନା ଆଇଆଇସି ଏବଂ ଅଗ୍ନିଶମ ଅଧିକାରୀଙ୍କୁ ନେଇ ଏକ କମିଟି ଗଠନ କରାଯାଇଥିବା ସୂଚନା ମିଳିଛି। ଏ ନେଇ ସଦର ତହସିଲଦାର କ୍ଷୀରୋଦ କୁମାର ବେହେରା କହିଛନ୍ତି, ନିଆଁକୁ ସମ୍ପୂର୍ଣ୍ଣ ଭାବେ ଆୟତ୍ତ କରାଯାଇଛି। ତେବେ ତାପମାତ୍ରା ଅଧିକ ଥିବାରୁ ଏବଂ ଅଣନିଃଶ୍ୱାସୀ ଭଳି ପରିସ୍ଥିତି ଥିବାରୁ କମ୍ପ୍ଲେକ୍ସ ପରିସରକୁ କାହାରିକୁ ଛଡ଼ାଯାଉନାହିଁ। ପ୍ରଶାସନ ନିଜ ଅଧୀନକୁ କମ୍ପ୍ଲେସକୁ ନେଇଛି। ଶନିବାର ସ୍ଥିତି ସ୍ବାଭାବିକ ହେଲେ ଦୋକାନୀମାନଙ୍କୁ ଭିତରକୁ ଛଡ଼ାଯିବ ଓ ସେମାନେ ସେମାନଙ୍କ ଜିିନିଷ କାଢିବେ। ତେବେ ପ୍ରଶାସନ ପକ୍ଷରୁ ଇଂଜିନିୟରିଂ ଟିମ୍‌କୁ ଅନୁଧ୍ୟାନ ପାଇଁ କୁହାଯାଇଛି। ଟିମ୍‌ ଆସି ଅନୁଧ୍ୟାନ କରି ରିପୋର୍ଟ ଦେବା ପରେ ଯାହାକିଛି ନିଷ୍ପତ୍ତି ନିଆଯିବ। ପ୍ରାଥମିକ ପର୍ଯ୍ୟାୟରେ କ୍ଷୟକ୍ଷତି ଆକଳନ କରାଯିବ। ଏ ନେଇ ରିପୋର୍ଟ ପ୍ରସ୍ତୁତ ହେବ। ସରକାରୀ ବ୍ୟବସ୍ଥା ଅନୁଯାୟୀ ସାହାଯ୍ୟ ଯୋଗାଇ ଦିଆଯିବ। ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଥିଲା କି ନାହିଁ ତାହା ପରବର୍ତ୍ତୀ ପର୍ଯ୍ୟାୟରେ ତଦନ୍ତ କରାଯିବ। ଯଦି ନିୟମ ଉଲ୍ଲଂଘନ ହୋଇଥିବ ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସହରରେ ଥିବା ବିଭିନ୍ନ ଶପିଂ କମ୍ପ୍ଲେକ୍ସର ଅଗ୍ନି ନିରାପତ୍ତା ବ୍ୟବସ୍ଥା ସମ୍ପର୍କରେ ତଦନ୍ତ କରାଯିବ ବୋଲି ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri